Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯୁକ୍ତ ୨ କଲେଜ୍ ଖୋଲିବାକୁ ପ୍ରସ୍ତୁତି ! ବିଶୋଧନ ଓ ସଫା କରି କ୍ଲାସ୍ ରୁମ୍ ପ୍ରସ୍ତୁତ କରିବାକୁ ଉଚ୍ଚ ଶିକ୍ଷା ବିଭାଗର ନିର୍ଦ୍ଦେଶ
  • ||
  • କମିବାରେ ଲାଗିଛି କରୋନା ସଂକ୍ରମଣ, ଆଜି ସୁସ୍ଥ ହୋଇ ଘରକୁ ଫେରିଲେ ୬୪୨ ଆକ୍ରାନ୍ତ
  • ||
  • ଫ୍ରାନ୍ସରେ ବିଜୟ ମାଲ୍ୟାଙ୍କ ବିରୋଧରେ EDଙ୍କ ବଡ କାର୍ଯ୍ୟାନୁଷ୍ଠାନ, ଜବତ ହେଲା ୧.୬ ମିଲିୟନ ୟୁରୋ ସମ୍ପତ୍ତି
  • ||
  • ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ଦେଲା କୃଷକ ସଂଗଠନ
  • ||
  • ପ୍ରଥମ ଟି-୨୦ରେ କଙ୍ଗାରୁ ଚିତ୍, ଚମକିଲେ ଭାରତୀୟ ବୋଲର, ଅଷ୍ଟ୍ରେଲିଆକୁ ୧୧ ରନରେ ହରାଇଲା ବିରାଟ ବାହିନୀ
  • ||
  • ୪ କ୍ବିଣ୍ଟାଲ ୬୦ କେଜି ଚନ୍ଦନ କାଠ ଜବତ: ଆନୁମାନିକ ମୂଲ୍ୟ ୭୦ ଲକ୍ଷ ଟଙ୍କାରୁ ଅଧିକ
  • ||
  • ଜଳେଶ୍ବର: ବିଶାଖା ଏଗ୍ରୋ ସୋରୁମ୍ ଆଗରେ ଚାଷୀମାନଙ୍କ ପକ୍ଷରୁ ଆମରଣ ଅନଶନ
  • ||
  • ଅପରାହ୍ନରେ ସ୍ଥଳଭାଗ ଛୁଇଁବ ‘ବୁରେଭି’ : କେରଳ-ତାମିଲନାଡୁର କିଛି ଜିଲ୍ଲାରେ ଛୁଟି ଘୋଷଣା, ବିମାନବନ୍ଦର ବନ୍ଦ
  • ||
  • ଜଗତପୁର : ଧାନ କଟାଳୀଙ୍କୁ ଶୁଣ୍ଢରେ କଚାଡି ମାରିଲା ହାତୀ
  • ||
  • ବାଲେଶ୍ବର ଓ ମୟୁରଭଞ୍ଜରେ ମୃଦୁ ଭୂକମ୍ପ ଝଟ୍‌କା ଅନୁଭୂତ
  • ||

ଘରୋଇ କଳିର କରୁଣ ପରିଣତି, ଅଜା ଓ ମାଉସୀଙ୍କୁ କଟୁରୀରେ ହାଣିଲା ଯୁବକ

15/05/2020 at 10:05 PM

ନୀଳଗିରି, ୧୫|୦୫ : ଘରୋଇ କଳିର କରୁଣ ପରିଣତି । କ୍ରୋଧର ବଶବର୍ତ୍ତୀ ହୋଇ ଜଣେ ଯୁବକ ତାର ଅଜା ଓ ମାଉସୀକୁ ହାଣି ଗୁରୁତର କରିପକାଇଛି। ବାଲେଶ୍ୱର ଜିଲ୍ଲା ରେମୁଣା ବ୍ଲକ ନୂଆଗାଁ ପଂଚାୟତ ଅଧିନ ନରହରିପୁରରେ ଏହି ଘଟଣାକୁ ନେଇ ଚାଞ୍ଚଲ୍ୟ ଖେଳିଯାଇଛି ।

ସୂଚନାନୁସାରେ, ରେମୁଣା ବ୍ଲକ ନୂଆଗାଁ ପଂଚାୟତ ଅଧିନ ନରହରିପୁର ଚନ୍ଦ୍ରା ସିଂ (୬୫)ଙ୍କ ସହିତ ତାଙ୍କ ନାତିର କୌଣସି କାରଣରୁ ଝଗଡା ଲାଗିଥିଲା। ଏଥିରେ ନାତି ରାଗି ଯାଇ ଚନ୍ଦ୍ରାଙ୍କୁ ଠେଙ୍ଗାରେ ଆକ୍ରମଣ କରିବା ସହ  ଏକ କଟୁରିରେ ହାଣି ପକାଇଥିଲା । ପରେ ତାଙ୍କ ମାଉସୀ ପୁନି ସିଂ (୩୫) ଛଡ଼ାଇବାକୁ ଆସିବାରୁ  ସେ ମଧ୍ୟ ଆକ୍ରମଣର ଶିକାର ହୋଇଥିଲେ।

ଗୁରୁତର ଭାବେ ପ୍ରଥମେ ଉଭୟ ଚନ୍ଦ୍ରା ଓ ପୁନିଙ୍କୁ ନୀଳଗିରି ଡାକ୍ତରଖାନାରେ ଭର୍ତି କରାଯାଇଥିଲା । ପରେ ସ୍ୱାସ୍ଥ୍ୟ ଅବସ୍ଥା ସଙ୍କଟାପନ୍ନ ଥିବାରୁ ସେମାନଙ୍କୁ ବାଲେଶ୍ଵର ମୁଖ୍ୟ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଆକ୍ରମଣ ପରେ ନାତି ଫେରାର ହୋଇଯାଇଛି।

   Related Posts