Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନାକରେ ବୁଷ୍ଟର ଡୋଜ୍ ପରୀକ୍ଷଣକୁ ଡିସିଜିଆଇର ମଞ୍ଜୁରୀ, ଭାରତ ବାୟୋଟେକ୍ କରିବ କ୍ଲିନିକଲ ଟ୍ରାଏଲ
  • ||
  • ରାଜ୍ୟରେ ଆଉ ୧୦ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୬୦କୁ ବୃଦ୍ଧି
  • ||
  • ରାଜ୍ୟରେ କମୁଛି ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୫୦୫୭ କୋଭିଡ୍ ପଜିଟିଭ୍, ୧୨୩୬୨୨୬ରେ ପହଞ୍ଚିଲା ସଂଖ୍ୟା
  • ||
  • ପାକିସ୍ତାନ: ବଲୁଚିସ୍ତାନ ଚେକ୍ ପୋଷ୍ଟ ଉପରେ ଆତଙ୍କୀ ହମଲା, ୧୦ ସୈନିକଙ୍କ ମୃତ୍ୟୁ
  • ||
  • ରାଉରକେଲା : ଭିଜିଲାନ୍ସ ଜାଲରେ ଲ୍ୟାମ୍ପ୍ସ ଏମ୍‌ଡି, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ
  • ||
  • ଭି. ଅନନ୍ତ ନାଗେଶ୍ୱରନ ହେବେ ଭାରତର ଆଗାମୀ ମୁଖ୍ୟ ଆର୍ଥିକ ପରାମର୍ଶଦାତା, ଅତିଶୀଘ୍ର ଘୋଷଣା କରିପାରନ୍ତି ସରକାର
  • ||
  • ସୋର : ଦେଶୀ ମଦ ଦୋକାନରେ ପଶି କର୍ମଚାରୀଙ୍କୁ କଟୁରୀରେ ହାଣିଲେ ଦୁର୍ବୃତ୍ତ, ଛଡାଇନେଲେ ୭୦ହଜାର ଟଙ୍କା
  • ||
  • କଣ୍ଟାବାଞ୍ଜି : ଚାଲାଣ ବେଳେ ୧୪ ଶ୍ରମିକ ଉଦ୍ଧାର, ଷ୍ଟେସନ ଯିବା ବାଟରେ ଧରିଲା ପୋଲିସ
  • ||
  • ରାଜ୍ୟରେ ୩ ଦିନ ଯାଏଁ ହାଡଭଙ୍ଗା ଶୀତ, ୬ ଜିଲ୍ଲା ବେଶୀ ଥରିବ
  • ||

ଡାକ୍ତରଙ୍କ ବିରୋଧରେ ସଙ୍ଗୀନ ଅଭିଯୋଗ ! ଚିକିତ୍ସା ଅବହେଳାରୁ ପ୍ରସୂତିଙ୍କ ମୃତ୍ୟୁ

27/05/2020 at 3:28 PM

କେନ୍ଦ୍ରାପଡା୨୭/୫: ଚିକିତ୍ସା ଅବହେଳାରୁ ପ୍ରସୂତିଙ୍କ ମୃତ୍ୟୁ ଅଭିଯୋଗl କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜଣେ ଡାକ୍ତରଙ୍କ ବିରୁଦ୍ଧରେ ଏଭଳି ସଙ୍ଗୀନ ଅଭିଯୋଗ ଆସିଛି l ମୃତ ମହିଳା ନିକିରାଇ ଥାନା ଅନ୍ତର୍ଗତ ଚାରି ଗାଁର ଭାନୁମତୀ ମଲିକ l ଗତ ମେ ମାସ ୨୫ ତାରିଖରେ ଭାନୁମତୀଙ୍କ  ପ୍ରସବ ଯନ୍ତ୍ରଣା ହେବା ପରେ ପରିବାର ଲୋକେ ତାଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତାଙ୍କୁ ତୁରନ୍ତ ରକ୍ତ ଦେବା ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ l

ତେବେ ୨୬ ତାରିଖ ଦିନ ଭାନୁମତୀଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହୋଇ ପଡିଥିଲା l କିନ୍ତୁ ତାଙ୍କୁ କେହି ବି ଡାକ୍ତର କିମ୍ବା ନର୍ସ ଦେଖିବା ପାଇଁ ଆସିନଥିଲେ। ଫଳରେ ତାଙ୍କର ମୃତ୍ୟୁ ହୋଇଥିବା ଭାନୁମତୀଙ୍କ ପରିବାର ନିକିରାଇ ଥାନାରେ ଅଭିଯୋଗ କରିଛନ୍ତି l ଘଟଣା ସମ୍ପର୍କରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ ପ୍ରତିକ୍ରିୟା ମିଳି ପାରିନାହିଁ l ତେବେ ଅଭିଯୋଗ ପାଇବା ପରେ ଘଟଣାର ତଦନ୍ତ ଆରମ୍ଭ ହୋଇଛି ବୋଲି ନିକିରାଇ ଥାନା ଅଧିକାରୀ କାବୁଲି ବାରିକ ସୂଚନା ଦେଇଛନ୍ତି l

   Related Posts