ବଙ୍ଗରେ ଆଜିଠୁ ଦିଦି ରାଜ୍ : ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ମମତା

Published By : Prameya-News7 Bureau | May 05, 2021 IST

ପଶ୍ଚିମବଙ୍ଗ ୫/୫ : ଆଜିଠୁ ଆରମ୍ଭ ହେଲା ମମତାଙ୍କ ତୃତୀୟ ଇନିଂସ । ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ତୃଣମୂଳ ସୁପ୍ରିମୋ ମମତା ବାନାର୍ଜୀ । ତୃତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ମମତା ବାନାର୍ଜୀ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି ରାଜ୍ୟପାଳ । ରାଜଭବନରେ ନିରାଡମ୍ୱର ଉତ୍ସବରେ ହୋଇଥିଲା ଏହି ଶପଥଗ୍ରହଣ ଉତ୍ସବ । କୋଭିଡ ସ୍ଥିତିକୁ ଦେଖି ବେଶି ଲୋକଙ୍କୁ ଏଠିକୁ ଆମନ୍ତ୍ରଣ କରାଯାଇନଥିଲା ।

ଉତ୍ସବକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ବୁଦ୍ଧଦେବ ଭଟ୍ଟାଚାର୍ଯ୍ୟ, ଭାରତୀୟ ଜନତା ପାର୍ଟୀ ପ୍ରଦେଶ ଅଧ୍ୟକ୍ଷ ଦିଲ୍ଲୀପ ଘୋଷ ଉପସ୍ଥିତ ଥିଲେ। ସେହିପରି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ସମେତ ଅନେକ ଅତିଥି ସାମିଲ ହୋଇଥିଲେ ଶପଥ ଗ୍ରହଣ ସମାରୋହରେ । କୋଭିଡ ପାଇଁ ଏହି ଉତ୍ସବ ଅନ୍ୟ କୌଣସି ରାଜ୍ୟର ମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିପାରିବେ ନାହିଁ । ସୂଚନା ଯୋଗ୍ୟ ଯେ, ରାଜ୍ୟରେ ବିପୁଳ ସଂଖ୍ୟାରେ ଜିତି ପୁଣିଥରେ ଆସନ ଦଖଲ କରିଛି ତୃଣମୂଳ । ସେମାନଙ୍କ ଦଖଲରେ ଏଥର ୨୧୩ଟି ଆସନ ରହିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.