Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୧୫କୁ ବୃଦ୍ଧି
  • ||
  • ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହେଲେ ୨୫୨ କରୋନା ସଂକ୍ରମିତ, ୧୦୪୯୫୯୭ରେ ପହଞ୍ଚିଲା ସଂଖ୍ୟା
  • ||
  • ମାର୍ଗଶିର ଗୁରୁବାରରେ ଲକ୍ଷ୍ମୀ ମନ୍ଦିରରୁ ଚୋରି, ନେଇଗଲେ ହୁଣ୍ଡି ଓ ସୁନା ଗହଣା
  • ||
  • ଗୁଜୁରାଟ ଦଙ୍ଗା ବେଳେ କେଉଁ ସରକାର ଥିଲା ? ସିବିଏସଇର ପ୍ରଶ୍ନକୁ ନେଇ ବିବାଦ ଜୋର
  • ||

ବିଶ୍ଵ ମହିଳା ଦିବସରେ ସ୍ବୟଂ ସହାୟକ ଗୋଷ୍ଠୀ ଦ୍ବାରା ନିର୍ମିତ ସାମଗ୍ରୀ ପ୍ରଦର୍ଶନ

8/03/2021 at 3:41 PM

ଭଦ୍ରକ ୮।୩: ଭଦ୍ରକ ଜିଲ୍ଲାରେ ବିଶ୍ଵ ମହିଳା ଦିବସ ପାଳିତ ହୋଇଛି । ଭଦ୍ରକ ସହରର ପୁରୁଣା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଆୟୋଜିତ ମହିଳା ଶୋଭାଯାତ୍ରାକୁ ଭଦ୍ରକ ଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ଏହି ଶୋଭାଯାତ୍ରାରେ ବିଭିନ୍ନ ମହିଳା ସଂଗଠନର କର୍ମକର୍ତ୍ତାମାନେ ଅଂଶଗ୍ରହଣ କରି ସହର ପରିକ୍ରମା କରିଥିଲେ ।

ଏହାପରେ ଭଦ୍ରକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲାର ୭ଟି ବ୍ଲକରୁ ଆସିଥିବା ୭ଗୋଟି ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ତରଫରୁ ଏକ କ୍ଷୁଦ୍ର ପ୍ରଦର୍ଶନୀ ଆୟୋଜିତ ହୋଇଛି । ଏହି କ୍ଷୁଦ୍ର ପ୍ରଦର୍ଶନୀରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଗୁଡିକ ନିଜ ଗୋଷ୍ଠୀ ଦ୍ଵାରା ନିର୍ମିତ ସାମଗ୍ରୀ ପ୍ରଦର୍ଶନ କରିଛନ୍ତି ।

   Related Posts