Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା : ବଦଳିଲେ ତମାଣ୍ଡୋ ଥାନା IIC, ଚନ୍ଦକା ଥାନାର ସବ୍ ଇନ୍ସପେକ୍ଟର ତୁଲାଇବେ ଦାୟିତ୍ବ
  • ||
  • ଭୁବନେଶ୍ବର : ମନୀଷ ଅନୁରାଗ ମୃତ୍ୟୁ ମାମଲା, କନେଷ୍ଟବଳ ପ୍ରସନ୍ନ ବେହେରା ନିଲମ୍ବିତ
  • ||
  • ଜଗତସିଂହପୁର : ଦେବୀ ନଦୀରେ ବୁଡି ୫ମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ, ଅନ୍ୟ ୩ଜଣ ଉଦ୍ଧାର
  • ||
  • ବ୍ରହ୍ମପୁର : ବ୍ରହ୍ମପୁରରେ ସ୍ବର୍ଣ୍ଣିମ ବିଜୟ ବର୍ଷ ପାଳିତ, ପୋଲିସ ରିଜର୍ଭ ଗ୍ରାଉଣ୍ଡରେ ପହଞ୍ଚିଲା ମଶାଲ
  • ||
  • ଭୁବନେଶ୍ବର : ତେଲ ଟ୍ୟାଙ୍କରରେ ଗଞ୍ଜେଇ ଚାଲାଣ, ଅଢେଇ କ୍ବିଣ୍ଟାଲ ଗଞ୍ଜେଇ ସହ ୨ ଜଣଙ୍କୁ ଗିରଫ କଲା ଏନ୍‌ସିବି
  • ||
  • ବାଲିପାଟଣା : ବୃଦ୍ଧଙ୍କୁ ଚାପିଦେଲା ହାଇଓ୍ବା, ଘଟଣାସ୍ଥଳରେ ଚାଲିଗଲା ଜୀବନ
  • ||
  • ସୁନ୍ଦରଗଡ : ଗଛରୁ ଉଦ୍ଧାର ହେଲା ଯୁବକଙ୍କ ଝୁଲନ୍ତା ମୃତଦେହ, ଆତ୍ମହତ୍ୟା ସନ୍ଦେହ
  • ||
  • ବାରିପଦା : ମୟୁରଭଞ୍ଜରେ ସ୍ବାସ୍ଥ୍ୟ ସ୍ମାର୍ଟ କାର୍ଡ ବାଣ୍ଟିଲେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ
  • ||
  • ଭୁବନେଶ୍ବର : ବିନା ଛୁଞ୍ଚିରେ ଟିକା ନେବେ ଶିଶୁ, ଦୁଇଟି ଡୋଜ୍ ନେବା ପାଇଁ ପରାମର୍ଶ
  • ||
  • ଅନୁଗୋଳ : ପ୍ରାତଃ ଭ୍ରମଣରେ ଯାଇଥିବା ବେଳେ ପଡିଗଲେ ହାତୀ ହାବୁଡରେ, ଚାଲିଗଲା ଜୀବନ
  • ||

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଘୂର୍ଣ୍ଣିବଳୟ, ୧୩ରେ ନେବ ଲଘୁଚାପର ରୂପ: ଅଧା ଓଡ଼ିଶାରୁ ଫେରିଗଲା ମୌସୁମୀ

12/10/2021 at 9:06 AM

ଭୁବନେଶ୍ୱର, ୧୨/୧୦ : ଓଡ଼ିଶାରେ ସକ୍ରିୟ ଥିବା ଦକ୍ଷିଣ-ପଶ୍ଚିମ ମୌସୁମୀ ଅଧା ଓଡ଼ିଶାରୁ ଫେରିଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ଦେବଗଡ଼, ସମ୍ବଲପୁର, ବରଗଡ଼, ବଲାଙ୍ଗିର, ସୋନପୁର ଓ ନୂଆପଡ଼ା ଜିଲ୍ଲାରୁ ମୌସୁମୀ ସମ୍ପୂର୍ଣ୍ଣ ପ୍ରତ୍ୟାବର୍ତ୍ତନ କରିଛି । ସୋମବାର ସୁଦ୍ଧା ଅନୁଗୁଳ, ବୌଦ୍ଧର ଜିଲ୍ଲା ଅଧିକାଂଶ ଅଞ୍ଚଳ ଏବଂ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, କନ୍ଧମାଳ ଓ କଳାହାଣ୍ଡି ଜିଲ୍ଲାର ଅଳ୍ପ କିଛି ଅଞ୍ଚଳରୁ ମୌସୁମୀ ଫେରିଯାଇଛି ।

ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସ୍ପଷ୍ଟ କରିଛି । ସେହିପରି ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଧୀରେ ଧୀରେ ଘନୀଭୂତ ହେଉଛି । ଯାହାର ପ୍ରଭାବରେ ୧୩ ତାରିଖ ବେଳକୁ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଲଘୁଚାପ ସୃଷ୍ଟି ହେବ । ଯାହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବ ।

୧୫ ତାରିଖ ବେଳକୁ ଗଭୀର ଅବପାତ (ୱେଲ୍‌ ମାର୍କଡ୍‌)ରେ ପରିଣତ ହୋଇ ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳରେ ମାଡ଼ ହେବ । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ବଢ଼ିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସୂଚନାଯୋଗ୍ୟ, ଜୁନ୍‌ ୩ରେ କେରଳ ଛୁଇଁଥିଲା ମୌସୁମୀ । କେରଳ ଛୁଇଁବାର ପାଖାପାଖି ୧୦ ଦିନ ପରେ ଓଡ଼ିଶାରେ ପହଞ୍ଚିଥିଲା ।

ଚଳିତବର୍ଷ ରାଜ୍ୟରେ ବିଶେଷ ମୌସୁମୀ ବର୍ଷା ହୋଇନି । ୭ଟି ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । କଳାହାଣ୍ଡି ଜିଲ୍ଲାରେ ସର୍ବାଧିକ ୫୮ ମିଲିମିଟର ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ନବରଙ୍ଗପୁରରେ ୫୩, କୋରାପୁଟରେ ୪୮, ଅନୁଗୁଳରେ ୪୩, ଗଜପତିରେ ୪୦, ମୟୂରଭଞ୍ଜରେ ୩୭ ଓ କେନ୍ଦୁଝରେ ୩୬ ମିଲିମିଟର ନିଅଣ୍ଟିଆ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ରେକର୍ଡ କରିଛି ।

ସେହିପରି ମାଲକାନଗିରି, ଝାରସୁଗୁଡ଼ା, ସୁନ୍ଦରଗଡ଼ ଓ ଦେଓଗଡ଼ ଜିଲ୍ଲାରେ ସ୍ୱାଭାବିକଠୁ ଅତ୍ୟଧିକ ବର୍ଷା ହୋଇଥିବା କେନ୍ଦ୍ର ସୂଚନା ଦେଇଛି । ସୋମବାର ସକାଳ ୮ଟା ୩୦ରୁ ସନ୍ଧ୍ୟା ୫ଟା ୩୦ ମଧ୍ୟରେ ଚାନ୍ଦବାଲିରେ ୯ ମିଲିମିଟର ବର୍ଷା ହୋଇଥିବା ବେଳେ ବାଲେଶ୍ୱର ଓ ପାରାଦୀପରେ ସ୍ୱଳ୍ପ ବର୍ଷା ହୋଇଥିବା ଭୁବନେଶ୍ୱର ପାଣିପାଗ କେନ୍ଦ୍ର ରେକର୍ଡ କରିଛି ।

   Related Posts