Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ମାଟି ଘରେ ଶୋଇଥିଲେ ବୃଦ୍ଧା, ହଠାତ ମାଡି ବସିଲା କାନ୍ଥ

17/09/2021 at 11:10 AM

ଆନନ୍ଦପୁର, ୧୭।୦୯ :  ଆନନ୍ଦପୁର ଉପଖଣ୍ଡ ସୋସ ଥାନା ଟିଲଗଡିଆ ଗାଁରେ ଅଘଟଣ । ଘରେ ଶୋଇଥିବା  ଅବସ୍ଥାରେ କାନ୍ଥପଡି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି ।

ସୂଚନା ଅନୁସାରେ, ଗାଁ ର ସ୍ୱର୍ଗତଃ ଖିଲା ମାଝିଙ୍କ ସ୍ତ୍ରୀ ଦୁଲ୍ଲି ଗୁରୁବାର ରାତିରେ ନିଜ ମାଟିଘରେ ଶୋଇଥିଲେ । ତିନିଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା କାରଣରୁ କାନ୍ଥ ଓଦା ହୋଇ ରହିଥିଲା । ତେବେ ଶୁକ୍ରବାର ଭୋରରୁ ଶୋଇବା ଘର କାନ୍ଥ ହଠାତ  ତାଙ୍କ ଉପରେ ଖସିପଡିଥିଲା ।

ଗୁରୁତର ଅବସ୍ଥାରେ ପରିବାର ଲୋକେ ତାଙ୍କୁ ସେଠାରୁ ଉଦ୍ଧାରକରି ଆନନ୍ଦପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ । ହେଲେ ଚିକିତ୍ସାଧିନ ଅବସ୍ଥାରେ ସେଠାରେ ତାଙ୍କର ମୃତ୍ୟୁ ଘଟିଛି । ଖବରପାଇ ସୋସ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

   Related Posts