Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୧୬ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ରାଜ୍ୟରେ ୧୬୩୩ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଟ୍ରକକୁ ପଛ ପଟୁ ପିଟିଲା ଟ୍ରଲର, ୨ ମୃତ
  • ||
  • ଡ଼କାୟତି ଯୋଜନା ପଣ୍ଡ, ବାଇପାସ କଡ଼ରୁ ୬ ଡକାୟତ ଗିରଫ
  • ||

ଭାରସାମ୍ୟ ହରାଇ ଓଲଟିଲା ଆମ୍ବ ବୋଝେଇ ଗାଡି, ଜଣେ ମୃତ

15/04/2020 at 8:14 AM

ଖଲ୍ଲିକୋଟ ୧୫।୦୪: ଭାରସାମ୍ୟ ହରାଇ ଓଲଟି ପଡିଲା ପିକ୍‌ଅପ୍‌ ଭ୍ୟାନ୍‌ । ରାସ୍ତାକଡକୁ ଓଲଟିବା ଦ୍ୱାରା ପିକ୍‌ଅପ୍‌ ଭ୍ୟାନ୍‌ରେ ଥିବା ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ଗିରିଶୋଳାର ବାବୁ ।  ଏବଂ ସେ ପିକ୍‌ଅପ୍‌ ଭ୍ୟାନ୍‌ ଡ୍ରାଇଭର ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି ।

ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ଛତ୍ରପୁର କଲେଜ ଛକ ନିକଟ ଦେଇ ଯାଇଥିବା ଜାତୀୟ ରାଜପଥ ଉପରେ ଦୁର୍ଘଟଣା ଘଟିଛି । ଏକ ଆମ୍ବ ବୋଝେଇ ପିକ୍‌ଅପ୍‌ ଗାଡି ଭାରସାମ୍ୟ ହରାଇ ଓଲଟି ପଡିଛି । ଯାହାଫଳରେ ଗାଡି ଡ୍ରାଇଭରଙ୍କ ମୃତ୍ୟୁ ହୋଇଛି । ଦୁର୍ଘଟଣାଟି ବିଳମ୍ବିତ ରାତିରେ ଘଟିଥିବା ଆଶଙ୍କା କରାଯାଉଛି । ଆମ୍ବ ବୋଝେଇ ଗାଡିଟି ଆନ୍ଧ୍ରରୁ ଭୁବନେଶ୍ୱର ଆସୁଥିବା ସୂଚନା । ତେବେ ଘଟଣାସ୍ଥଳରେ ପୋଲିସ  ପହଞ୍ଚି ମୃତଦେହ ଜବତ କରିବା ସହ ଛାନ୍‌ଭିନ୍‌ ଜାରି ରଖିଛି ।

   Related Posts