Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ପରଲୋକରେ ଦିବଙ୍ଗତ ଅଭିନେତା ବିଜୟ ମହାନ୍ତିଙ୍କ ମାଆ
  • ||
  • ଭୁବନେଶ୍ୱରରେ ପହଞ୍ଚିଲା ପ୍ରଥମ ପର୍ଯ୍ୟାୟ କୋଭିସିଲ୍ଡ ଟିକା, ୧୮ ବର୍ଷରୁ ୪୪ ବର୍ଷ ବୟସ୍କଙ୍କୁ ଦିଆଯିବ
  • ||
  • କୁକୁର ଆକ୍ରମଣରେ ହରିଣ ଗୁରୁତର, ଉଦ୍ଧାର କଲେ ଗାଁ ଲୋକେ…
  • ||
  • କଳାହାଣ୍ଡି : ଘର ବାହାରେ ଶୋଇଥିବା ବେଳେ ମାଡିଗଲା ଟ୍ରକ୍, ସ୍ତ୍ରୀ ମୃତ, ସ୍ବାମୀ ଗୁରୁତର
  • ||
  • ସାନଖେମୁଣ୍ଡି : କୋଭିଡ୍ କଟକଣା ଉଲଂଘନ କରି ଗାଁରେ ଚାଲିଥିଲା ବାହାଘର ଭୋଜିଭାତ, ବନ୍ଦ କଲା ପ୍ରଶାସନ
  • ||
  • ଚୋରି କରୁଥିଲା ବିଦ୍ୟୁତ ଖୁଣ୍ଟ, ଗାଁ ଲୋକଙ୍କ ହାତରେ ଧରାପଡିଲା ଚୋର
  • ||
  • ରାଜ୍ୟରେ କରୋନା ନେଲା ଆଉ ୨୧ଜଣଙ୍କ ଜୀବନ, ୨୧୬୧ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା
  • ||
  • ୧୧ ହଜାର ଉପରେ କରୋନା ସଂକ୍ରମଣ, ରାଜ୍ୟରେ ଗତ ୨୪ଘଣ୍ଟାରେ ବାହାରିଲେ ୧୧,୮୦୭ ପଜିଟିଭ୍
  • ||
  • କମିଲା ତାତି : ଆଜି ଏହି ସବୁ ଜିଲ୍ଲାରେ ବଜ୍ରପାତ ସହ କୁଆପଥର ବର୍ଷା ସମ୍ଭାବନା
  • ||
  • ସଂକ୍ରମଣ ରୋକିବାକୁ ରାଜ୍ୟରେ ସାପ୍ତାହିକ ସଟ୍‌ଡାଉନ୍, ଜରୁରୀ ସେବାକୁ ଛାଡ଼ିଦେଲେ ସବୁ ବନ୍ଦ
  • ||

କରୋନା ସଂକ୍ରମିତ ହୋଇଛନ୍ତି ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ମନିଷ ତିୱାରୀ, twitରେ ଦେଲେ ସୂଚନା

16/11/2020 at 7:44 PM

ନୂଆଦିଲ୍ଲୀ ୧୬।୧୧:  ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ମନିଷ ତିୱାରୀ କୋଭିଡ-୧୯ ସଂକ୍ରମିତ ହୋଇଛନ୍ତି। ସେ ନିଜେ ଟ୍ୱିଟ୍‌ କରି ସୋମବାର ଏହି ସୂଚନା ଦେଇଛନ୍ତି। ସେ କୋଭିଡ ପରୀକ୍ଷଣରେ ତାଙ୍କ ରିପୋର୍ଟ ସକରାତ୍ମକ ଆସିଥିବା ଜଣାଇଛନ୍ତି। ଏଣୁ ନିକଟ ଅତୀତରେ ଯେଉଁମାନେ ତାଙ୍କ ସମ୍ପର୍କରେ ଆସିଛନ୍ତି ସେମାନେ ନିଜକୁ କ୍ୱାରେଣ୍ଟାଇନ କରାନ୍ତୁ ବୋଲି ଅନୁରୋଧ କରିଛନ୍ତି।

ମନିଷଙ୍କ କୋଭିଡ ରିପୋର୍ଟ ପଜିଟିଭ ଜଣାପଡିବା ପରେ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଆନନ୍ଦ ଶର୍ମା ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଏ ନେଇ ସେ ତାଙ୍କ ଟ୍ୱିଟ୍‌ ହ୍ୟାଣ୍ଡଲରେ ଏକ ପୋଷ୍ଟ କରିଥିବା ବେଳେ ଘନିଷ୍ଠ ମିତ୍ର ତଥା ସହଯୋଗୀ କରୋନା ସଂକ୍ରମିତ ହେବା ସୂଚନା ମୋତେ ଆଶ୍ଚର୍ଯ୍ୟ କରିଥିବା ଉଲ୍ଲେଖ କରିଛନ୍ତି। ତାଙ୍କର ଆଶୁ ଆରୋଗ୍ୟ କାମନା କରୁଛି।

ସୂଚନା ଯୋଗ୍ୟ ଯେ ବରିଷ୍ଠ କଂଗ୍ରେସ ନେତା ଅହମ୍ମଦ ପଟେଲ କରୋନା ଆକ୍ରାନ୍ତ ହୋଇଥିବା ବେଳେ ରବିବାର ତାଙ୍କୁ ଗୁରଗ୍ରାମ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରୁତର ଥିବାରୁ ହସ୍ପିଟାଲ ଆଇସିୟୁରେ ରଖି ତାଙ୍କର ଚିକିତ୍ସା ହେଉଛି। ଏଥିରେ ମନିଷ ତିୱାରୀଙ୍କ ସଂକ୍ରମିତ ହେବା ସୂଚନା କଂଗ୍ରେସରେ ଆତଙ୍କ ଖେଳାଇ ଦେଇଛି।  

   Related Posts