Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପୁରୀ ସ୍ବର୍ଗ ଦ୍ବାରରୁ ହଟିଲା କଟକଣା, ସଂକ୍ରମଣ କମୁଥିବାରୁ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି
  • ||
  • ‘କୁଲଦୀପ ଯାଦବଙ୍କ ପାଇଁ ଚ୍ୟାଲେଞ୍ଜିଂ ହେବ ଓ୍ବେଷ୍ଟଇଣ୍ଡିଜ ସିରିଜ୍, ଟିମ୍‌ ଇଣ୍ଡିଆକୁ ଭରସା ରଖିବାକୁ ହେବ’: ହରଭଜନ ସିଂହ
  • ||
  • ବିଧାନସଭା ନିର୍ବାଚନ ଏବଂ ବଜେଟ୍‌ ଅଧିବେଶନ ପୂର୍ବରୁ କଂଗ୍ରେସ ଡାକିଲା ଗୁରୁତ୍ବପୂର୍ଣ୍ଣ ବୈଠକ, ପ୍ରସ୍ତୁତ ହେବ ରଣନୀତି
  • ||
  • ରାଜ୍ୟରେ ସୁସ୍ଥହେଲେ ଆଉ ୧୧,୧୫୭ଜଣ କରୋନା ଆକ୍ରାନ୍ତ, ଖୋର୍ଦ୍ଧାରୁ ସର୍ବାଧିକ ୩୬୫୩ଜଣ ଡିସଚାର୍ଜ
  • ||
  • ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ.ଜୟଶଙ୍କରଙ୍କୁ କରୋନା, ନିଜକୁ କଲେ ଆଇସୋଲେଟ୍
  • ||
  • ମହାକାଶରେ ନିୟନ୍ତ୍ରଣ ହରାଇଛି ସ୍ପେସଏକ୍ସର ଫାଲକନ-୯, ବିପଦରେ ଭାରତର ଚନ୍ଦ୍ରଯାନ
  • ||
  • ବିଜେପିରେ ସାମିଲ ହେଲେ ଉତ୍ତରାଖଣ୍ଡର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ କିଶୋର ଉପାଧ୍ୟାୟ
  • ||
  • ରାଜ୍ୟରେ ଆଉ ୮ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୫୦କୁ ବୃଦ୍ଧି
  • ||
  • ରାଜ୍ୟରେ କମିଲା ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୯୦୧ କୋଭିଡ୍ ପଜିଟିଭ୍, ୧୨୩୧୧୬୯ରେ ପହଞ୍ଚିଲା ସଂଖ୍ୟା
  • ||
  • ଜିଲ୍ଲା ପରିଷଦ ନିର୍ବାଚନ ଲଢୁଛନ୍ତି ଡାକ୍ତରାଣୀ, ଚର୍ଚ୍ଚାରେ ବିଜେପି ପ୍ରାର୍ଥୀ ମୋନାଲିସା
  • ||

‘କରୋନା ଆକ୍ରାନ୍ତଙ୍କ ଚିକିତ୍ସା ମାଗଣାରେ କର’, ଘରୋଇ ହସ୍ପିଟାଲକୁ ନିର୍ଦ୍ଦେଶ ଦେଲେ ମମତା ସରକାର

23/04/2020 at 4:58 PM

କୋଲକାତା, ୨୩|୦୪: ପଶ୍ଚିମବଙ୍ଗ ସରକାର ଘରୋଇ ହସ୍ପିଟାଲକୁ କରୋନା ଭାଇରସ ଆକ୍ରାନ୍ତଙ୍କ ମାଗଣା ଚିକିତ୍ସା କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହାର ସମସ୍ତ ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ । ସମସ୍ତ ଘରୋଇ ହସ୍ପିଟାଲରେ ଏନେଇ ନୋଟିସ ଲାଗିବ ବୋଲି ସରକାର କହିଛନ୍ତି ।

ଏବେ କୋଭିଡ-୧୯ ମୁକାବିଲା ପାଇଁ ରାଜ୍ୟର ପ୍ରସ୍ତୁତି ସମୀକ୍ଷା କରିବା ପାଇଁ ୨ଟି କେନ୍ଦ୍ରୀୟ ଟିମ ପଶ୍ଚିମବଙ୍ଗ ଗସ୍ତରେ ରହିଛନ୍ତି . ଏହି ଟିମ କୋଲକାତାର ରାଜରହାଟ ଅଞ୍ଚଳରେ ଏକ କ୍ୱାରେଣ୍ଟାଇନ ସେଣ୍ଟର ବୁଲି ଦେଖିଛନ୍ତି । ଏହାସହ ରାଜ୍ୟକୁ ବିସ୍ତୃତ ରିପୋର୍ଟ ମଧ୍ୟ ମାଗିଛନ୍ତି । ରାଜ୍ୟରେ ଥିବା ଭେଣ୍ଟିଲେଟର, ଆଇସିୟୁ, ଅକ୍ସିଜେନ ପର୍ଯ୍ୟାପ୍ତ ପରିମାଣରେ ଉପଲବ୍ଧ ଅଛି ନା ନାହିଁ ତାହା ସମ୍ବନ୍ଧରେ ମଧ୍ୟ ଆଲୋଚନା କରିଛନ୍ତି ।

ଏନେଇ ଜଣେ ଅଧିକାରୀ କହିଛନ୍ତି ଯେ, କୋଲକାତାରେ କେନ୍ଦ୍ରୀୟ ଟିମ ଉତ୍ତର ୨୪ ପ୍ରଗଣାରେ ଥିବା କ୍ୱାରେଣ୍ଟାଇନ ସେଣ୍ଟର ବୁଲି ଦେଖିଥିଲେ । ଅନ୍ୟ ଏକ ଟିମ୍ ବର୍ତ୍ତମାନ ବିଭିନ୍ନ ସ୍ଥାନକୁ ଗସ୍ତ କରିବେ ।

   Related Posts