Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କଳାହାଣ୍ଡି : ମମିତା ମେହେର ହତ୍ୟା ଘଟଣା : ମହାଲିଙ୍ଗ୍ ଷ୍ଟାଡିୟମ୍‌ରେ ଅନୁଧ୍ୟାନ କଲେ ମହିଳା କମିଶନ ଅଧ୍ୟକ୍ଷା
  • ||
  • ଭୁବନେଶ୍ବର : ପୁରୀ ନୀଳାଚଳ ହୋଟେଲ ବିକ୍ରି ପାଇଁ ଚାଲିଥିଲା ଯୋଜନା, ୫୦ଲକ୍ଷ ଟଙ୍କା ହେରଫେର ଅଭିଯୋଗରେ ଜଣେ ଗିରଫ
  • ||
  • ଭୁବନେଶ୍ବର : ଶସ୍ତା ରାଜନୀତି କରୁଛି ବିଜେପି, ମମିତା ମେହେର ପ୍ରସଙ୍ଗକୁ ରାଜନୀତିର ରୂପ ଦିଆଯାଉଛି : ବିଜେଡି
  • ||
  • ଭଦ୍ରକ : ଏକତରଫା ପ୍ରେମ : ନାବାଳିକା ଯାଉଥିବା ବାଇକ୍‌କୁ ଗୋଇଠା ମାରି ଗଡାଇଦେଲେ ଯୁବକ, ଏସ୍‌ପିଙ୍କ ଦ୍ବାରସ୍ଥ ହେଲେ ମା’
  • ||
  • ବାରଙ୍ଗ : ନନ୍ଦନକାନନରେ ବିରଳ ହିମାଳୟ ଅଣ୍ଡିରା ଭାଲୁ ‘ମୋତି’ର ମୃତ୍ୟୁ, ୫କୁ ଖସିଲା ସଂଖ୍ୟା
  • ||
  • ଫୁଲବାଣୀ : କନ୍ଧମାଳକୁ ଛୁଇଁଲା ପହିଲି ଶୀତ, କୁହୁଡି ଚାଦରରେ ଢାଙ୍କି ହେଲାଣି ସହର
  • ||
  • କେନ୍ଦୁଝର : ଶିଶୁ କନ୍ୟାର ଉଲଗ୍ନ ମୃତଦେହ ଉଦ୍ଧାର, ବୁଧବାରଠୁ ଝୁମର ନାଚ ଦେଖିବାକୁ ଯାଇ ନିଖୋଜ ଥିଲେ
  • ||
  • ପାକିସ୍ତାନ ବିପକ୍ଷରେ ଭାରତ ଫେଭରେଟ୍, ବିଜୟ ସମ୍ଭାବନା ଅଧିକ : ଅନୁମାନ ଲଗାଇଲେ ମହମ୍ମଦ ଅମିର
  • ||
  • କଣ୍ଟାବାଞ୍ଜି : ଝରଣୀ ଗାଁରେ ମମିତା ମେହେରଙ୍କ ପରିବାରକୁ ଭେଟିଲେ ରାଜ୍ୟ ମହିଳା ଆୟୋଗ ଅଧ୍ୟକ୍ଷାଙ୍କ ସହ ୪ଜଣିଆ ଟିମ୍
  • ||
  • ପନିପରିବା ଖାଇଦେଉଛନ୍ତି ବାର୍‌ହା, ଚିନ୍ତାରେ ଚାଷୀ
  • ||

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ମନୋରମା ମହାପାତ୍ରଙ୍କ ଶେଷକୃତ୍ୟ, ମୁଖ୍ୟମନ୍ତ୍ରୀଙ୍କ ଘୋଷଣା

19/09/2021 at 10:10 AM

ଭୁବନେଶ୍ୱର ୧୯।୦୯ : ବିଶିଷ୍ଟ ସମାଜସେବୀ ତଥା ଯଶସ୍ବୀ ସାରସ୍ଵତ ସାଧିକା ମନୋରମା ମହାପାତ୍ରଙ୍କ  ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହକାରେ କରାଯିବ । ଏନେଇ ମୁଖ୍ୟମନ୍ତ୍ରୀ  ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ପୁରୀ ସ୍ବର୍ଗଦ୍ଵାର ଠାରେ ସ୍ବର୍ଗତା ମହାପାତ୍ରଙ୍କ ଶେଷକୃତ୍ୟ ଆଜି ଅପରାହ୍ନରେ କରାଯିବ ।

ଖବର ଅନୁଯାୟୀ, ଶନିବାର ସନ୍ଧ୍ୟାରେ କଟକରେ ତାଙ୍କର ଦେହାନ୍ତ ହୋଇଥିଲା । ମୃତ୍ୟୁ ବେଳକୁ ତାଙ୍କୁ ୮୭ ବର୍ଷ ବୟସ ହୋଇଥିଲା । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଏସ୍‌ସିବି ମେଡିକାଲ୍‌ କାଜୁଆଲ୍‌ଟିକୁ ଅଣାଯାଇଥିଲା । ହେଲେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଯାଇଥିଲା । ଜଣେ ମାନବବାଦୀ କବୀ, ବଳିଷ୍ଠ ସ୍ତମ୍ଭକାର ତଥା ଓଜସ୍ୱିନୀ ସୁବକ୍ତା ଭାବେ ସ୍ୱତନ୍ତ୍ର ପରିଚୟର ଅଧିକାରୀ ହୋଇପାରିଥିବା ଶ୍ରୀମତୀ ମହାପାତ୍ର ଦୀର୍ଘ ଦିନ ଧରି ‘ସମାଜ’ର ସଂପାଦିକା ଭାବେ କାର୍ଯ୍ୟ କରିଥିଲେ ।

   Related Posts