Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦେବାଳିଆ ଦ୍ଵାର ଦେଶରେ ଥିବା ଶ୍ରୀଲଙ୍କା ପାଇଁ ଅକ୍ସିଜେନ ପାଲଟିଲା ଭାରତ, ଦେଲା ଏତେ କୋଟି ସହାୟତା
  • ||
  • ପଞ୍ଚାୟତ ନିର୍ବାଚନ ପାଇଁ କଂଗ୍ରେସର ୧୮ ଜଣିଆ ନିର୍ବାଚନ କମିଟି, ନରସିଂହ ଅଧ୍ୟକ୍ଷ
  • ||
  • ପଞ୍ଚାୟତ ନିର୍ବାଚନ: ପ୍ରଥମ ଦିନରେ ନାମାଙ୍କନପତ୍ର ଦାଖଲ କଲେ ୮୭୭୨ ଜଣ ପ୍ରାର୍ଥୀ
  • ||
  • ପୁଣି ନିରାଶ ହେଲେ ସୁମିତ୍, ଆବେଦନ ଖାରଜ କଲେ ଏସଡିଜେଏମ କୋର୍ଟ
  • ||
  • ପଞ୍ଚାୟତ ନିର୍ବାଚନ ପୂର୍ବରୁ ହିଂସା ! ସମିତି ସଭ୍ୟାଙ୍କ ଗାଡି ଜାଳିଦେଲେ ଦୁର୍ବୃତ୍ତ
  • ||
  • ମହିଳାଙ୍କ ଦେହରେ ନିଆଁ ଲଗାଇ ଦେଲେ ଧରମ ଭାଇ ! ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି
  • ||
  • ବିଲଡର୍ ସଂସ୍ଥାର ଘର ଉପରେ ବୋମାମାଡ, ୩ ଶ୍ରମିକ ଆହତ
  • ||
  • ରାଜ୍ୟରେ ଆଉ ୩ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୪୮୪କୁ ବୃଦ୍ଧି
  • ||
  • ରାଜ୍ୟରେ ୧୦ ହଜାର ଉପରେ ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦୪୮୯ କୋଭିଡ୍ ପଜିଟିଭ୍, ୧୧୪୪୪୦୧ରେ ପହଞ୍ଚିଲା ସଂଖ୍ୟା
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୨ ଲକ୍ଷ ୫୮ ହଜାରରୁ ଅଧିକ କରୋନା ପଜିଟିଭ୍, ୩୮୫ ମୃତ
  • ||

ଘରୁ ବାହାରକୁ ଗଲେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ, ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର

6/04/2020 at 6:47 PM

ଭୁବନେଶ୍ୱର, ୦୬|୦୪:  ସାରା ବିଶ୍ୱରେ କରୋନା ଭାଇରସ ଆତଙ୍କ ସୃଷ୍ଟି କରିଛି । ଭାରତରେ ମଧ୍ୟ ଏହି ଭାଇରସ ୧୦୯ଜଣଙ୍କ ଜୀବନ ନେଇଥିବା ବେଳେ ୪୦୦୦ ଜଣ ସଂକ୍ରମିତ ହୋଇଛନ୍ତି । ଓଡିଶାରେ ମଧ୍ୟ କରୋନା କାୟା ବିସ୍ତାର କରିବାରେ ଲାଗିଛି । ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯ ଛୁଇଁଛି । ତେବେ ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରୁଛନ୍ତି ।

ସୋମବାର ରାଜ୍ୟ ସରକାର ନିର୍ଦ୍ଦେଶ ଜାରି କରି କହିଛନ୍ତି ଯେ, ସଂକ୍ରମଣ ରୋକିବା ପାଇଁ ମାସ୍କ ପିନ୍ଧିବା ଆବଶ୍ୟକ । ଏହାସହ ସାମାଜିକ ଦୂରତା ରକ୍ଷା କରିବା ଜରୁରୀ । ଏହାସହ ସମସ୍ତ ଜନତାଙ୍କୁ ଘର ବାହାରକୁ ଗଲେ ମାସ୍କ ଓ ରୁମାଲରେ ନାକ ଓ ପାଟି ଢାଙ୍କିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହି ମାସ୍କରେ ୨ଟି ଲେୟାର ଥିବା ବାଧ୍ୟତାମୂଳକ । ଏହା ଉପରେ ନଜର ରଖିବାକୁ ଜିଲ୍ଲା ପ୍ରଶାସନ, ମ୍ୟୁନିସିପାଲଟୀ ଅଧିକାରୀଙ୍କୁ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ନିର୍ଦ୍ଦେଶ ଦେଇଛି ।

ଏହାସହ ଯେଉଁମାନେ ସିଙ୍ଗିଲ୍ ୟୁଜ୍ ମାସ୍କ ବ୍ୟବହାର କରୁଛନ୍ତି, ଏହି ସବୁ ମାସ୍କକୁ ଭଲ ଭାବେ ସାବୁନ, ସର୍ଫରେ ସଫା କରି ଖରାରେ ଶୁଖାଇ ପୁଣି ଥରେ ବ୍ୟବହାର କରିବାକୁ ପରାମର୍ଶ ଦିଆଯାଇଛି । ଏହାସହ ଜମେ ବ୍ୟବହାର କରୁଥିବା ମାସ୍କକୁ ଅନ୍ୟ କେହି ବ୍ୟବହାର ନକରିବାକୁ କୁହାଯାଇଛି ।  ଏହି ନିର୍ଦ୍ଦେଶ ଏପ୍ରିଲ ୯ ତାରିଖ ସକା ୭ଟାରୁ କାର୍ଯ୍ୟକ୍ଷମ ହେବ ।

   Related Posts