Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ଭୁଲ୍‌ ଚିକିତ୍ସା ପାଇଁ ଚାଲିଗଲା ନବବିବାହିତାଙ୍କ ଜୀବନ, ୧୨ ଦିନ ତଳେ ହୋଇଥିଲା ବିବାହ

3/07/2021 at 10:17 AM

ଭୁବନେଶ୍ୱର ୦୩।୦୭: ରୋଗୀ ମୃତ୍ୟୁକୁ ନେଇ ଉତ୍ତେଜନା ।  ଭୁବନେଶ୍ୱର ଫାୟାରଷ୍ଟେସନ ସ୍ଥିତ ବିବେକାନନ୍ଦ ହସ୍ପିଟାଲରେ ଉତ୍ତେଜନା । ବିବାହର ମାତ୍ର ୧୨ ଦିନରେ ମହିଳାଙ୍କ ଅସ୍ଵାଭାବିକ ମୃତ୍ୟୁକୁ ନେଇ ଉତ୍ତେଜନା ଲାଗି ରହିଛି  । ହସ୍ପିଟାଲ ପରିସରରେ ଉତ୍ତେଜନା । ଭୁଲ ଚିକିତ୍ସା ପାଇଁ ମହିଳାଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ କରିଛନ୍ତି ପରିବାର ଲୋକ ।

ଖବର ଅନୁଯାୟୀ, ଶୁକ୍ରବାର ବିଳମ୍ବିତ ରାତିରେ ମହିଳାଙ୍କ ପିଠିରେ ଯନ୍ତ୍ରଣା ହେବାରୁ ମେଡିକାଲରେ ଭର୍ତି ହୋଇଥିଲେ ନବ ବିବାହିତା । ଡାକ୍ତର ଇଞ୍ଜେକ୍ସନ ଦେବା ପରେ ତାଙ୍କର ହଠାତ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ମୃତ୍ୟୁର କାରଣ ବିଷୟରେ ପଚାରିବାରୁ ମୃତ ମହିଳାଙ୍କ ଭାଇଙ୍କୁ ହସ୍ପିଟାଲ ସିକ୍ୟୁରିଟ ଅଫିସର ମାରଧର କରିଥିବା ଅଭିଯୋଗ ହୋଇଛି । ଘଟଣା ସ୍ଥଳରେ ଉତେଜନା ଲାଗି ରହି ଥିବାରୁ ନୟାପଲ୍ଲୀ ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି | ସେପଟେ ହସ୍ପିଟାଲ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳି ପାରିନାହିଁ | ମୃତ ମହିଳା ପ୍ରିୟଙ୍କା ପଟ୍ଟନାୟକ । ଘର ମେଣ୍ଢାଶାଳ । କିଛି ଦିନ ତଳେ ସେ ବରମୁଣ୍ଡା ଅଂଚଳରେ ବିବାହ କରିଥିଲେ ।


   Related Posts