Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ବାତ୍ୟା ‘ଜଓ୍ଵାଦ’ ପ୍ରଭାବ: ଆସନ୍ତାକାଲି ୧୯ ଜିଲ୍ଲାରେ ସ୍କୁଲ ଛୁଟି
  • ||
  • ରାଜଧାନୀ ଦିଲ୍ଲୀରେ ‘ଓମିକ୍ରନ’ ଆତଙ୍କ ! ବିଦେଶ ଫେରନ୍ତା ୧୨ ରୋଗୀ LNJPରେ ଭର୍ତ୍ତି
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୯ ହଜାରରୁ ଅଧିକ କରୋନା ପଜିଟିଭ୍, ୩୯୧ ମୃତ
  • ||
  • ଓ୍ୱାଙ୍ଖଡେ ଟେଷ୍ଟରେ ମୁହାଁମୁହିଁ ହେବେ ଭାରତ ଓ ନ୍ୟୁଜିଲାଣ୍ଡ : ଫେରିଲେ ବିରାଟ, ଦେଖିବାକୁ ମିଳିବ ରୋମାଞ୍ଚକର ଫାଇଟ୍
  • ||
  • ପାଟଣା ରେଞ୍ଜରେ ହାତୀ ଆତଙ୍କ, ନଷ୍ଟ କରୁଛନ୍ତି ପାଚିଲା ଧାନ
  • ||
  • ଓଡିଶାରେ ବିରଳ ଘଟଣା : ଯୁବକଙ୍କ ପେଟରୁ ବାହାରିଲା ଭ୍ରୂଣ, ୫ ଘଣ୍ଟାର ଅପରେସନ ପରେ ବାହାର କଲେ ଡାକ୍ତର
  • ||
  • ଚିନ୍ତା ବଢାଇଲା ଓମିକ୍ରନ, ଦକ୍ଷିଣ ଆଫ୍ରିକାରେ ଲକଡାଉନ୍: ଭାରତରେ ମଧ୍ୟ ସ୍ଥିତି ସାଂଘାତିକ
  • ||
  • ଓଡିଶାରେ ଘସି ହୋଇଯିବ ଜଓ୍ୱାଦ ! ଉପକୂଳରେ ପ୍ରବଳ ବର୍ଷା, ୯୦ କିମି ବେଗରେ ବହିବ ପବନ
  • ||
  • ଚୋରା କାରବାରରେ ନାବାଳକ : ନବମ ଶ୍ରେଣୀ ଛାତ୍ରଙ୍କ ବ୍ୟାଗରୁ ମିଳିଲା ୨ କେଜି ଅଫିମ
  • ||

କେନାଲରୁ ମୃତଦେହ ଉଦ୍ଧାର, ଶୌଚ ହେବାକୁ ଯାଇ ବୁଡିଯାଇଥିବା ସନ୍ଦେହ

27/10/2020 at 10:53 AM

ଢେଙ୍କାନାଳ ୨୭।୧୦: ଢେଙ୍କାନାଳ ଜିଲ୍ଲା ସଦର ଥାନା ଅନ୍ତର୍ଗତ ଇନ୍ଦିପୁର ପାଖ ଦେଇ ଯାଇଥିବା ରେଙ୍ଗାଲି ଦକ୍ଷିଣ ପାର୍ଶ୍ଵ କେନାଳରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି । ଏହି ମୃତଦେହ ଭାସୁଥିବା ଦେଖି ସ୍ଥାନୀୟଲୋକ ଖବର ଦେଇଥିଲେ । ଖବର ପାଇ ସଦର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଦମକଳ ବାହିନୀ ସହାୟତାରେ ମୃତଦେହକୁ ପାଣିରୁ ଉଦ୍ଧାର କରିଛି । ମୃତ ବ୍ୟକ୍ତି ଜଣଙ୍କ ଗୋବିନ୍ଦପୁର ଫାଣ୍ଡି ଅନ୍ତର୍ଗତ ତାଳବରକୋଟ ପଟନାସାହିର ରାଧୁ ନାଏକ ବୋଲି ଜଣାପଡିଛି ।

ରାଧୁ ସୋମବାରଠାରୁ ତାଙ୍କ ଭଉଣୀ ଘର ସ୍ଥାନୀୟ ବେଶାଳିଆ ଗ୍ରାମକୁ ଆସିଥିଲେ । ତେବେ ସେ ଜଣେ ମାନସିକ ରୋଗୀ ବୋଲି ଜଣାପଡିଛି । ସୋମବାର ରାତିରେ ପାଖ କେନାଲକୁ ଶୌଚ ହେବାକୁ ଯାଇ ବୁଡିଯାଇଥିବା ଅନୁମାନ କରାଯାଇଛି । ସଦର ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ତଦନ୍ତ କରୁଛି ।

   Related Posts