Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ନଖରା ସ୍ଥିତ ରିଲାଏନ୍ସ ପେଟ୍ରୋଲ ପମ୍ପ୍ ନିକଟ‌ରେ ଅଗ୍ନିକାଣ୍ଡ
  • ||
  • ରାଉରକେଲା : ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଦୁଇ ଜଣଙ୍କ ମୃତ୍ୟୁ
  • ||
  • ବଲାଙ୍ଗୀର : ନିଜ ସର୍ଭିସ୍ ବନ୍ଧୁକରୁ ଗୁଳି ଫୁଟାଇ ଆତ୍ମହତ୍ୟା କଲେ ଯବାନ !
  • ||
  • ଟାଙ୍ଗୀ : ମାନସିକ ପୂରଣ ପାଇଁ ବେକ କାଟିଦେଲେ ଭକ୍ତ, ରକ୍ତ ଜୁଡୁବୁଡୁ ଅବସ୍ଥାରେ ଉଦ୍ଧାର
  • ||
  • ରାଜ୍ୟରେ ଆଉ ଜଣେ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୯୧୫ ଛୁଇଁଲା ମୃତକଙ୍କ ସଂଖ୍ୟା
  • ||
  • ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୯ କୋଭିଡ୍ ପଜିଟିଭ୍, ୩୩୬୯୨୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଓଲଟିଲା ବରଯାତ୍ରୀ ବସ୍, ଜଣେ ମୃତ, ୨୬ ଆହତ
  • ||
  • ମୁମ୍ବାଇ : ଭୟଙ୍କର ହେଲାଣି କରୋନା, ସ୍କୁଲ ହଷ୍ଟେଲର ୧୯୦ ଛାତ୍ର କୋଭିଡ୍ ପଜିଟିଭ୍
  • ||
  • ରାୟପୁର : ନକ୍ସଲଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣ, ୨ ଯବାନ ସହିଦ
  • ||
  • ଆଠଗଡ଼ : ସମ୍ପର୍କରେ କଳଙ୍କ ଛିଟା, ଦିବ୍ୟାଙ୍ଗ ଝିଅକୁ ସମ୍ପର୍କୀୟ ମାମୁର ଦୁଷ୍କର୍ମ ! ଥାନାରେ ଏତଲା
  • ||

ଏଥର ନିଜ ସ୍କୁଲରେ ଛାତ୍ରଛାତ୍ରୀ ଦେବେ ମାଟ୍ରିକ ପରୀକ୍ଷା, ୨ ଘଣ୍ଟାରେ ଲେଖିବାକୁ ପଡିବ ଉତ୍ତର

22/01/2021 at 8:08 AM

ଭୁବନେଶ୍ୱର,୨୨/୦୧: ରାଜ୍ୟରେ କରୋନା ପ୍ରକୋପ ମଧ୍ୟରେ ଅନୁଷ୍ଠିତ ହେବ ମାଟ୍ରିକ ପରୀକ୍ଷା । ତେବେ ଛାତ୍ରଛାତ୍ରୀମାନେ ଏଣିକି ନିଜ ସ୍କୁଲରେ ହିଁ ମାଟ୍ରିକ ପରୀକ୍ଷା ଦେବେ । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ନିଷ୍ପତ୍ତି ନେଇଛି ।

ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ପ୍ରତି ବିଷୟରେ ୮୦ ମାର୍କର ଉତ୍ତର ଦେବେ ପରୀକ୍ଷାର୍ଥୀ । ପୂର୍ବରୁ ୧୦୦ ମାର୍କ ପରୀକ୍ଷା ପାଇଁ ଅଢେଇ ଘଣ୍ଟା ସମୟ ଦିଆଯାଉଥିଲା । ଏବେ ୨ ଘଣ୍ଟା ସମୟ ମିଳିବ । ସେହିପରି ପିଲାମେନ ନିଜ ସ୍କୁଲରେ ପରୀକ୍ଷା ଦେବେ । କିନ୍ତୁ ଅନ୍ୟ ସ୍କୁଲର ଶିକ୍ଷକମାନେ ନିରୀକ୍ଷକ ରହିବେ । ସକାଳ ୮ଟାରୁ ୧୦ଟା ଯାଏଁ ପରୀକ୍ଷା ହେବ ।

ଏତତ୍ ବ୍ୟତୀତ ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି କରାଯିବ । କପି ରୋକିବା ପାଇଁ କେନ୍ଦ୍ରରେ ସିସିଟିଭି ବ୍ୟବସ୍ଥା ହେବ । ଏପରିକି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ ।

ସୂଚନାଯୋଗ୍ୟ, ମେ’ ୩ରୁ୧୫ ତାରିଖ ପର୍ଯ୍ୟନ୍ତ ମାଟ୍ରିକ ପରୀକ୍ଷା ହେବ। ସେହିପରି ମେ’ ୧୫ ତାରିଖରୁ ଯୁକ୍ତ୨ ଛାତ୍ରଛାତ୍ରୀଙ୍କ ପରୀକ୍ଷା ହେବ। ପ୍ରତି ବିଷୟରେ ୧୦୦ ମାର୍କ ବଦଳରେ ୮୦ ମାର୍କର ପରୀକ୍ଷା ହେବ ।

   Related Posts