Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ମଙ୍ଗଳବାରଠୁ ଲଗାତାର ୬ ଦିନ ବନ୍ଦ ରହିବ ବ୍ୟାଙ୍କ: ସୋମବାର ସାରି ଦିଅନ୍ତୁ ବ୍ୟାଙ୍କ କାମ
  • ||
  • SCBରୁ ଗ୍ୟାଙ୍ଗଷ୍ଟାର ହାଇଦର୍‌ ଫେରାର ଘଟଣା, ୬ ପୋଲିସ କର୍ମଚାରୀ ସସ୍‌ପେଣ୍ଡ
  • ||
  • ଭଦ୍ରକ : ବସକୁ ପିଟିଲା ଟ୍ରକ୍, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଚଣ୍ଡିଖୋଲ : ଧକ୍କା ଦେଲା ଟ୍ରକ୍, ଜୀବନ ହାରିଲେ ସ୍ୱାମୀ-ସ୍ତ୍ରୀ, ଝିଅ ଗୁରୁତର
  • ||
  • ମାନିଲେନି କଟକଣା : ଭୁବନେଶ୍ୱର ୪ ନମ୍ୱର ମାର୍କେଟରେ ପୋଲିସର ଚଢାଉ, ଫାଇନ ଦେଲେ ଦୋକାନୀ
  • ||
  • ବଡ଼ବିଲ : ଅଗ୍ନିକାଣ୍ଡରେ ଜଳିଗଲା ୪ଟି ଦୋକାନ, ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ଓଡିଶାରେ ସାଙ୍ଘାତିକ ସ୍ଥିତିରେ କରୋନା, ୨୪ ଘଣ୍ଟାରେ ୧୩୭୯ ପଜିଟିଭ୍ ଚିହ୍ନଟ
  • ||
  • ତାତିରୁ ମିଳିଛି ତ୍ରାହି, ୧୪ ଯାଏଁ କାଳବୈଶାଖି ବର୍ଷା ସମ୍ଭାବନା
  • ||
  • ବଢିଲା ସଂକ୍ରମଣ, ୭ ଦିନ ପାଇଁ ଏହି ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା
  • ||

ଇସ୍ତଫା ଦେଲେ ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖ, ୧୦୦ କୋଟି ଟଙ୍କା ବଟି ମାଗିବା ନେଇ ଥିଲା ଅଭିଯୋଗ

5/04/2021 at 3:02 PM

ମୁମ୍ବାଇ ୦୫/୦୪ : ଇସ୍ତଫା ଦେଲେ ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖ । ଅନିଲ ଦେଶମୁଖ ନିଜ ପଦରୁ ଇସ୍ତଫା ଦେଇଥିବା ସୂଚନା ମିଳିଛି । କିଛିଦିନ ପୂର୍ବରୁ ମହାରାଷ୍ଟ୍ରର ପୂର୍ବତନ ପୋଲିସ କମିସନର ପରମବୀର ସିଂହ ଅନିଲ ଦେଶମୁଖଙ୍କ ବିରୁଦ୍ଧରେ ଲାଞ୍ଚ ଅଭିଯୋଗ ଆଣିଥିଲେ । ଅନିଲ ଦେଶମୁଖ ୧୦୦ କୋଟି ବଟି ମାଗୁଥିବା ଅଭିଯୋଗ କରିଥିଲେ ପୂର୍ବତନ ପୋଲିସ କମିସନର ପରମବୀର ସିଂହ ।

ତେବେ ଏହି ମାମଲାର ଶୁଣାଣି କରି ଅନିଲ ଦେଶମୁଖଙ୍କ ବିରୁଦ୍ଧରେ ସିବିଆଇ ତଦନ୍ତ କରିବା ପାଇଁ ମୁମ୍ବାଇ ହାଇକୋର୍ଟ ଅନୁମତି ଦେଇଛନ୍ତି । ଏହାକୁ ଦୃଷ୍ଟିରେ ରଖି ଅନିଲ ଦେଶମୁଖ ନିଜ ପଦରୁ ଇସ୍ତଫା ଦେଇଛନ୍ତି ।

କଣ ରହିଛି ଅଭିଯୋଗ ?

ମୁମ୍ବାଇ ପୋଲିସ କମିଶନର ପରମବୀର ସିଂଙ୍କୁ ବଦଳି କରାଯାଇଥିଲା । ଏହାପରେ ସେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଏକ ଚିଠି ଲେଖିଥିଲେ । ଚିଠିରେ ସେ ଉଲ୍ଲେଖ କରିଥିଲେ ଯେ, ଅନିଲ ଦେଶମୁଖ ସଚିନ ଓ୍ୱାଜେଙ୍କୁ ମୁମ୍ବାଇରୁ କୋଟି କୋଟି ଟଙ୍କା ଆଦାୟ କରିବାକୁ ଟାର୍ଗେଟ ଦେଇଥିଲେ । ଏହା ବ୍ୟତୀତ ମଧ୍ୟ ସେ ଅନିଲଙ୍କ ବିରୋଧରେ ଅନେକ ସଙ୍ଗୀନ ଅଭିଯୋଗ ଲଗାଇଥିଲେ ।

ମହାରାଷ୍ଟ୍ର ଗୃହମନ୍ତ୍ରୀଙ୍କ ବିରୋଧରେ ଆସିଥିବା ମାମଲାର ତଦନ୍ତ କରିବ ସିବିଆଇ । ମୁମ୍ବାଇ ପୋଲିସର ପୂର୍ବତନ କମିଶନର ପରମବୀର ସିଂଙ୍କ ଆବେଦନର ଶୁଣାଣି କରି ବମ୍ବେ ହାଇକୋର୍ଟ ବଡ ନିଷ୍ପତ୍ତି ଶୁଣାଇଛନ୍ତି । ୧୦୦ କୋଟି ଟଙ୍କାର ଚାନ୍ଦା ଆଦାୟ ମାମଲାରେ ତଦନ୍ତ ଏବେ ସିବିଆଇ କରିବ । ତେବେ ସିବିଆଇ ତୁରନ୍ତ ଏହି ମାମଲାରେ ମୋକଦ୍ଦମା ରୁଜୁ କରିବ ନାହିଁ ।

ବମ୍ବେ ହାଇକୋର୍ଟ କହିଛନ୍ତି ଯେ, ଏହି ମାମଲାରେ ଏଫଆଇଆର ହୋଇଛି । ପୋଲିସ ତଦନ୍ତ ପାଇଁ ଆବେଦନ କରାଯାଇଥିଲା । ଅନିଲ ଦେଶମୁଖ ହେଉଛନ୍ତି ରାଜ୍ୟର ଗୃହମନ୍ତ୍ରୀ । ଫଳରେ ନିରପେକ୍ଷ ତଦନ୍ତ ଉପରେ ପ୍ରଶ୍ନବାଚୀ ସୃଷ୍ଟି ହେବା ସ୍ୱାଭାବିକ । ତେଣୁ ସିବିଆଇ ଏହି ମାମଲାର ତଦନ୍ତ କରିବା ଆବଶ୍ୟକ ।

କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ, ସିବିଆଇ ପ୍ରାରମ୍ଭିକ ସ୍ତରରୁ ତଦନ୍ତ କରୁ । ଏଥିରେ ସମସ୍ତଙ୍କୁ ସହଯୋଗ କରିବାକୁ ହେବ । ୧୫ ଦିନ ମଧ୍ୟରେ ସିବିଆଇ ନିର୍ଦ୍ଦେଶକଙ୍କୁ ରିପୋର୍ଟ ପ୍ରଦାନ କରାଯିବ । ଯଦି ସିବିଆଇ ରିପୋର୍ଟରେ ଗୃହମନ୍ତ୍ରୀଙ୍କ ସଂପୃକ୍ତି ଆସେ ତେବେ ଏଜେନ୍ସି ଏଫଆଇଆର ରୁଜୁ କରିବ ।

   Related Posts