Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ପ୍ରଧାନମନ୍ତ୍ରୀଙ୍କ ବାତ୍ୟା ସମୀକ୍ଷା ବୈଠକରେ ୩୦ ମିନିଟ୍ ବିଳମ୍ବରେ ପହଞ୍ଚିଲେ ମମତା ବାନାର୍ଜୀ, ରିପୋର୍ଟ ଧରାଇ ଚାଲିଗଲେ

28/05/2021 at 4:11 PM

କୋଲକାତା : ପଶ୍ଚିମବଙ୍ଗ ନିର୍ବାଚନ ସମାପ୍ତକୁ ପ୍ରାୟ ଏକ ମାସ ବିତିଗଲାଣି, ତଥାପି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରତି ରହିଥିବା ମମତା ବାନାର୍ଜୀଙ୍କ ଅସନ୍ତୋଷ ଦୂର ହୋଇ ନାହିଁ। ଶୁକ୍ରବାର ବାତ୍ୟା ୟାସ୍‌ରେ ଘଟିଥିବା କ୍ଷୟକ୍ଷତି ଉପରେ ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକକୁ ମମତା ବାନାର୍ଜୀ ୩୦ ମିନିଟ୍‌ ବିଳମ୍ବରେ ପହଞ୍ଚିଥିଲେ। କେବଳ ଏତିକି ନୁହେଁ ରାଜ୍ୟର ମୁଖ୍ୟ ସଚିବ ମଧ୍ୟ ବିଳମ୍ବରେ ପହଞ୍ଚିଥିଲେ। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବାତ୍ୟାରେ ରାଜ୍ୟରେ ଘଟିଥିବା କ୍ଷୟକ୍ଷତି ସଂପର୍କିତ ରିପୋର୍ଟ ପ୍ରଧାନମନ୍ତ୍ରୀଙ୍କ ହାତରେ ଧରାଇ ଦେଇ ବୈଠକରୁ ଉଠି ଚାଲି ଯାଇଥିଲେ।

ମମତା ବାନାର୍ଜୀଙ୍କ କହିବା କଥା ତାଙ୍କର ଅନ୍ୟ ବୈଠକରେ ଯୋଗ ଦେବାର ଅଛି। ମମତା ବାନାର୍ଜୀଙ୍କ ଏହି ଆଭିମୁଖ୍ୟରେ ବିଜେପି ଓ ଟିଏମସି ମଧ୍ୟରେ ପୁଣି ଥରେ ଉତ୍ତେଜନା ବଢିପାରେ। ଏହା ମଧ୍ୟ କୁହାଯାଉଛି ଯେ,  ବୈଠକକୁ ବିଧାନସଭା ବିରୋଧୀ ଦଳ ନେତା ଶୁଭେନ୍ଦୁ ଅଧିକାରୀଙ୍କୁ ଆମନ୍ତ୍ରିତ କରିବା ନେଇ ମମତା ବାନାର୍ଜୀ ଅସନ୍ତୁଷ୍ଟ ଥିଲେ। ବୈଠକରେ ଯୋଗ ଦେବା ନୁହେଁ କେବଳ କ୍ଷୟକ୍ଷତି ସଂପର୍କିତ ରିପୋର୍ଟ ଦେବାକୁ ମୁଖ୍ୟମନ୍ତ୍ରୀ ଯିବେ ବୋଲି ପୂର୍ବରୁ ସୂଚନା ମିଳିଥିଲା। ଏହି ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବ୍ୟତୀତ ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖଡ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସହ ଅନେକ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। ହେଲେ ଶୁଭେନ୍ଦୁ ଅଧିକାରୀଙ୍କୁ ବୈଠକରେ ଆମନ୍ତ୍ରିତ କରିବା ନେଇ ମମତା ଖପ୍ପା ଥିଲେ।

ଏହି ବୈଠକ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା ଓ ପଶ୍ଚିମବଙ୍ଗ ଗସ୍ତ କରି ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିଥିଲେ। ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଥିଲେ। ପ୍ରଧାନମନ୍ତ୍ରୀ ସକାଳେ ଓଡିଶାର ରାଜଧାନୀ ଭୁବନେଶ୍ଵର ପହଞ୍ଚିଥିଲେ। ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା ପରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଯୋଗ ବାତ୍ୟା ପରବର୍ତ୍ତୀ ସ୍ଥିତିର ସମୀକ୍ଷା କରିଥିଲେ। ଗୋଟିଏ ପରେ ପଶ୍ଚିମବଙ୍ଗରେ ଆୟୋଜିତ ସମୀକ୍ଷା ବୈଠକରେ ମମତା ବାନାର୍ଜୀ ବିଳମ୍ବରେ ପହଞ୍ଚି ଥିବା ବେଳେ ଅନ୍ୟପଟେ ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରା ସମୟ ମିଟିଂରେ ଉପସ୍ଥିତ ଥିଲେ।  

   Related Posts