Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ୱର : STF ପଞ୍ଝାରେ ବ୍ରାଉନସୁଗାର ବେପାରୀ, ୧କୋଟିରୁ ଅଧିକ ଟଙ୍କାର ଧଳାଜହର ଜବତ
  • ||
  • କଳାହାଣ୍ଡି : ମହାଲିଙ୍ଗ୍ ସନସାଇନ୍ ପବ୍ଲିକ୍ ସ୍କୁଲରେ ପ୍ରଶାସନର ତଦନ୍ତ, କାଗଜପତ୍ର ଯାଞ୍ଚ ସହ ଆୟବ୍ୟୟ ଅଟକଳର ଚାଲିଛି ଖୋଳତାଡ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୨୪ କୋଭିଡ୍ ପଜିଟିଭ୍
  • ||
  • ଟି୨୦ ବିଶ୍ୱକପ : ସୁପର-୧୨ରେ ଶ୍ରୀଲଙ୍କା, ୭୦ରନରେ ଆୟରଲ୍ୟାଣ୍ଡକୁ ଦେଲା ମାତ୍
  • ||
  • +୩ରେ ଲକ୍ଷେ ସିଟ୍ ଖାଲି, ଗୁରୁବାର ସ୍ପଟ୍ ଆଡମିଶନ ପାଇଁ ଆବେଦନ
  • ||
  • ରାଜ୍ୟରେ ଖରାଟିଆ ପାଗ, ୨୩ ସୁଦ୍ଧା ଫେରିଯିବ ମୌସୁମୀ
  • ||
  • ରାଜଧାନୀରେ ରହିବନି ମୁକୁଳା ଡ୍ରେନ୍ : ଦୁଇ ପାର୍ଶ୍ୱରେ ଲାଗିବ ତାରଜାଲି, ସମ୍ପ୍ରସାରଣ ହେବ ସଙ୍କୁଚିତ ନାଳ
  • ||

ପୂର୍ବ ଶତ୍ରୁତାରୁ ହତ୍ୟାକାଣ୍ଡ : ଟାଙ୍ଗିଆ ଚୋଟରେ ଗଲା ଜୀବନ, ମୃତକଙ୍କ ଘର ପୋଡିଦେଲା ଅଭିଯୁକ୍ତ

18/01/2021 at 11:39 AM

ରାଉରକେଲା ୧୮।୧: ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ହତ୍ୟାକାଣ୍ଡ । ରାଉରକେଲା ମହୁଲପଦା ଥାନା ପଟାମୁଣ୍ଡ ଗ୍ରାମରେ ଘଟିଛି ଏଭଳି ହତ୍ୟାକାଣ୍ଡ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଟାଙ୍ଗିଆ ଚୋଟରେ ବୃଦ୍ଧକୁ ହତ୍ୟା । ହତ୍ୟା କରିବା ସହ ଘର ପୋଡି ଦିଆଯାଇଛି ।

ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ ଜିଲ୍ଲା ମହୁଲପଦା ଥାନା ଅନ୍ତର୍ଗତ ଫୁଲଝର ପଞ୍ଚାୟତର ପଟାମୁଣ୍ଡ ଗ୍ରାମରେ ଚାଷ ଜମିକୁ କାଳିଆ ଦେହୁରୀ ଯାଇଥିବା ବେଳେ ସେହି ଗ୍ରାମର ଟାଂଗୁରୁ ଗିରି ଟାଙ୍ଗିଆ ଧରି ଚାଷ ଜମିରେ ପହଞ୍ଚିଥିଲେ । କାଳିଆ ଦେହୁରୀକୁ ଟାଙ୍ଗିଆ ଚୋଟରେ ହତ୍ୟା କରିବା ପରେ କାଳିଆ ଦେହୁରୀର ଘର ପୋଡି ଦେଇଛି ଟାଙ୍ଗୁର । ପୋଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ଅଭିଯୁକ୍ତ ଟାଂଗୁରୁ ଗିରିକୁ ଥାନାରେ ଅଟକ ରଖି ଅଧିକ ତଦନ୍ତ ଚଳାଇଛି ପୋଲିସ ।

   Related Posts