Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗତ ୨୪ ଘଣ୍ଟାରେ କରୋନାରୁ ଆରୋଗ୍ୟ ହେଲେ ୨୦୧୦ ସଂକ୍ରମିତ
  • ||
  • ମୋଦୀ ସରକାରଙ୍କ ବଡ ନିଷ୍ପତ୍ତି: ଜାମ୍ମୁ-କାଶ୍ମୀରରେ ଯେ କେହି ବି ଜାଗା କିଣି ପାରିବେ, ବିଜ୍ଞପ୍ତି ଜାରି କଲା ଗୃହ ମନ୍ତ୍ରଣାଳୟ
  • ||
  • ରାଜ୍ୟରେ ଆଉ ୧୩ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୨୭୨ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ୧୨୪୭ କରୋନା ସଂକ୍ରମିତ, ୨୮୩୯୪୨ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଢେଙ୍କାନାଳ : କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ
  • ||
  • ଢେଙ୍କାନାଳ : ସ୍ତ୍ରୀର ଚରିତ୍ରକୁ ସନ୍ଦେହ କରି ଠେଙ୍ଗାରେ ପିଟି ପିଟି ମାରିଦେଲା, ଅଭିଯୁକ୍ତ ସ୍ବାମୀ ଫେରାର
  • ||
  • ଅନୁଗୋଳ : ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ବିଷାକ୍ତ ମଦ ପିଇ ମୃତ୍ୟୁ ଅଭିଯୋଗ
  • ||
  • କଳାହାଣ୍ଡି : ଯୁବକଙ୍କ କ୍ଷତ ବିକ୍ଷତ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ
  • ||
  • ଜଲାପୁଟ ଜଳ ଭଣ୍ଡାରରେ ମାଛଧରା ଡଙ୍ଗା ବୁଡି ୩ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ପାକିସ୍ତାନ : ପେଶାଓ୍ୱାରରେ ବୋମା ବିସ୍ଫୋରଣରେ ୭ ମୃତ, ୫୫ ଆହତ
  • ||

ଆଖିପିଛୁଲାକେ ଉଜୁଡିଗଲା ସଂସାର , ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀ ମୃତ

27/07/2020 at 8:37 AM

କଳାହାଣ୍ଡି ୨୭।୦୭ : ହାତ ଧରି ସାତଜନମ ପାଇଁ ବିବାହ କରିଥିଲା । କିନ୍ତୁ କିଏ ଜାଣିଥିଲା ଯେଉଁ ହାତ ସାତଜନମ ପାଇଁ ସାଥୀ ହେବା ବଦଳରେ ସେହି ହାତରେ ଜୀବନ ଯିବ ବୋଲି । ଏପରି ଏକ ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା ବ୍ରାହ୍ମଣୀ ଗାଁରେ । ସ୍ୱାମୀର ଟାଙ୍ଗିଆ ଚୋଟରେ ସ୍ତ୍ରୀର ମୃତ୍ୟୁ ହୋଇଯାଇଛି । ମୃତକ ପୁଷ୍ପାଞ୍ଜଳୀ ରାଉତ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ପୁଷ୍ପାଞଳୀ ରାଉତ ଘରେ ଏକୁଟିଆ ଥିବା ବେଳେ ମଦ୍ୟପ ସ୍ବାମୀ ରମାକା’ ରାଉତ ସହ କୌଣସି ବିଷୟରେ ବଚସା ହୋଇଥିଲା । ଉଭୟଙ୍କ ମଧ୍ୟରେ କିଛି ସମୟ ଧରି ବଚସା ଜାରି ରହିଥିଲା । ଏଥିରେ ସ୍ୱାମୀ ରାଗିଯାଇ ଟାଙ୍ଗିଆ ଚୋଟରେ ସ୍ତ୍ରୀକୁ ମାରିଥିଲା । ଯାହାଫଳରେ କି ଘଟଣାସ୍ତଳରେ ପୁଷ୍ପାଞ୍ଜଳୀଙ୍କ ମୃତ୍ୟୁ ହୋଇଯାଇଛି । ତେବେ ହତ୍ୟା ପରେ ଅଭିଯୁକ୍ତ ରମାକା’ ଟିଟିଲାଗଡ ଫେରାର ହେବାକୁ ଉଦ୍ୟମ କରୁଥିବା ବେଳେ କାବୁ କରିଛି ପୋଲିସ । ତାକୁ ଅଟକ ରଖି ପଚରାଉଚରା ଜାରି ରଖିଛି  । ବର୍ତ୍ତମାନ ସୁଦ୍ଧା ହତ୍ୟାର କାରଣ ଅସ୍ଫଷ୍ଟ ରହିଥିବା ବେଳେ ପୁର୍ବରୁ ସ୍ବାମୀ ଓ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ଲାଗି ରହିଥିାଏ । ଯାହା ଉଭୟଙ୍କ ଝିଅ ପୋଲିସ ନିକଟରେ ବୟାନ ଦେଇଛନ୍ତି । ଉଭୟଙ୍କ ଗୋଟିଏ ଝିଅ ଓ ଗୋଟିଏ ପୁଅ ଅଛନ୍ତି ।

   Related Posts