Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସାଲେପୁର : ମକର ଯାତ୍ରାରୁ ନାବାଳିକାଙ୍କୁ ଟେକି ନେଇ ନଦୀପଠାରେ ଗଣଦୁଷ୍କର୍ମ, ଥାନାରେ ଏତଲା, ଭାଇରାଲ୍ ଭିଡିଓ ନେଇ ପୋଲିସର ଛାନଭିନ୍
  • ||
  • କେନ୍ଦ୍ରାପଡା : ଚିକିତ୍ସା ଅବହେଳାରୁ ରୋଗୀ ମୃତ୍ୟୁ ଅଭିଯୋଗ, ସିଡିଏମ୍‌ଓଙ୍କ କାର୍ଯ୍ୟାଳୟ ଆଗରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
  • ||
  • ବୌଦ୍ଧ : ATMରୁ ବାହାରିଲା କାଗଜ ପେଷ୍ଟ ଥିବା ୨୦ଟି ୫ଶହ ଟଙ୍କିଆ ନୋଟ୍, ଫେରସ୍ତ ନେବାକୁ ମନାକଲା ବ୍ୟାଙ୍କ୍ !
  • ||
  • ଭୁବନେଶ୍ବର : ରାଜ୍ୟରେ ବୁଧବାରଠୁ ପୁଣି ଟିକାକରଣ, ଟିକା ନେବେ ବଳକା ୧ ଲକ୍ଷ ୭୩ ହଜାର ୬୩୬ ଜଣ ସ୍ଵାସ୍ଥ୍ୟକର୍ମୀ
  • ||
  • ସମ୍ବଲପୁର : କିନ୍ନରଙ୍କଠାରୁ ୩ବର୍ଷର ଶିଶୁ କନ୍ୟାକୁ ଉଦ୍ଧାର କଲା ଚାଇଲ୍ଡ ଲାଇନ୍, ଚୋରି ସନ୍ଦେହ
  • ||
  • ଭୁବନେଶ୍ବର : STF ପଞ୍ଝାରେ ଧଳା ଜହର ବେପାରୀ, କୋଟିଏରୁ ଅଧିକ ଟଙ୍କାର ବ୍ରାଉନସୁଗାର ଜବତ
  • ||
  • ନବରଙ୍ଗପୁର : ଚଳନ୍ତା କାର୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ
  • ||
  • ଢେଙ୍କାନାଳ : ହାତୀ ପୁଣି ନେଲା ଆଉ ଜଣଙ୍କ ଜୀବନ, ଶୌଚ ହେବାକୁ ଯାଇଥିବା କଚାଡି ମାରିଲା ଦନ୍ତା
  • ||
  • ବଲାଙ୍ଗୀର : ବିଚାରାଧୀନ କଏଦୀ ମୃତ, ହତ୍ୟା ମାମଲାରେ ଥିଲେ ଅଭିଯୁକ୍ତ
  • ||
  • ଶହେ ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା : ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୯ କୋଭିଡ୍ ପଜିଟିଭ୍‌, ୩୩୪୫୨୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||

ମାଓବାଦୀ-ସୁରକ୍ଷାକର୍ମୀ ମୁହାଁମୁହିଁ, ବିପୁଳ ପରିମାଣର ମାଓ ସାମଗ୍ରୀ ଓ ଅସ୍ତ୍ରଶସ୍ତ୍ର ଜବତ

15/09/2020 at 5:37 PM

କନ୍ଧମାଳ, ୧୫|୯ :  ଗତ କିଛିଦିନ ଧରି କନ୍ଧମାଳ ଜିଲ୍ଲାରେ ମାଓବାଦୀଙ୍କ ଗତିବିଧି ବୃଦ୍ଧି ପାଇଛି । ପୋଲିସ ପକ୍ଷରୁ ମଧ୍ୟ ଲଗାତାର ଭାବେ କମ୍ବିଂ ଓ ସର୍ଚ୍ଚ ଅପରେସନ କରାଯାଉଛି । ବିପୁଳ ପରିମାଣରେ ମାଓ ସାମଗ୍ରୀ ଜବତ ହେବାସହ କ୍ୟାଡର୍ ମଧ୍ୟ ମୃତାହତ ହେଉଛନ୍ତି । ସେହିପରି ମଙ୍ଗଳବାର ମଧ୍ୟ ଜିଲ୍ଲାରେ ମାଓବାଦୀ ଓ ସୁରକ୍ଷାକର୍ମୀ ମୁହାଁମୁହିଁ ହୋଇଛନ୍ତି ।

ସୂଚନାନୁସାରେ, କନ୍ଧମାଳ ଏବଂ କଳାହାଣ୍ଡି ଜିଲ୍ଲା ରାମପୁର ଥାନା ଲୁବେନଗଡ଼ ଗ୍ରାମ ପଞ୍ଚାୟତର ସାମାନ୍ତରେ ଥିବା ପାଙ୍ଗାବାଜୁ ଗୁମି ଜଙ୍ଗଲରେ ସୁରକ୍ଷାକର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଜଙ୍ଗଲରେ ମାଓ କ୍ୟାମ୍ପ ଥିବା ଯବାନଙ୍କୁ ସୂଚନା ମିଳିଥିଲା । ସୂଚନା ଆଧାରରେ କମ୍ବିଂ ଅପରେସନ ଆରମ୍ଭ ହୋଇଥିଲା । ଏହି ସମୟରେ ଉଭୟ ପକ୍ଷ ମୁହାଁମୁହିଁ ହୋଇଥିଲେ । ଉଭୟ ପକ୍ଷ ମଧ୍ୟରେ ଗୁଳି ବିନିମୟ ହୋଇଥିଲା ।  

ତେବେ ସୁରକ୍ଷାକର୍ମୀମାନେ ଜଙ୍ଗଲରୁ ଅନେକ ମାଓସାମଗ୍ରୀ ଜବତ କରିଛନ୍ତି । ତେବେ ମୃତାହତ ନେଇ କୌଣସି ସୂଚନା ମିଳିପାରି ନାହିଁ ।

   Related Posts