ନୀଳଗିରିରେ ଭାଲୁ ଆକ୍ରମଣରେ ଯୁବକ ଗୁରୁତର
16/09/2018 at 12:50 PM

ବାଲେଶ୍ୱର ୧୬/୯ : ନୀଳଗିରିରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି । ବାଲେଶ୍ୱର ଜିଲ୍ଲା ନୀଳଗିରି ଅଂଚଳରେ ଆଜି ସକାଳୁ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଜାମୁଜିହା ପଂଚାୟତ ରିଙ୍ଗପୁର ଗ୍ରାମର ଜୟରାମ ସିଂ ଆଜି ସକାଳୁ ଘରପାଖ ବିଲକୁ ଯାଇଥିଲେ । ପାଖରେ ଏକ ଭାଲୁ ଜଙ୍ଗଲକୁ ଫେରୁଥିବା ବେଳେ ତାଙ୍କୁ ଅତର୍କିତ ଭାବେ ଆକ୍ରମଣ କରିଥିଲା । ଜୟରାମଙ୍କ ମୁହଁ, ମୁଣ୍ଡ ଓ ହାତରେ ଗଭୀର କ୍ଷତ ହୋଇଥିବା ଜଣାପଡିଛି । ତାଙ୍କୁ ଗୁରୁତର ଭାବେ ନୀଳଗିରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ତାଙ୍କ ଅବସ୍ଥା ସଂକଟାପନ୍ନ ଥିବା ଜଣାପଡିଛି ।
Related Posts
ରୋଷେଇ ସମୟରେ ଅଘଟଣ : ଦେହରେ ନିଆଁ ଲାଗି ଗର୍ଭବତୀ ମହିଳା ଗୁରୁତର
26 February 2021
ଜଙ୍ଗଲରେ ଲାଗିଛି ନିଆଁ, ନିଦରେ ଶୋଇଛନ୍ତି ବନାଞ୍ଚଳ ଅଧିକାରୀ
26 February 2021