ରାଜ୍ୟରେ ପରୀକ୍ଷା ହେବ କି ନାହିଁ ସେନେଇ ଚିନ୍ତା କରିବୁ : ଗଣଶିକ୍ଷା ମନ୍ତ୍ରୀ

Published By : Prameya-News7 Bureau | April 14, 2021 IST

ଭୁବନେଶ୍ବର ୧୪।୪: ସିବିଏସଇ ଦଶମ ପରୀକ୍ଷା ବାତିଲ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ବର୍ତ୍ତମାନ ରାଜ୍ୟରେ ପରୀକ୍ଷା ହେବ କି ନାହିଁ ସେନେଇ ଚିନ୍ତା କରିବୁ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି । ଅନୁଧ୍ୟାନ କଲା ପରେ ଯାହା ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି ।

ସୂଚନାଯୋଗ୍ୟ ଯେ, କେନ୍ଦ୍ର ସରକାର CBSE ବୋର୍ଡ ପରୀକ୍ଷା ବାତିଲ୍ କରିଛନ୍ତି ।  ପ୍ରଧାନମନ୍ତ୍ରୀଙ୍କ ସମୀକ୍ଷା ବୈଠକ ପରେ ଏଭଳି ନିଷ୍ପତ୍ତି ନିଆଯାଇଛି ।  ଏ ନେଇ କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରିଆଲ ଟ୍ବିଟ୍ କରି ସୂଚନା ଦେଇଛନ୍ତି । ଛାତ୍ରଛାତ୍ରୀଙ୍କ କେଉଁ ଆଧାରରେ ମାର୍କ ଦିଆଯିବ ସେ ନିଷ୍ପତ୍ତ ସିବିଏସଇ ବୋର୍ଡ ନିଷ୍ପତ୍ତି ନେବ । ମାର୍କରେ ସନ୍ତୁଷ୍ଟ ନହେଲେ ଛାତ୍ରଛାତ୍ରୀ ପୁଣି ଥରେ ପରୀକ୍ଷା ଦେଇପାରିବେ । ସେପଟେ ବର୍ତ୍ତମାନ ପାଇଁ CBSE ଯୁକ୍ତ ୨ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି । ଜୁନ୍ ୧ରେ ବୈଠକ ବସିବା ପରେ ପରୀକ୍ଷା ନେଇ ନିଷ୍ପତ୍ତି ନିଆଯିବ । ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛନ୍ତି ପ୍ରଧାନମନ୍ତ୍ରୀ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.