Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଶେଷ ହେଲା ମାଟ୍ରିକ୍ ଅଫଲାଇନ୍ ପରୀକ୍ଷା, ୧୧ ରୁ ଆରମ୍ଭ ହେବ ମୂଲ୍ୟାୟନ
  • ||
  • ଉପର ମୁଣ୍ଡରେ ନାହିଁ ବଡ ବର୍ଷା, ରେଙ୍ଗାଳିରୁ ଗୋଟିଏ ଗେଟ୍ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ
  • ||
  • ସାଲେପୁର : AC ମେକାନିକ୍‌ଙ୍କ କାରନାମା, ମହିଳାଙ୍କ ଗାଧୁଆ ଘରେ ରେକର୍ଡିଂ ମୋଡ୍‌ରେ ମୋବାଇଲ୍ ରଖି ହେଲେ ଗିରଫ
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ଦେଶରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ବାହାରିଲେ ୪୨ହଜାରରୁ ଅଧିକ ପଜିଟିଭ୍
  • ||
  • ବାରିପଦା : ଆଜିଠୁ ଖୋଲିଲା ଦ୍ବିତୀୟ ଶ୍ରୀକ୍ଷେତ୍ର, ମୟୂରଭଞ୍ଜର ସମସ୍ତ ମଠ ମନ୍ଦିରରେ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ
  • ||
  • ମହାକାଳପଡା : ଆଜିଠୁ ଖୋଲିଲା ଐତିହାସିକସ୍ଥଳୀ ହୁକିଟୋଲା, ଜଳଯାତ୍ରାର ମଜା ଉଠାଉଛନ୍ତି ପର୍ଯ୍ୟଟକ
  • ||
  • ବୌଦ୍ଧ : ଚୋରା ଚାଲାଣ ବେଳେ ୧୬ପେଟି କଫ୍ ସିରପ୍ ଜବତ, ସ୍କର୍ପିଓ ସହ ଜଣେ ଗିରଫ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||
  • ଇତିହାସ ରଚିଲା ଭାରତୀୟ ହକି ଟିମ୍, ୪୧ ବର୍ଷ ପରେ ଅଲିମ୍ପିକ୍ସରେ ଜିତିଲା ପଦକ
  • ||

ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର

10/08/2020 at 9:02 PM

ଦିଗପହଣ୍ଡି, ୧୦|୦୮: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଳକ ଆଙ୍କୋରଡା ଗ୍ରାମରେ ଥିବା ଏକ ପୋଖରୀରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି । ସେ ପୋଖରୀରେ ବୁଡି ପ୍ରାଣ ହରାଇ ଥିବା ସୂଚନା ମିଳିଛି ।

ମୃତ ଯୁବକ ହେଲେ ସନ୍ତୋଷ ବଳିୟାର ସିଂ । ସେ ସୋମବାର ଅପରାହ୍ନ ରେ ଉଦ୍ଧାର କରାଯାଇଛି। ପୋଖରୀରେ ବୁଡି ସେ ମୃତ୍ୟୁବରଣ କରିଥିବା ପୋଲିସର ପ୍ରାଥମିକ ତଦନ୍ତରୁ ଜଣାପଡିଛି। ସନ୍ତୋଷ ପରିବାର ସହ ଗାଁ ନିକଟ ପଣ୍ଡା ଫାର୍ମ ହାଉସ ର ଏକ ଘରେ ବହୁବର୍ଷ ହେଲା ରହୁଥିଲେ।ସେ ଅପରାହ୍ନ ପ୍ରାୟ ୧ ଟାରେ ଫାର୍ମ ହାଉସ ପରିସରରେ ଥିବା ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ପୋଖରୀରୁ ଫେରିବାରେ ଡେରି ହେବାରୁ  ପରିବାର ଲୋକେ ତାଙ୍କୁ ଡାକିବାକୁ ପୋଖରୀକୁ ଯାଇଥିଲେ। ତେବେ  ସେ  ପାଣିରେ ଭାସୁଥିବା ଦେଖି ପରିବାର ଲୋକେ ତାଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ।ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ପଠାଇଛନ୍ତି।   

   Related Posts