Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେରଳରେ ଭୀଷଣ ବର୍ଷା: ୫ ଜିଲ୍ଲାରେ ବନ୍ୟା ପରିସ୍ଥିତି, ଭୂସ୍ଖଳନରେ ଜଣେ ମୃତ, ୧୨ ନିଖୋଜ
  • ||
  • ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ ଡେଙ୍ଗୁ, ସ୍ବାସ୍ଥ୍ୟବସ୍ଥାରେ ଆସୁଛି ସୁଧାର
  • ||
  • କାମେଶ୍ୱର ମନ୍ଦିରରୁ ଚୋରି, ଦାନବାକ୍ସ ଭାଙ୍ଗି ଟଙ୍କା ଲୁଟିନେଲେ ଦୁର୍ବୃତ୍ତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୩ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୩୫୮ କୋଭିଡ୍ ପଜିଟିଭ୍
  • ||
  • ନବୀନ @ ୭୬, ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦୀ
  • ||
  • ୭୬ ବର୍ଷରେ ପାଦ ଦେଲେ ନବୀନ, କରୋନା ମହାମାରୀ ପାଇଁ ପାଳିବେନି ଜନ୍ମଦିନ
  • ||
  • ଶାରଦୀୟ ଦୁର୍ଗାପୂଜା ଶେଷ, ଶନିବାର ଧରାପୃଷ୍ଠରୁ ବିଦାୟ ନେବେ ମା
  • ||
  • ହାଟରୁ ଫେରୁଥିବା ବେଳେ ବୃଦ୍ଧାଙ୍କୁ ଗଣଦୁଷ୍କର୍ମ, ଘରେ ଛାଡିଦେବେ କହି ଇଜ୍ଜତ ଲୁଟିଲେ ୮ ସଇତାନ
  • ||
  • କଟକ : କଟକରେ ଏନ୍‌କାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ରାକେଶ ଆହତ
  • ||

ମାଓବାଦୀ-ସୁରକ୍ଷାକର୍ମୀ ଗୁଳି ବିନିମୟ : ଠାବ ହେଲା ମାଓ କ୍ୟାମ୍ପ, ଛତ୍ରଭଙ୍ଗ ଦେଲା ଟପ୍ ମାଓ ନେତା ସୁରାନା

23/09/2021 at 12:50 PM

ମାଲକାନଗିରି ୨୩।୦୯: ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ । ମାଲକାନଗିରି ଜିଲ୍ଲା ମାଥିଲି ଥାନା ତୁଳସୀ ପାହାଡ଼ ନିକଟ କିରିମିଟି ଗାଁ ନିକଟରେ ଠାବ ହୋଇଛି ମାଓ କ୍ୟାମ୍ପ । ବିପୁଳ ପରିମାଣର ମାଓ ସାମଗ୍ରୀ ଠାବ ହୋଇଛି ।

ଖବର ଅନୁଯାୟୀ, ମାଲକାନଗିରି ଜିଲ୍ଲା ମାଥିଲି ଥାନା ଅନ୍ତର୍ଗତ ତୁଳସି ପାହାଡ ଉପରେ ଥିବା କିରିମିଟି ଗାଁ ନିକଟରେ ନକ୍ସଲ ମାନେ ଏକ କ୍ୟାମ୍ପ କରି ରହିଥିବା ପୋଲିସର ଗୁଇନ୍ଦା ବିଭାଗକୁ ସୂଚନା ମିଳିଥିଲା । ଏହାପରେ ଜବାନଙ୍କ ପକ୍ଷରୁ କୁମ୍ବିଂ ଅପରେସନ ଆରମ୍ଭ କରାଯାଇଥିଲା । ଏହି କୁମ୍ବିଂ ଅପରେସନରେ  ଏସଓଜି, ଡିଭିଏଫ ଓ ବିଏସଏଫ ବାହୀନି ସାମିଲ ଥିଲେ । ତେବେ  ସୁରକ୍ଷା କର୍ମୀଙ୍କ ଆସିବା ଦେଖି ମାଓବାଦୀ ମାନେ ପ୍ରଥମେ ଗୁଳି ଚାଳନା କରିଥିଲେ । ଏହା ପରେ ଜବାନ ମାନେ ମଧ୍ୟ ଏହାର ପାଲଟା ଜବାବ ଦେଇଥିଲେ ।

ପ୍ରାୟ ଦୁଇ ଘଣ୍ଟାରୁ ଅଧିକ ସମୟ ଧରି ଗୁଳି ବିନିମୟ ହେବା ପରେ ନକ୍ସଲ ମାନେ ଛତ୍ରଭଙ୍ଗ ଦେଇଥିଲେ । ଘଟଣା ପରେ ଜବାନଙ୍କ ପକ୍ଷରୁ ସେଠାରେ ସର୍ଚ୍ଚ ଅପରେସନ ଆରମ୍ଭ ହୋଇଥିଲା  । ଏହି ସର୍ଚ୍ଚ ଅପରେସନ ସମୟରେ ମାଓ ଶିବିରରୁ ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ ହୋଇଥିଲା । ଯାହା ମଧ୍ୟରେ ଅନେକ ଅଫୁଟା ଗୁଳି, ଲ୍ୟାଣ୍ଡମାଇନ, ଡିଟୋନିଟର, ୱାକି ଟକି, ନକ୍ସଲ କିଟ୍ ବ୍ୟାଗ, ପୋଷାକ ଓ ଔଷଧ ସହ ମାଓ ପୋଷ୍ଟର ରହିଛି । ଟପ୍ ମାଓ ନେତା ସୁରେସ ଓରଫ ସୁରାନା ଏହି ମାଓ ଶିବିରରୁ ଖସି ପଳାଇଥିବା ମାଲକାନଗିରି ଏସପି ସୂଚନା ଦେଇଛନ୍ତି ।

   Related Posts