Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଏମସିଡି ଉପ ନିର୍ବାଚନ : ଚୌକା ମାରିଲା ଆପ୍, କଂଗ୍ରେସର ଗୋଟିଏରେ ବଡ ବିଜୟ, କିନ୍ତୁ ଖାତା ଖୋଲି ପାରିଲାନି ବିଜେପି
  • ||
  • ମଦ୍ରାସାରେ ପଢାଯିବ ଗୀତା, ଯୋଗ ଓ ରାମାୟଣ : ପାଠ୍ୟକ୍ରମରେ ସାମିଲ କଲା ଏନଆଇଓଏସ
  • ||
  • ଗଜପତି : ଜେଇଙ୍କ ଘରେ ଭିଜିଲାନ୍ସ ଚଢାଉ, ୨ କୋଟିରୁ ଅଧିକ ଟଙ୍କାର ସମ୍ପତ୍ତି ଠାବ
  • ||
  • ସମ୍ବଲପୁର : ଯୁଜୁମୁରା ରେଞ୍ଜରେ ବାରମ୍ବାର ହାତୀ ମୃତ୍ୟୁ ଘଟଣା : ନିଲମ୍ବିତ ହେଲେ ସଦର ରେଞ୍ଜର
  • ||
  • ସମ୍ବଲପୁର : ଦୁଇ ବାଇକ୍ ଉପରେ ଚଢିଗଲା ଟ୍ରକ୍, ୩ ମୃତ, ଜଣେ ଗୁରୁତର
  • ||
  • ସୋର : ୮ଲକ୍ଷ ଟଙ୍କା ପାଇଁ କିଡ୍‌ନାପ୍ ! ବନ୍ଧୁକ ମୁନରେ ହତ୍ୟା ଧମକର ଭିଡିଓ ଭାଇରାଲ୍
  • ||
  • ସୋନପୁର : ଭିଜିଲାନ୍ସ ଜାଲରେ ଶିକ୍ଷକ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ମାର୍ଚ୍ଚ ୫ରେ ‘ଓମେନ୍ ଆଚିଭର୍ସ ଅଫ୍ ଓଡ଼ିଶା’ ପୁରସ୍କାର ସମାରୋହ
  • ||
  • କରଞ୍ଜିଆ : କରଞ୍ଜିଆ ବନଖଣ୍ଡ ଅଞ୍ଚଳରେ ଜଳୁଛି ଜଙ୍ଗଲ, ଫେଲ୍ ମାରିଛି ବନ ବିଭାଗର ନିଆଁ ଲିଭା ଅଭିଯାନ
  • ||
  • ଚିନ୍ତା ବଢାଉଛି କରୋନାର ବ୍ରାଜିଲ ଭାରିଏଣ୍ଟ, ରହିଛି ପୁନଃ ସଂକ୍ରମଣ କ୍ଷମତା
  • ||

ସୀମାନ୍ତରେ ଏନ୍‌କାଉଣ୍ଟର, ୧୦ରୁ ଅଧିକ ମାଓ କ୍ୟାମ୍ପ ଧ୍ୱଂସ

19/01/2021 at 12:40 PM

ମାଲକାନଗିରି ୧୯।୦୧: ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର । ଛତିଶଗଡ଼ ଦାନ୍ତେଓ୍ୱାଡ଼ା ଜିଲ୍ଲା ନାହାଡ଼ି ଜଙ୍ଗଲରେ ସୁରକ୍ଷାକର୍ମୀ-ନକ୍ସଲ ମଧ୍ୟରେ ଗୁଳିବିନିମୟ ହୋଇଛି । ସୁରକ୍ଷାକର୍ମୀଙ୍କ ଗୁଳିରେ ୧୦ରୁ ଅଧିକ ମାଓ କ୍ୟାମ୍ପ ଧଂସ ହୋଇଛି । ଏନେଇ ଦାନ୍ତେଓ୍ୱାଡ଼ା ଏସ୍‌ପିଙ୍କ ପକ୍ଷରୁ ସୂଚନା ଦିଆଯାଇଛି ।

ଖବର ଅନୁଯାୟୀ, ଦାନ୍ତେଓ୍ୱାଡ଼ା ଜିଲ୍ଲା ନାହାଡି ଜଙ୍ଗଲରେ ସୁରକ୍ଷାକର୍ମୀ ଓ ସ୍ଥାନୀୟ ପୋଲିସଙ୍କ ପକ୍ଷରୁ କୁମ୍ବିଂ ଅପରେସନ ହୋଇଥିଲା । ଜଙ୍ଗଲରେ କିଛି ନକ୍ସଲ ଲୁଚି ରହିଥିବାର ଖବର ମିଳିବା ପରେ ସର୍ଚ୍ଚ ଅପରେସନ ଆରମ୍ଭ କରିଥିଲେ ସୁରକ୍ଷାକର୍ମୀ । ଜଙ୍ଗଲରେ ସୁରକ୍ଷାକର୍ମୀ-ନକ୍ସଲ ମଧ୍ୟରେ ଗୁଳିବିନିମୟ ହୋଇଥିଲା । ଏହି ଗୁଳିବିନିମୟରେ କିଛି ନକ୍ସଲ ନିହତ ହୋଇଥିବାର ସୂଚନା ମିଳିଛି । କିନ୍ତୁ ବର୍ତ୍ତମାନ ପର୍ଯ୍ୟନ୍ତ କେତେଜଣ ନକ୍ସଲ ନିହତ ହୋଇଛନ୍ତି , ସେନେଇ କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ସେପଟେ  ଏହି ଏନ୍‌କାଉଣ୍ଟର ପରେ ନକ୍ସଲମାନେ ଛତ୍ରଭଙ୍ଗ ଦେଇଛନ୍ତି । ଜଙ୍ଗଲରୁ ୧୦ରୁ ଅଧିକ ମାଓ କ୍ୟାମ୍ପକୁ ଧ୍ୱଂସ କରିଛନ୍ତି ସୁରକ୍ଷାକର୍ମୀ । ଠାବ ହୋଇଥିବା କ୍ୟାମ୍ପରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ ହୋଇଛି । ଏନେଇ ଦନ୍ତେୱାଡା ଏସପି ଅଭିଷେକ ପଲ୍ଲଭ ସୂଚନା ଦେଇଛନ୍ତି ।

   Related Posts