Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଓ ରାଜପଥ ଅବରୋଧ

30/05/2021 at 11:46 AM

ରାୟଗଡ଼ା ୩୦/୫ : ରାୟଗଡା ଚାନ୍ଦିଲି ଥାନା ଅନ୍ତର୍ଗତ ନାଇଡୁପେଟା ଠାରେ ଜଣେ କରୋନା ଆକ୍ରାନ୍ତ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା । ଗ୍ରାମବାସୀ ମାନେ ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି । ଫଳରେ ରାଜପଥ ଉପରେ ଯାନବାହନ ଚଳାଚଳ ଠପ ହୋଇଛି । ଘଟଣାରୁ ପ୍ରକାଶ ଯେ, ନାଇଡୁପେଟା ଗ୍ରାମର ଜି. ତ୍ରୀବେଣି ନାମକ ଜଣେ ମହିଳା କରୋନା ଆକ୍ରାନ୍ତ ହୋଇ ଗତକାଲି ଜେକେପୁର କୋଭିଡ ମେଡିକାଲରେ ଭର୍ତ୍ତି ହୋଇଥିଲେ। ଗତକାଲି ସକାଳୁ ଭର୍ତ୍ତି ହୋଇ ଚିକିତ୍ସା ଚାଲିଥିଲା ।

ତେବେ ରାତିରେ ତାଙ୍କର ମୃତ୍ୟୁ ହୋଇଥିଲା । ଆଉ ଏହି ଖବର ମିଳିବା ପରେ ଗାଁରେ ଦୁଃଖ ଖେଳି ଯାଇଥିଲା । ଜେକେପୁର କୋଭିଡ ମେଡିକାଲରେ ରୋଗୀଙ୍କ ଠିକ ଚିକିତ୍ସା ହେଉନଥିବା ଅଭିଯୋଗ କରି ଆଜି ଗ୍ରାମରେ ଉତେଜନା ପ୍ରକାଶ ପାଇଥିଲା । ଏହାପରେ ନିକଟସ୍ଥ ଅନ୍ୟ ଗ୍ରାମବାସୀ ମାନେ ମିଳିତ ଭାବେ ରାସ୍ତା ଅବରୋଧ କରିଛନ୍ତି। ୩୨୬ ନମ୍ବର ଜାତୀୟ ରାଜପଥ ଅବରୋଧ କରି ମୃତ୍ୟୁର ସଠିକ କାରଣ ଘୋଷଣା କରିବା ସହ ମୃତକ ପରିବାରକୁ ସହାୟତା ଦାବି କରାଯାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଛି। ରାସ୍ତାରୋକ ଯୋଗୁଁ ରାଜପଥରେ ସମସ୍ତ ଯାନବାହନ ଚଳାଚଳ ଠପ ହୋଇପଡିଛି ।

   Related Posts