Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଯାଜପୁର ରୋଡ୍ : ଉପ-କାରାଗାରରେ ବିଚାରାଧୀନ କଏଦୀଙ୍କ ଆତ୍ମହତ୍ୟା, କାରଣ ଅସ୍ପଷ୍ଟ
  • ||
  • ଢେଙ୍କାନାଳ : ଜଙ୍ଗଲୀ ଜନ୍ତୁକୁ ମାରି ମାଂସ ଭାଗବଣ୍ଟା କଲେ, ଭାଗ ଛିଡିଲାନି ବୋଲି ଜଣଙ୍କୁ ମାରିଦେଲେ, ଅଭିଯୁକ୍ତ ଫେରାର
  • ||
  • ଚଣ୍ଡିଖୋଲ : କ୍ୟାବିନରୁ ୨ଶହ ଲିଟର ଡିଜେଲ ଜବତ, ଜଣେ ଗିରଫ
  • ||
  • ପଟ୍ଟାମୁଣ୍ଡାଇ : ନଦୀରେ ଭାସୁଛି କୁମ୍ଭୀରର ମୃତଦେହ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭଦ୍ରକ : ଗାଁ ମୁହାଁ ହାତୀ ପଲ, ଭୟଭୀତ ଗ୍ରାମବାସୀ, ପଡିଲା ତାଟି କବାଟ
  • ||
  • ମନ୍ଦିର ନିକଟରେ ପଡିଛି ଅଜଣା ଯୁବକ ମୃତଦେହ, ହତ୍ୟା ନା ଆଉ କିଛି ?
  • ||
  • କମୁଛି ମୃତ୍ୟୁସଂଖ୍ୟା : ରାଜ୍ୟରେ ଗତ ୨୪ଘଣ୍ଟାରେ କରୋନା ନେଲା ୩୮ ଜଣଙ୍କ ଜୀବନ
  • ||
  • କମୁଛି ସଂକ୍ରମଣ, ରାଜ୍ୟରେ ୨୪ ଘଣ୍ଟାରେ ୨୯୫୭ କୋଭିଡ୍ ପଜିଟିଭ୍ ଚିହ୍ନଟ
  • ||
  • ଅମାନବୀୟ : ଗୋଡାଇବାରୁ କୁକୁରକୁ ହତ୍ୟା, ଜଣେ ଗିରଫ
  • ||
  • ସ୍ନାନ ପୂର୍ଣ୍ଣିମା ପାଇଁ ପୁରୀରେ ୧୪୪ ଧାରା, ଆସନ୍ତାକାଲି ରାତି ୧୦ଟାରୁ ୨୫ ତାରିଖ ଭୋର ୨ଟା ପର୍ଯ୍ୟନ୍ତ କଟକଣା ଲାଗୁ
  • ||

ଆଜି ଓଡିଶା ଛୁଇଁବ ମୌସୁମୀ, ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ

21/06/2019 at 9:06 AM

ଭୁବନେଶ୍ବର ୨୧|୬: ଆଜି ଦକ୍ଷିଣ ଓଡ଼ିଶା ଛୁଇଁବ ମୌସୁମୀ ବାୟୁ ।  ଆସନ୍ତା ୧୨ ଘଣ୍ଟା ଭିତରେ ଦକ୍ଷିଣ ଓଡିଶାରେ ସକ୍ରିୟ ହେବ ମୌସୁମୀ । ପ୍ରାଥମିକ ପର୍ଯ୍ୟାୟରେ ଏହା ଦକ୍ଷିଣ ଓଡିଶାରେ ସକ୍ରିୟ ହେବା ସହ ଗଂଜାମ, ଗଜପତି, କନ୍ଧମାଳ, ବୌଦ୍ଧ, କଳାହାଣ୍ଡି ଆଦି ଜିଲ୍ଲାରେ ପ୍ରବଳ ବର୍ଷା ହେବ ।

ପରବର୍ତ୍ତୀ ସମୟରେ ଉପକୂଳ ଓ ଉତ୍ତର ଓଡିଶାକୁ ମୌସୁମୀ ବ୍ୟାପିବ । ୨୩ ତାରିଖ ପର୍ଯ୍ୟନ୍ତ ଓଡିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ମିଳିଛି । ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇଛି । ଆସନ୍ତା ୩ ଦିନ ଯାଏଁ ଏପରି ବର୍ଷା ଲାଗିରହିବ । ସାରା ରାଜ୍ୟରେ ପାଗ ପରିବର୍ତ୍ତନ ସାଙ୍ଗକୁ ସବୁ ଜିଲ୍ଲାରେ ପ୍ରାକ୍ ମୌସୁମୀ ବର୍ଷା ହେବ । ପଶ୍ଚିମ ଓଡ଼ିଶାରେ ମଧ୍ୟ ୨୪ ଘଣ୍ଟାରେ ତାତି ରୁ ନିସ୍ତାର ମିଳିବ ।

ସେହିପରି ୧୪ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ସକାଳ ୭.୩୦ରୁ ୧୦.୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏ ସବୁ ଜିଲ୍ଲା ଗୁଡିକ ହେଲା  ଗଞ୍ଜାମ, ଗଜପତି, କନ୍ଧମାଳ, କୋରାପୁଟ, ରାୟଗଡା, ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା ଏବଂ ନୟାଗଡ । ଏହି ସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।

   Related Posts