Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଗହଣା ଦୋକାନରୁ ଚୋରି, ଛାତ କଣା କରି ଲୁଟିନେଲେ ୨ କିଲୋର ସୁନା ଅଳଙ୍କାର
  • ||
  • ସାରୁଅ ଜମି କେଳେଙ୍କାରୀ : ଓଡିଶା ଇନଫ୍ରାଟେକ୍‌ର ଦୁଇ କର୍ମଚାରୀ ଗିରଫ, ଶ୍ରମିକଙ୍କୁ ଧମକ ଅଭିଯୋଗରେ ବାନ୍ଧିଲା ବାଘମାରୀ ପୋଲିସ
  • ||
  • IPL 2020: ବୁମରା ଓ ବୋଲ୍ଟଙ୍କ ଶାଣିତ ବୋଲିଂ ପରେ ଇଶାନଙ୍କ ଅର୍ଦ୍ଧଶତକ, ୯ ଓ୍ଵିକେଟ୍‌ରେ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀର କ୍ରମାଗତ ଚତୁର୍ଥ ପରାଜୟ
  • ||
  • ଭୁବନେଶ୍ୱର : ଆସିଲା ଅନଲକ୍ ୬.୦ ଗାଇଡ଼ଲାଇନ୍‌
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ
  • ||
  • ଭୁବନେଶ୍ୱର : ରାଜ୍ୟରେ ୧୪୭୦ କରୋନା ସଂକ୍ରମିତ ଚିହ୍ନଟ
  • ||
  • ଭୁବନେଶ୍ୱର : ୧୬ତାରିଖରେ ଖୋଲିବ ସ୍କୁଲ, ନବମରୁ ଦ୍ୱାଦଶ ଶ୍ରେଣୀ ଯାଏଁ ପିଲା ପଢିବାକୁ ଆସିବେ
  • ||
  • ଝରକା ତାଡ଼ି ବ୍ୟାଙ୍କରୁ ଲୁଟ୍ ! ପୋଲିସର ତଦନ୍ତ ଜାରି
  • ||
  • ଭୟଙ୍କର ଭୂକମ୍ପରେ ଥରିଲା ତୁର୍କୀ ଓ ଗ୍ରୀସ : ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି, ୭ ଶହରୁ ଅଧିକ ଆହତ
  • ||
  • ସାଲେପୁର : ଟ୍ରକକୁ ଧକ୍କାଦେଲା ଆଉ ଏକ ଟ୍ରକ, ଜଣେ ମୃତ
  • ||

ଦକ୍ଷିଣ ଓଡିଶାକୁ ଛୁଇଁଲା ମୌସୁମୀ, ୭୨ ଘଣ୍ଟା ମଧ୍ୟରେ ସାରା ଓଡିଶାରେ ବର୍ଷା

21/06/2019 at 12:40 PM

ଭୁବନେଶ୍ବର ୨୧|୬: ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ଓଡିଶାକୁ ମୌସୁମୀ ଛୁଇଁଥିବା ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି । ଏହାର ପ୍ରଭାବରେ ୭୨ ଘଣ୍ଟା ମଧ୍ୟରେ ସାରା ଓଡିଶାରେ ବର୍ଷା ହେବ ।

ପ୍ରାଥମିକ ପର୍ଯ୍ୟାୟରେ ଏହା ଦକ୍ଷିଣ ଓଡିଶାରେ ସକ୍ରିୟ ହୋଇ ଗଂଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ । ପରବର୍ତି ସମୟରେ ଉପକୂଳ ଓ ଉତର ଓଡିଶାକୁ ମୌସୁମୀ ବ୍ୟାପିବ । ୨୩ ତାରିଖ ପର୍ଯ୍ୟନ୍ତ ଓଡିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇଛି । ଆସନ୍ତା ୩ ଦିନ ଯାଏଁ ଏପରି ବର୍ଷା ଲାଗିରହିବ । ସାରା ରାଜ୍ୟରେ ପାଗ ପରିବର୍ତ୍ତନ ସାଙ୍ଗକୁ ସବୁ ଜିଲ୍ଲାରେ ପ୍ରାକ୍ ମୌସୁମୀ ବର୍ଷା ହେବ । ପଶ୍ଚିମ ଓଡ଼ିଶାରେ ମଧ୍ୟ ୨୪ ଘଣ୍ଟାରେ ତାତି ରୁ ନିସ୍ତାର ମିଳିବ ।

ସେହିପରି ୧୧ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ସକାଳ ୧୦.୩୦ରୁ ୧.୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏ ସବୁ ଜିଲ୍ଲା ଗୁଡିକ ହେଲା  କେନ୍ଦୁଝର, ଢେଙ୍କାନାଳ, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଏବଂ ନୟାଗଡ । ଏହି ସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।

   Related Posts