ଶିଳପୁଆରେ ଛେଚି ସ୍ବାମୀକୁ ହତ୍ୟା କଲା ସ୍ତ୍ରୀ !

Published By : Prameya-News7 Bureau | May 16, 2020 IST

ବ୍ରହ୍ମପୁର ୧୬।୫: ବ୍ରହ୍ମପୁର ବଗୁଲି ସାହିରେ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଉଛନ୍ତି ବେଙ୍ଗ ବେହେରା । ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

ସୂଚନାଯୋଗ୍ୟ ଯେ, ବ୍ରହ୍ମପୁର ବଗୁଲି ସାହିର ବେଙ୍ଗ ବେହେରାଙ୍କ ମୃତଦେହ ଉଦ୍ଧାର ହୋଇଛି । ଶିଳପୁଆରେ ତାଙ୍କ ମୁଣ୍ଡକୁ ଆଘାତ କରି ହତ୍ୟା କରାଯାଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ତାଙ୍କ ସ୍ତ୍ରୀ ଠୁରି ବେହେରା ତାଙ୍କୁ ହତ୍ୟା କରିଥିବା ସନ୍ଦେହ କରାଯାଉଛି । ପୋଲିସ ଠୁରିକୁ ଅଟକ ରଖି ଘଟଣାର ତଦନ୍ତ ଜାରି ରଖିଛି । ମୃତଦେହକୁ ଜବତ କରି ପୋଷ୍ଟମର୍ଟମ ପାଇଁ ବ୍ରହ୍ମପୁର ବଡ ମେଡିକାଲକୁ ପଠାଇଛି ପୋଲିସ । ଘଟଣାର ଅଧିକ ତଦନ୍ତ କରୁଛି ପୋଲିସ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.