Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ସ୍ବିସ୍‌ ଓପନ୍‌: ୧୯ ମାସ ଓ ୧୩ ଟୁର୍ଣ୍ଣାମେଣ୍ଟ ପରେ ଫାଇନାଲରେ ପହଞ୍ଚିଥିଲେ ସିନ୍ଧୁ, କ୍ୟାରୋଲିନାଙ୍କଠୁ ହାରିଲେ
  • ||
  • ସରିଲା ବିଜେପିର ଦୁଇ ଦିନିଆ ରାଜ୍ୟ କାର୍ଯ୍ୟକାରିଣୀ, ଗୃହୀତ ହେଲା ରାଜନୈତିକ ଚିଠା ପ୍ରସ୍ତାବ, ପ୍ରସ୍ତୁତ ହେଲା ରଣନୀତି
  • ||
  • ଭାରତ ଓ ଚୀନ୍ କେହି କାହା ଲାଗି ବିପଦ ନୁହେଁ, ପରସ୍ପରର ମିତ୍ର : ୱାଙ୍ଗ ଇ
  • ||
  • ଅନ୍ତର୍ଜାତୀୟ ମହିଳା ଦିବସ: ବର୍ଣ୍ଣାଢ଼୍ୟ ଉତ୍ସବ ‘ୱିମେନ୍ ଆଚିଭର୍ସ୍ ଅଫ୍ ଓଡ଼ିଶା’ରେ ରାଜ୍ୟର ସଫଳ ମହିଳାଙ୍କୁ ସମ୍ବର୍ଦ୍ଧନା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍, ୩୩୭୭୪୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆପଡ଼ା : ହଳଦି ଗାଁରେ ପୁଣି ଥରେ ବାଘ ଆତଙ୍କ, ଭୟରେ ଗ୍ରାମବାସୀ
  • ||
  • ପାକିସ୍ତାନରେ ହିନ୍ଦୁ ପରିବାରର ୫ ସଦସ୍ୟଙ୍କୁ ହତ୍ୟା ! ସନ୍ଦେହଜନକ ଅବସ୍ଥାରେ ମିଳିଲା ମୃତଦେହ
  • ||
  • ମୋହନା : ଅନ୍ଧବିଶ୍ୱାସର ଭୟଙ୍କର ରୂପ, ସୁସ୍ଥ ରହିବା ପାଇଁ ଏବେବି ଶିଶୁଙ୍କୁ ଦିଆଯାଉଛି ଚେଙ୍କ
  • ||
  • ଭିସୁଟର ୪୦ ଛାତ୍ର କୋଭିଡ୍ ପଜିଟିଭ୍ ମାମଲା : କମ୍ପାନୀର ଦାବି-‘ଆଣ୍ଟିଜେନ୍ କିଟରେ ତ୍ରୁଟି ନଥିଲା’
  • ||
  • ସୋନପୁର : ପଡୋଶୀଙ୍କ ସହ କଥା କଟାକଟିରୁ ଫୁଟିଲା ଗୁଳି, ଜଣେ ମୃତ
  • ||

ବିଦ୍ୟାଳୟକୁ ଗଣଶିକ୍ଷା ମନ୍ତ୍ରୀଙ୍କ ଅଚାନକ ଗସ୍ତ, କହିଲେ, ‘ବସି ରହିଲେ ଚଳିବ ନାହିଁ’

22/01/2021 at 8:49 PM

ବାଲିପାଟଣା୨୨/୧: ବିଦ୍ୟାଳୟକୁ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ଅଚାନକ ଗସ୍ତ। ବାଲିପାଟଣା ଶିକ୍ଷା ମଣ୍ଡଳ ବିପିନ୍ ବିହାରୀ ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ ହରିଜନ ଆବାସି ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି ମନ୍ତ୍ରୀ ସମୀର ଦାଶ । ପ୍ରଥମେ ବିପିନ୍ ବିହାରୀ ଉଚ୍ଚ ବିଦ୍ୟାଳରେ କୋଭିଡ୍ ଗାଇଡ୍‌ ଲାଇନ୍ ଭିତରେ ପାଠ ପଢ଼ା କିପରି ଚାଲିଛି, ଏହାର ସ୍ଥିତି ପରିଖିଥିଲେ ମନ୍ତ୍ରୀ। ରବିବାର ବିଦ୍ଯାଳରେ କ୍ଲାସ ହେଉଛି କି ନାହିଁ ଛାତ୍ରଛାତ୍ରୀମାନଙ୍କୁ ପଚାରି ବୁଝିଥିଲେ। ଶ୍ରେଣୀ ଗୃହରେ ଛାତ୍ରଛାତ୍ରୀମାନେ ସାମାଜିକ ଦୂରତାକୁ ମାନି କ୍ଲାସ୍ ହେବା ନେଇ ଗୁରୁତ୍ଵ ଦେବାକୁ ପ୍ରଧାନ ଶିକ୍ଷକଙ୍କୁ ପରାମର୍ଶ ଦେଇଥିଲେ ମନ୍ତ୍ରୀ।

 ପରେ ହରିଜନ ଆବାସି ଉଚ୍ଚ ବିଦ୍ୟାଳୟ ପରିଦର୍ଶନ କରିଥିଲେ ମନ୍ତ୍ରୀ ସମୀର ଦାଶ । ହରିଜନ ଆବାସି ଉଚ୍ଚ ବିଦ୍ୟାଳୟର ଦଶମ ଶ୍ରେଣୀରେ ମୋଟ ୬୦ ଜଣ ଛାତ୍ରଛାତ୍ରୀ ଅଧ୍ଯ୍ଯୟନ କରୁଛନ୍ତି । ମାତ୍ର ଶ୍ରେଣୀରେ କେବଳ ୨୧ ଜଣ ଛାତ୍ରଛାତ୍ରୀଙ୍କ ଉପସ୍ଥାନ ଥିଲା । ଯେଉଁଥିପାଇଁ ମନ୍ତ୍ରୀ ଅସନ୍ତୋଷ ପ୍ରକାଶ କରିଥିଲେ । କିଭଳି ସମସ୍ତ ଛାତ୍ରଛାତ୍ରୀ ବିଦ୍ୟାଳୟକୁ ଅଧ୍ୟୟନ କରିବାକୁ ଆସିବେ, ସେ ନେଇ     ଛାତ୍ରଛାତ୍ରୀଙ୍କ ଘରକୁ ଯାଇ ସେମାନଙ୍କର ଅଭିଭାବକଙ୍କ ସହ ଆଲୋଚନା କରିବାକୁ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି ମନ୍ତ୍ରୀ। ବିଦ୍ୟାଳୟରେ ଶିକ୍ଷକ ଶିକ୍ଷୟତ୍ରୀ ବସି ରହିଲେ ଚଳିବ ନାହିଁ। ଆବଶ୍ୟକ ପଡ଼ିଲେ ଗ୍ରୃପ ମାଧ୍ୟମରେ ଛାତ୍ରଛାତ୍ରୀଙ୍କୁ ପାଠ ପଢାଇବା ପାଇଁ ଆବଶ୍ୟକ ପଦକ୍ଷେପ ନେବାକୁ ମନ୍ତ୍ରୀ କହିଛନ୍ତି।

   Related Posts