ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ, ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ
26/11/2020 at 7:53 AM

ଚଣ୍ଡିଖୋଲ ୨୬।୧୧: ନିର୍ମାଣଧୀନ ପାଣି ଟାଙ୍କି ଉପରେ ଚଢି ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବକଙ୍କୁ ଉଦ୍ଧାର କଲା ଚଣ୍ଡିଖୋଲ ଅଗ୍ନିଶମ ଅଧିକାରୀ । ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ଅଧୀନ ସୁନ୍ଦୁରିଆ ପଞ୍ଚାୟତରେ ଦେଖିବାକୁ ମିଳିଛି ଏଭଳି ଘଟଣା ।

ସୂଚନାଯୋଗ୍ୟ ଯେ, ସୁନ୍ଦୁରିଆ ପଞ୍ଚାୟତର ବସନ୍ତ କୁମାର ଜେନା ପାରିବାରିକ କଳହକୁ କେନ୍ଦ୍ରକରି ଆତ୍ମହତ୍ୟା କରିବା ପାଇଁ ସ୍ଥାନୀୟ ଅଞ୍ଚଳରେ ଥିବା ଏକ ପାଣିଟାଙ୍କିକୁ ଚଢି ଯାଇଥିଲେ । ସ୍ଥାନୀୟ ଲୋକେ ଏହାକୁ ଦେଖି ଚଣ୍ଡିଖୋଲ ଅଗ୍ନିଶମ ଅଧିକାରୀଙ୍କୁ ଜଣାଇଥିଲେ । ଘଟଣାସ୍ଥଳରେ ଅଗ୍ନିଶମ ଅଧିକାରୀ ପହଞ୍ଚି ପ୍ରାୟ ଏକ ଘଣ୍ଟାରୁ ଉର୍ଦ୍ଧ୍ବ ସମୟ ପରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଉଦ୍ଧାର କରିବାରେ ସଫଳ ହୋଇଥିଲା । ଉଦ୍ଧାର କରି ବସନ୍ତଙ୍କୁ ତାଙ୍କ ପରିବାର ପାଖରେ ପହଞ୍ଚାଇ ଥିଲେ ଅଗ୍ନିଶମ ଅଧିକାରୀ ।
Related Posts
ଝାରସୁଗୁଡା: ଜିଲ୍ଲା ସ୍ତରୀୟ ଜାତୀୟ କନ୍ୟା ସନ୍ତାନ ଦିବସ ପାଳିତ
24 January 2021