Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବିଜେଡିରେ ମିଶିବେ ପ୍ରଦୀପ ମାଝୀ, କହିଲେ ନବୀନଙ୍କ ହାତମୁଠା ଟାଣ କରିବି
  • ||
  • ଆଇଆଇଟି ଜମ୍ମୁର ନୂତନ ଗୃହ ଲୋକାର୍ପଣ କରିବେ ଗୃହମନ୍ତ୍ରୀ ଅମିତ ଶାହ, ଉପସ୍ଥିତ ରହିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୪୪୭ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୫ ହଜାରରୁ ଅଧିକ କରୋନା ପଜିଟିଭ୍, ୫୬୧ ମୃତ
  • ||
  • ଚିଲିକାକୁ ଆସିଲେଣି ବିଦେଶୀ ପକ୍ଷୀ, ସୁରକ୍ଷା ପାଇଁ ବନ ବିଭାଗ ପ୍ରସ୍ତୁତ
  • ||
  • ଲକ୍ଷ୍ମୀପୁର ହିଂସାର ମୁଖ୍ୟ ଅଭିଯୁକ୍ତ ଆଶିଷ ମିଶ୍ରାଙ୍କୁ ଡେଙ୍ଗୁ, ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି
  • ||
  • କମୁଛି ତାପମାତ୍ରା, ଦାରିଙ୍ଗିବାଡିରେ ୧୧ ଡିଗ୍ରୀକୁ ଖସିଲା ପାରଦ
  • ||
  • ସୁପର ସଣ୍ଡେରେ ସୁପର ମୁକାବିଲା : ଟି୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ହାଇଭୋଲଟେଜ୍ ଫାଇଟ୍
  • ||

ରାଜ୍ୟବାସୀଙ୍କୁ ମାଗଣାରେ ମିଳିବ ଭ୍ୟାକସିନ୍‌, ଘୋଷଣା କଲେ ମହାରାଷ୍ଟ୍ର ସରକାର

25/04/2021 at 2:52 PM

ମୁମ୍ବାଇ ୨୫/୦୪ : ମହାରାଷ୍ଟ୍ରବାସୀଙ୍କୁ ମାଗଣାରେ ମିଳିବ ଭ୍ୟାକସିନ୍‌ । ଏ ନେଇ ରବିବାର ଘୋଷଣା କରିଛନ୍ତି ମହାରାଷ୍ଟ୍ର କ୍ୟାବିନେଟ୍‌ ମନ୍ତ୍ରୀ  ନଓ୍ବାବ ମାଲିକ୍‌ । ଏହା ପୂର୍ବରୁ ୧୭ଟି ରାଜ୍ୟ ମଗଣାରେ ଭ୍ୟାକସିନ୍‌ ଦେବାକୁ ଘୋଷଣା କରିଛନ୍ତି । ମଧ୍ୟ ପ୍ରଦେଶ, କେରଳ, ଛତିଶଗଡ, ବିହାର, ଉତ୍ତର ପ୍ରଦେଶ, ପଶ୍ଚିମବଙ୍ଗ, ତାମିଲନାଡୁ, ଆନ୍ଧ୍ର ପ୍ରଦେଶ, ଗୋଆ, ଜାମ୍ମୁ କାଶ୍ମୀର, ଝାଡଖଣ୍ଡ,  ହରିୟାଣା, ତେଲେଙ୍ଗାନା, ଆସାମ, ସିକ୍କିମ୍‌ ଏବଂ ହିମାଚଳ ପ୍ରଦେଶ ନିଜ ରାଜ୍ୟବାସୀଙ୍କୁ ମାଗଣାରେ ଭ୍ୟାକସିନ୍‌ ଦେବାକୁ ଘୋଷଣା କରିସାରିଛନ୍ତି । ଏବେ ଏହିକ୍ରମରେ ସାମିଲ ହୋଇଛି ମହାରାଷ୍ଟ୍ର । ଏ ନେଇ ଟ୍ବିଟ୍‌ ଯୋଗେ ସୂଚନା ଦେଇଛନ୍ତି ମହାରାଷ୍ଟ୍ର କ୍ୟାବିନେଟ୍‌ ମନ୍ତ୍ରୀ ନଓ୍ବାବ୍‌ ମାଲିକ୍‌  ।

ସୂଚନାଯୋଗ୍ୟ, ମହାରାଷ୍ଟ୍ରରେ କରୋନା ସ୍ଥିତି ଗମ୍ଭୀର ହେବାରେ ଲାଗିଛି । ପ୍ରତିଦିନ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧିପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ମହାରାଷ୍ଟ୍ରରେ ୬୭ ହଜାରରୁ ଉର୍ଦ୍ଧ୍ବ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ୬୭୬ ଆକ୍ରାନ୍ତଙ୍କ ମୃତ୍ୟୁ ମଧ୍ୟ ଘଟିଛି । ଅନ୍ୟରାଜ୍ୟମାନଙ୍କ ତୁଳନାରେ ମହାରାଷ୍ଟ୍ରରେ ଆକ୍ରାନ୍ତଙ୍କ ସଂଖ୍ୟା​ ଏବଂ ମୃତ୍ୟୁ ସଂଖ୍ୟା ମଧ୍ୟ‌ ଅଧିକ । କେତେକ ହସ୍ପିଟାଲରେ ଏବେ ଅକ୍ସିଜେନ୍‌ ସଙ୍କଟ ବ୍ୟାପକ ରୁପ ଧାରଣ କରିଛି ।

   Related Posts