Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦିଲ୍ଲୀ: କରୋନା ଟିକା ନେବା ପରେ ୫୧ ଜଣଙ୍କ ଠାରେ ଦେଖାଗଲା ପାର୍ଶ୍ବ ପ୍ରତିକ୍ରିୟା
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୮୯୯ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଆରମ୍ଭ ହେଲା କୋଭିଡ୍ ଟିକାକରଣ, ୧୬୧ କେନ୍ଦ୍ରରେ ଚାଲିଛି ଟିକାଦାନ
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୭୮ କୋଭିଡ୍ ସଂକ୍ରମିତ, ୩୩୩୧୨୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ଦେଶରେ ଖସୁଛି କରୋନା ଗ୍ରାଫ୍, ଗତ ୨୪ଘଣ୍ଟାରେ ୧୫୧୫୮ କୋଭିଡ଼ ସଂକ୍ରମିତ ଚିହ୍ନଟ
  • ||
  • ଘାଟିରେ ଦୁର୍ଘଟଣା : ଟ୍ରକକୁ ସାମ୍ନା ପଟୁ ପିଟିଲା ବାଇକ୍‌, ଚାଲିଗଲା ଶଳା-ଭିଣୋଇଙ୍କ ଜୀବନ
  • ||
  • ବୈଠକ ପରେ ବୈଠକ କିନ୍ତୁ ଫଳ ଶୂନ ! ୧୯’ରେ ପୁଣି ଚାଷୀ-ସରକାର ଆଲୋଚନା
  • ||
  • ବରଗଡ଼: ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କାର ସୁନା-ଗହଣା ଲୁଟ, ୩ ଲୁଟେରା ଗିରଫ
  • ||

ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ, ଚିକିତ୍ସାଧିନ ଅବସ୍ଥାରେ ଜଣେ ମୃତ

14/12/2018 at 1:02 PM

ସାଲେପୁର ୧୪|୧୨: ଅଶାନ୍ତ ହୋଇଛି ମାହାଙ୍ଗା ଥାନା ଅଂଚଳ । ଗୁରୁବାର ରାତିରେ ପୂର୍ବ ଶତ୍ରୁତାକୁ ନେଇ ନୃତ୍ତାଙ୍ଗ ଗାଁର ଜଣେ ଦଳିତ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର ଅବସ୍ଥାରେ ତାଙ୍କୁ କଟକ ବଡ ମେଡିକାଲ ନିଆଯାଇଥିଲା । ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଛି । ଫଳରେ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହେବାରୁ ଘଟଣାସ୍ଥଳରେ ପୋଲିସ ଫୋର୍ସ ମୁତୟନ କରାଯାଇଛି । ମୃତ ବ୍ୟକ୍ତି ହେଉଛନ୍ତି ବିକାଶ ଜେନା ।

ସୂଚନା ଅନୁସାରେ  ଗୁରୁବାର ରାତିରେ ବିକାଶ ଯଂକୋଟି ଗାଁକୁ ନିଜର ବିଲରୁ ଧାନ କାଟିବା ପାଇଁ ମୁଲିଆ ଡାକିବାକୁ ଯାଇଥିଲେ । ସେହି ରାତିରେ ସଂଘବଦ୍ଧ ଆକ୍ରମଣ ତାଙ୍କୁ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି ।  ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ କରାଯାଇଥିବା ଜଣାପଡୁଛି । ଆକ୍ରମଣକାରୀଙ୍କ ହାବୁଡରେ ପଡିଯାଇଥିଲେ ବିକାଶ ଏବଂ ତାଙ୍କ ସାଙ୍ଗ । ଦୁର୍ବୃତ୍ତମାନେ ସେମାନଙ୍କୁ ମରଣାନ୍ତକ ଆକ୍ରମଣ କରିଥିଲେ । ବିକାଶଙ୍କୁ ଗୁରୁତର ଅବସ୍ଥାରେ କଟକ ନିଆଯାଇଥିଲା  । କିନ୍ତୁ ଚିକିତ୍ସାଧୀନ ଅବସ୍ଥାରେ ବିକାଶଙ୍କର ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ ଗ୍ରାମରେ ଦୁଇ ରାଜନୈତିକ ଗୋଷ୍ଠୀ ବିଜେଡି ଓ ବିଜେପି ଏବେ ମୁହାଁମୁହିଁ ସ୍ଥିତିରେ ଅଛନ୍ତି । ଯେକୌଣସି ମୁହୂର୍ତ୍ତରେ କିଛି ବି ଅଘଟଣ ଘଟିଯାଇପାରେ । ଫଳରେ ଗାଁରେ ପୋଲିସ ଫୋର୍ସ ମୁତୟନ କରାଯାଇଛି । ଅଭିଯୁକ୍ତମାନେ ଫେରାର ଅଛନ୍ତି ।

   Related Posts