Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • T20 World Cup: ଇତିହାସ ରଚିଲେ କର୍ଟିସ କାମ୍ପର, ୪ ବଲ୍‌ରେ ନେଲେ ୪ ଓ୍ଵିକେଟ୍
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୫ ଜଣଙ୍କ ଜୀବନ
  • ||
  • ମିଲରେ ଅଗ୍ନିକାଣ୍ଡ: ଜୀବନ ବଞ୍ଚାଇବାକୁ ବିଲଡିଂରୁ ଡେଇଁପଡିଥିଲେ ଶ୍ରମିକ, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୪୦ କୋଭିଡ୍ ପଜିଟିଭ୍
  • ||
  • ଲଖିମପୁର ହିଂସା ମାମଲାରେ ସଂଯୁକ୍ତ କିଷାନ ମୋର୍ଚ୍ଚାର ରେଳରୋକ, ୬ ଘଣ୍ଟିଆ ଆନ୍ଦୋଳନ ପାଇଁ ୧୪୪ ଧାରା
  • ||
  • ଫୁଲୁଛି ଜଳକା ନଦୀ, ବିପଦ ସଙ୍କେତ ଉପରେ ଜଳସ୍ତର
  • ||
  • ଚାଲାଣ ବେଳେ ୩୯ ଶ୍ରମିକ ଉଦ୍ଧାର, ଦାଦନ ଖଟିବାକୁ ଯାଉଥିଲେ ବିଜୟନଗରମ୍
  • ||
  • ବଙ୍ଗୋପସାଗରରେ ଟ୍ରପ୍ ଲାଇନ, ୪ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା
  • ||
  • ଏଯାଏଁ ମିଳୁନି ବାପା-ପୁଅଙ୍କ ପତ୍ତା, ରବିବାର ନାଗାବଳୀରେ ଭାସି ଯାଇଥିଲେ ଉଭୟ
  • ||

ପୂର୍ବ ଶତ୍ରୁତାରୁ ଆକ୍ରମଣ, ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

10/09/2021 at 2:47 PM

ବାଲିପାଟଣା ୧୦।୯: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ବାଲିପାଟଣା ଥାନା ଭାକରସାହିରେ ଜଣେ ବ୍ୟକ୍ତିଙ୍କୁ ଖଣ୍ଡାରେ ଆକ୍ରମଣ ହୋଇଛି । ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ବାଲିପାଟଣା ଗୋଷ୍ଠୀ ସ୍ଵାସ୍ଥ୍ୟକେନ୍ଦ୍ର, ପରେ କ୍ୟାପିଟାଲ ହସ୍ପିପିଟାଲରେ ଭର୍ତ୍ତି କରାଯାଇଥିଲା । ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ଭୁବନେଶ୍ଵର ଏମ୍ସରେ ଭର୍ତ୍ତି କରାଯାଇଛି । ଗୁରୁତର ବ୍ୟକ୍ତି ହେଉଛନ୍ତି ଭାକରସାହି ଗ୍ରାମ ବେହେରା ସାହିର ଅର୍ଜୁନ ବେହେରା ।

ଅର୍ଜୁନ ବେହେରା ଏବଂ ବିପିନ ବେହେରାଙ୍କ ପରିବାର ମଧ୍ୟରେ ଦୀର୍ଘ ଦିନରୁ ଜମିଜମା ବିବାଦ ଲାଗି ରହିଥିଲା । ଗତକାଲି ରାତିରେ କୌଣସି କାରଣରୁ ଉଭୟ ପରିବାର ମଧ୍ୟରେ ଯୁକ୍ତିତର୍କ ହୋଇଥିଲା । ଘଟଣାସ୍ଥଳରେ ପିସିଆର ପହଞ୍ଚିବା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା । ମାତ୍ର ବିପିନ ବେହେରା ଏଥିରେ କ୍ଷୁବ୍ଧ ହୋଇ ହାଣି ଦେବାର ଧମକ ଦେଇଥିଲା ।

ଶୁକ୍ରବାର ସକାଳୁ ଅର୍ଜୁନ କେନାଲକୁ ଗାଧୋଇବା ପାଇଁ ଯିବାବେଳେ ପୂର୍ବରୁ ଖଣ୍ଡାଧରି ଲୁଚି ରହିଥିବା ବିପିନ ଅତର୍କିତ ଆକ୍ରମଣ କରିଥିଲା । ଏଥିରେ ଅର୍ଜୁନଙ୍କର ହାତ ଏବଂ ଗୋଡରେ ଗଭୀର ଆଘାତ ଲାଗିଛି । ପ୍ରବଳ ରକ୍ତସ୍ରାବ ହେବା ଯୋଗୁଁ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହୋଇ ପଡିଥିଲା । ସଙ୍କଟାପନ୍ନ ଅବସ୍ଥାରେ ପରିବାର ଲୋକ ତାଙ୍କୁ ହସ୍ପିଟାଲ ନେଇଥିଲେ ।

   Related Posts