Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ହସପିଟାଲରୁ ଡିସଚାର୍ଜ ହେଲେ ମନୀଷ ସିସୋଦିଆ, କରୋନା ପରେ ଡେଙ୍ଗୁରେ ହୋଇଥିଲେ ଆକ୍ରାନ୍ତ

29/09/2020 at 6:08 PM

ନୂଆଦିଲ୍ଲୀ ୨୯/୦୯: ଦିଳ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ମେକ୍ସ ହସପିଟାଲରୁ ଆଜି ଡିସଚାର୍ଜ ହୋଇଛନ୍ତି। ତାଙ୍କର କରୋନା ରିପୋର୍ଟ ନେଗେଟିଭ୍ ଆସିବା ସହ ସ୍ବାସ୍ଥ୍ୟ ଅବସ୍ଥା ସ୍ଥିର ଥିବା ଜଣାପଡ଼ିଛି। ତେବେ ଏବେ ଡାକ୍ତର ତାଙ୍କୁ ସପ୍ତାହେ ପର୍ଯ୍ୟନ୍ତ ବିଶ୍ରାମ ନେବାକୁ ପରାମର୍ଶ ଦେଇଛନ୍ତି। କରୋନା ଓ ଡେଙ୍ଗୁରେ ଆକ୍ରାନ୍ତ ହେବା ପରେ ଦିଲ୍ଲୀର ମେକ୍ସ ହସପିଟାଲରେ ଚିକିତ୍ସିତ ହେଉଥିଲେ ।

ତାଙ୍କୁ ହସପିଟାଲରେ ପ୍ଲାଜମା ଥେରାପି ମଧ୍ୟ ଦିଆଯାଇ ଥିଲା। ସେପ୍ଟେମ୍ବର ୨୪ରେ ଏଲଏନଜିପି ହସପିଟାଲରୁ ସ୍ଥାନ୍ତରିତ କରାଯାଇ ମେକ୍ସ ହସପିଟାଲ ଅଣାଯାଇଥିଲା। ଜ୍ବର ଓ ନିଶ୍ବାସ-ପ୍ରଶ୍ବାସ ନେବାରେ ଅସୁବିଧା ହେବାରୁ ତାଙ୍କୁ ସେପ୍ଟେମ୍ବର ୨୩ରେ ହସପିଟାଲରେ ଭର୍ତି କରାଯାଇ ଥିଲା ।

ତେବେ ମନୀ:ଷ ସେପ୍ଟେମ୍ବର ୧୪ରେ କରୋନାରେ ଆକ୍ରାନ୍ତ ହୋଇଥିଲେ। ଏହା ପରେ ସେ ଘରେ ଏକାନ୍ତବାସରେ ରହିଥିଲେ। ଏକଥା ସେ ମଧ୍ୟ ସେତେବେଳେ ଟ୍ବିଟ୍ କରି ଜଣାଇ ଥିଲେ। ମାତ୍ର ପରେ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଅଧିକ ଖରାପ ହେବାରୁ ତାଙ୍କୁ ହସପିଟାଲରେ ଆଡମିଟ୍ କରାଯାଇଥିଲା।

   Related Posts