Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||
  • କରୋନାରେ ଜୀବନ ହାରିଥିବା ଠିକାଦାରଙ୍କୁ ଆର୍ଥିକ ସହାୟତା ଦେଲା ଠିକାଦାର ସଂଘ
  • ||
  • ୧୦ ଡଲାରରୁ କମ୍‌ ମୂଲ୍ୟରେ ମିଳିବ ଋଷ କରୋନା ଭ୍ୟାକ୍‌ସିନ Sputnik V, ଜାନୁଆରୀରୁ ଆରମ୍ଭ ହେବ ଡେଲିଭରି
  • ||
  • ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା
  • ||
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||

ମାତାଲିର ସୈତାନୀ କାରନାମା : ଘର ଲୋକଙ୍କ ଖାଦ୍ୟରେ ମିଶାଇଦେଲା ବିଷ, ସ୍ତ୍ରୀ ଓ ୩ ସନ୍ତାନଙ୍କ ସହ ୫ ଗୁରୁତର

16/06/2020 at 12:07 PM

ମାଲକାନଗିରି ୧୬।୬: ମାଲକାନଗିରିରେ ନିଶାସକ୍ତ ଅବସ୍ଥାରେ ପରିବାର ଲୋକଙ୍କୁ ବିଷ ଦେଇ ଦେଇଛନ୍ତି ଜଣେ ବ୍ୟକ୍ତି । ଫଳରେ ପରିବାର ୫ ଜଣ ଗୁରୁତର ହୋଇଛନ୍ତି । ଗୁରୁତର ୫ ଜଣଙ୍କୁ ମାଥିଲି ମେଡିକାଲରେ ଭର୍ତ୍ତି କରାଯାଇଛି । ମାଥିଲି ଥାନା ଅନ୍ତର୍ଗତ କାଳିଆନାୟକଗୁଡା ଗାଁର ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ କାଳିଆନାୟକଗୁଡା ଗାଁର ଜଣେ ବ୍ୟକ୍ତି ଖାଦ୍ୟରେ ବିଷ ଦେବା ଯୋଗୁଁ ପରିବାରର ୫ ଜଣ ଗୁରୁତର ହୋଇଛନ୍ତି । ସୋମବାର ରାତିରେ ବାପା ମଦ ପିଇ ଆସି ଭାତରେ ବିଷ ଦେଇ ପରିବାରଲୋକଙ୍କୁ ମାରିବାକୁ ଉଦ୍ୟମ କରିଥିବା ଅଭିଯୋଗ ହୋଇଛି ।

ତେବେ ସେହି ବିଷ ମିଶା ଖାଦ୍ୟକୁ ସଂପୃକ୍ତ ବ୍ୟକ୍ତି ସ୍ତ୍ରୀ, ଭାଇ, ପୁଅ ଏବଂ ଦୁଇ ଝିଅ ଖାଇ ଗୁରୁତର ହୋଇଛନ୍ତି । ଗାଁ ଲୋକଙ୍କ ସହାୟତାରେ ଆମ୍ବୁଲାନ୍ସ ଯୋଗେ ସେମାନଙ୍କୁ ମାଥିଲି ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସମସ୍ତଙ୍କ ଚିକିତ୍ସା ମାଥିଲି ମେଡିକାଲରେ କରାଯାଉଛି ।

   Related Posts