Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଷ୍ଟେଟ୍ ବ୍ୟାଙ୍କ ଉପରେ କୋଟିଏ ଟଙ୍କାର ଫାଇନ ଲଗାଇଲେ ରିଜର୍ଭ ବ୍ୟାଙ୍କ, ସବୁଠୁ ବଡ ବ୍ୟାଙ୍କ ବିରୋଧରେ ଋଣ ନିୟମ ଉଲ୍ଲଙ୍ଘନ ଅଭିଯୋଗ
  • ||
  • ଶ୍ରେୟସ ଆୟରଙ୍କ ଉପରେ ମୁମ୍ବାଇ ଇଣ୍ଡିଆନ୍ସର ନଜର, ରାହୁଲ ଓ ଧାଓ୍ୱନ ବି ବଦଳାଇବେ ଟିମ୍ !
  • ||
  • ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୬୪ କରୋନା ସଂକ୍ରମିତ, ୧୦୪୮୪୯୨ରେ ପହଞ୍ଚିଲା ସଂଖ୍ୟା
  • ||
  • ଜରୁରୀକାଳିନ ପରିସ୍ଥିତି ଘୋଷଣା କଲେ ଗଭର୍ଣ୍ଣର : କରୋନା ସଂକ୍ରମଣ ବଢିବା ପରେ କଟକଣା କଡାକଡି
  • ||
  • ୧୮ କେଜିର ବଜ୍ରକାପ୍ତା ଉଦ୍ଧାର, ଡିଲ୍ ବେଳେ ଧରିଲା ବନ ବିଭାଗ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୮ ହଜାରରୁ ଅଧିକ କରୋନା ପଜିଟିଭ୍, ୪୬୫ ମୃତ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଫସଲ ନଷ୍ଟ କରି ଫେରିଗଲେ ଝାଡଖଣ୍ଡୀ ହାତୀପଲ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଓଡିଶା ଉପକୂଳରେ ମାଡ ହେବ ବାତ୍ୟା ! ଡିସେମ୍ବର ୩ରୁ ୬ ଯାଏଁ ପ୍ରବଳ ବର୍ଷା
  • ||

ମାର୍ଚ୍ଚ ଗାଇଡ୍‌ଲାଇନ୍ସ: ଯାତ୍ରା ଦେଖିବେ ୨୦୦୦ ଲୋକ, ବାହାଘରରେ ୫୦୦ ଅତିଥିଙ୍କୁ ଅନୁମତି

27/02/2021 at 6:21 PM

ଭୁବନେଶ୍ଵର ୨୭/୦୨ : ଏବେ ପୁଣି ଥରେ ଗୁଞ୍ଜି ଉଠିବ ପେଣ୍ଡାଲ। କଳାକାରଙ୍କ ସଂଳାପ ଏବଂ ଦର୍ଶକଙ୍କ କରତାଳିରେ ଉଛୁଳିବ ଯାତ୍ରା ପଡିଆ। ରାଜ୍ୟ ସରକାର ମାର୍ଚ୍ଚ ମାସ ପାଇଁ କରୋନା ଗାଇଡ୍‌ ଲାଇନ୍‌ ଜାରି କରିଛନ୍ତି। ଏହି ଗାଇଡ୍‌ ଲାଇନ୍‌ରେ ସରକାର ଯାତ୍ରାଠୁ ନେଇ ବିବାହ, ବ୍ରତ ଏବଂ ଶୁଦ୍ଧିକ୍ରିୟା କାର୍ଯ୍ୟ ପାଇଁ ନିୟମରେ କୋହଳ କରିଛନ୍ତି। ବିଶେଷ କରି ଯାତ୍ରା ପାଇଁ କଟକଣା କୋହଳ କରିଛନ୍ତି ସରକାର। ଯାତ୍ରା, ଅପେରା ପାଇଁ ସର୍ବାଧିକ ୨ ହଜାର ଦର୍ଶକଙ୍କୁ ଅନୁମତି ପ୍ରଦାନ କରାଯାଇଛି। ବିବାହ ଓ ଶ୍ରାଦ୍ଧ କାମ ପାଇଁ ୫୦୦ ଲୋକଙ୍କୁ ସରକାର ଅନୁମତି ପ୍ରଦାନ କରିଛନ୍ତି। ରାଜ୍ୟ ଭିତରେ ଏବଂ ରାଜ୍ୟ ବାହାରେ କୌଣସି କଟକଣା ନାହିଁ।

ଶନିବାର ପ୍ରକାଶିତ ମାର୍ଗଦର୍ଶିକା ଅନୁଯାୟୀ, ଜିଲ୍ଲାପାଳ, କମିଶନରଙ୍କ ଅନୁମତି ନେଇ ଯାତ୍ରା ଓ ଅପେରା ପରିବେଷଣ ହୋଇ ପାରିବ। ଯାତ୍ରା, ଅପେରା ପାଇଁ ସର୍ବାଧିକ ୨ ହଜାର ଦର୍ଶକଙ୍କୁ ସରକାର ଅନୁମତି ପ୍ରଦାନ କରିଛନ୍ତି। ହେଲେ କରୋନା ସଂପର୍କିତ ସମସ୍ତ ଗାଇଡ୍‌ଲାଇନ୍‌ ମାନି ଯାତ୍ରା ପରିବେଷଣ  ହୋଇ ପାରିବ। ସାମାଜିକ ଦୂରତ୍ଵ, ମାସ୍କ ପରିଧାନ, ଥର୍ମାଲ ସ୍କାନିଂ ବାଧ୍ୟତାମୂଳକ। ସିଟ୍ ମଧ୍ୟରେ ୬ ଫୁଟ୍‌ ଦୂରତା ରହିବ। ରୋଗାକ୍ରାନ୍ତଙ୍କୁ ଯାତ୍ରା ପାଇଁ ବାରଣ କରାଯାଇଛି। ଲକ୍ଷଣ ଥିବା ଦର୍ଶକଙ୍କୁ ଯାତ୍ରା ଦେଖିବାକୁ ଅନୁମତି ମିଳିବ ନାହିଁ ଗାଇଡ୍‌ଲାଇନ୍‌ରେ କୁହାଯାଇଛି।

ଅନଲାଇନ୍ ଟିକେଟ୍ ବ୍ୟବସ୍ଥା କରିବାକୁ ଆୟୋଜକଙ୍କୁ ପରାମର୍ଶ ଦିଆଯାଇଛି। ଅଧିକରୁ ଅଧିକ ଟିକେଟ୍ କାଉଣ୍ଟର କରିବାକୁ ଆୟୋଜକଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଯାତ୍ରାରେ କଟକଣା ଉଲ୍ଲଂଘନ କଲେ ଆୟୋଜକ ଦାୟୀ ରହିବେ ବୋଲି ଗାଇଡ୍‌ଲାଇନ୍‌ରେ ସ୍ପଷ୍ଟ ଭାବେ କୁହାଯାଇଛି।

ମାର୍ଗଦର୍ଶିକା ଅନୁଯାୟୀ, ବାହାଘର ଏବଂ ଶୁଦ୍ଧିକ୍ରିୟାରେ ସର୍ବାଧିକ ୫ ଶହ ଲୋକଙ୍କୁ ସର୍ତ୍ତମୂଳକ ଅନୁମତି ଦିଆଯାଇଛି। ଏଥିରେ ମାସ୍କ ପରିଧାନ, ସାମାଜିକ ଦୂରତା ଏବଂ ସାନିଟାଇଜ୍‌ ବାଧ୍ୟତାମୂଳକ କରାଯାଇଛି। କେବଳ ଏତିକି ନୁହେଁ ବିବାହ କାର୍ଯ୍ୟକ୍ରମ ଓ ଶୁଦ୍ଧିକ୍ରିୟାରେ ଆୟୋଜକ ଗାଇଡ୍‌ଲାଇନ୍‌ ଯାଞ୍ଚ କରିବେ। ସବୁ ପ୍ରବେଶ ପଥରେ ରହି ମାସ୍କ ପରିଧାନ ଯାଞ୍ଚ କରିବେ। ଯେଉଁମାନେ ମାସ୍କ ପିନ୍ଧିନଥିବେ ସେମାନଙ୍କୁ ଆୟୋଜକ ମାସ୍କ ଯୋଗାଇ ଦେବେ।

   Related Posts