ମାଓ କ୍ୟାମ୍ପ୍ ଠାବ : ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ

Published By : Prameya-News7 Bureau | October 28, 2020 IST

ମାଲକାନଗିରି ୨୮।୧୦: ମାଲକାନଗିରି ପୋଲିସକୁ ମିଳିଲା ବଡ ସଫଳତା । ମଙ୍ଗଳବାର ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳର ପାପୁଲୁର ଅଞ୍ଚଳରେ ମାଓ କ୍ୟାମ୍ପ ଚାଲିଥିବା ନେଇ ଗୁଇନ୍ଦା ସୂଚନା ମିଳିଥିଲା । ଏହା ପରେ ଏସଓଜି ଓ ବିଏସଏଫ ବାହିନୀର ମିଳିତ କମ୍ବିଂ ଅପରେସନ ଆରମ୍ଭ ହୋଇଥିଲା । ଯବାନଙ୍କୁ ଦେଖି ମାଓବାଦୀମାନେ ଗୁଳି ଚାଳନା କରିବାରୁ ଯବାନମାନେ ମଧ୍ୟ ପାଲଟା ଆକ୍ରମଣ କରିଥିଲେ ।

{"id":352122,"sizeSlug":"large"}

ଦୀର୍ଘ ୩ ଘଣ୍ଟାରୁ ଅଧିକ ସମୟ ଧରି ଉଭୟ ପକ୍ଷରୁ ଗୁଳିବିନିମୟ ହୋଇଥିଲା । ସେହି ସ୍ଥାନରୁ ଅତ୍ୟାଧୁନିକ ବନ୍ଧୁକ, ଗୁଳି ଓ ବିସ୍ଫୋରକ ଜବତ କରାଯାଇଛି । ଏସଓଜି ଯବାନଙ୍କ ପକ୍ଷରୁ କମ୍ବିଂ ଅପରେସନ ଜୋରଦାର କରାଯାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.