ବାରହା ଶିକାର ପାଇଁ ବିଦ୍ୟୁତ୍ ତାର ବିଛାଇଥିଲେ, ସଂସ୍ପର୍ଶରେ ଆସି ଚାଲିଗଲା ନିଜ ଜୀବନ

Published By : Prameya-News7 Bureau | January 28, 2021 IST

ଆଠମଲ୍ଲିକ ୨୮।୧: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଜଣଙ୍କର ମୃତ୍ୟୁ । ବାରହା ଶିକାର ପାଇଁ ବିଛାଇଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଥିଲେ । ଅନୁଗୋଳ ଜିଲ୍ଲା ପୁରୁଣାକୋଟ ଥାନା ଅନୁଳିଆ ରେଞ୍ଜ ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା ।

ସୂଚନାଯୋଗ୍ୟ ଯେ, ଅନୁଗୋଳ ଜିଲ୍ଲା ପୁରୁଣାକୋଟ ଥାନା ଅନୁଳିଆ ରେଞ୍ଜ ଜଙ୍ଗଲରେ ରେଡଶିଙ୍ଗା ଗ୍ରାମର ଉମାକାନ୍ତ ପ୍ରଧାନ ବାରହା ଶିକାର ପାଇଁ ବିଦ୍ୟୁତ ତାର ବିଛାଇଥିଲେ । ଏ ଖବର ବନ ବିଭାଗ ପାଇବା ପରେ ବନବିଭାଗ ତରଫରୁ ଚଢ଼ାଉ କରାଯାଇଥିଲା । ବନ ବିଭାଗ ଚଢାଉ କରିଥିବା ଖବର ଶୁଣି ଉମାକାନ୍ତ ବାରହା ପାଇଁ ବିଛା ଯାଇଥିବା ତାରକୁ ନେଇ ଯିବା ପାଇଁ ଚେଷ୍ଟା କରୁଥିବା ସମୟରେ ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସିଯାଇଥିଲେ । ଫଳରେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରାଯାଇଛି ।  

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.