Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଅଫଲାଇନ୍‌ରେ ହେବ ମାଟ୍ରିକ୍ ଏବଂ ଯୁକ୍ତ ୨ ପରୀକ୍ଷା : ଗଣଶିକ୍ଷା ମନ୍ତ୍ରୀ
  • ||
  • ହରିୟାଣା : ଚଳନ୍ତା କାର ଉପରେ ଓଲଟି ପଡିଲା କଣ୍ଟେନର, ୩ ମୃତ
  • ||
  • ଅଷ୍ଟ୍ରେଲିଆକୁ ଆଉ ଏକ ଝଟକା, ଷ୍ଟାର୍କ ଆହତ, ପ୍ରଥମ ଟି୨୦ରୁ ପଡିବେ ବାଦ୍ !
  • ||
  • ବରଗଡ : ଟ୍ରକ୍‌ ସହ ଧକ୍କା ହେଲା ବରଯାତ୍ରୀ ବୋଲେରୋ, ୩ ମୃତ, ୪ ଗୁରୁତର
  • ||
  • ଭୁବନେଶ୍ୱର : ରାଜ୍ୟରେ ଆଉ ୫ କରୋନା ସଂକ୍ରମିତ ପ୍ରାଣ ହରାଇଲେ, ୧୭୫୫ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
  • ||
  • ଭୁବନେଶ୍ୱର : ରାଜଧାନୀରୁ ପୁଣି ବ୍ରାଉନସୁଗାର ଜବତ, ୪ ଗିରଫ
  • ||
  • ଭୁବନେଶ୍ୱର : ରାଜ୍ୟରେ ଚିହ୍ନଟ ହେଲେ ୪୩୪ କରୋନା ସଂକ୍ରମିତ, ୩୨୦୦୧୭ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା
  • ||
  • ନୂଆଦିଲ୍ଲୀ : MDH ମସଲାର ପ୍ରତିଷ୍ଠାତା ଧର୍ମପାଲ ଗୁଲାଟୀଙ୍କ ପରଲୋକ
  • ||
  • ଗୋପ : ଜୀବନ ଯୁଦ୍ଧରେ ହାରିଗଲେ କରୋନା ଯୋଦ୍ଧା, କୋଭିଡ୍ ପଜିଟିଭ୍ ହୋଇ ଶେଷ ନିଶ୍ୱାସ ତ୍ୟାଗ କଲେ ଏଏସଆଇ
  • ||
  • ସୋର : ଘରେ ପଶିଲେ ଦୁର୍ବୃତ୍ତ, ବାପ-ପୁଅଙ୍କୁ ଗୋଡାଇ ଗୋଡାଇ ହାଣିଲେ
  • ||

ପ୍ରତ୍ୟାହାର ହେବ ମାଟ୍ରିକ ଫର୍ମ ପୂରଣ ବିଜ୍ଞପ୍ତି, ଆଜି ପ୍ରକାଶ ପାଇବ ସାନି ବିଜ୍ଞପ୍ତି

7/11/2020 at 8:59 AM

ଭୁବନେଶ୍ୱର ୦୭।୧୧: ରାଜ୍ୟରେ ପ୍ରତ୍ୟାହାର ହେବ ମାଟ୍ରିକ ଫର୍ମ ପୂରଣ ବିଜ୍ଞପ୍ତି । ଏନେଇ ବୋର୍ଡ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ଦେଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ପ୍ରତ୍ୟାହାର ପାଇଁ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ବୋର୍ଡ ସଭାପତିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଡିସେମ୍ବର ୯ରୁ ମାଟ୍ରିକ୍ ପରୀକ୍ଷା ପାଇଁ ଫର୍ମ ପୂରଣ ଲାଗି ପ୍ରକାଶ ପାଇଥିଲା ବିଜ୍ଞପ୍ତି । ୫ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକୁ ନେଇ ଛାତ୍ରଛାତ୍ରୀ, ଶିକ୍ଷକ ଓ ଅଭିଭାବକ ଅସନ୍ତୁଷ୍ଟ ଥିଲେ। ଯାହା ପରେ ମନ୍ତ୍ରୀ ବୋର୍ଡକୁ ଜଣାଇଛନ୍ତି । ଆଜି ସାନି ବିଜ୍ଞପ୍ତି ପ୍ରକାଶ ପାଇବା ନେଇ ବୋର୍ଡ ସଭାପତି ସୂଚନା ଦେଇଛନ୍ତି ।

ସେହିପରି ଗତକାଲି ଚଳିବବର୍ଷ ସ୍କୁଲ ଖୋଲିବା ନେଇ ଥିବା ନିଷ୍ପତ୍ତି ଉପରେ ରୋକ ଲଗାଯାଇଛି । କରୋନା ମହାମାରୀର ଦ୍ଵିତୀୟ ଲହରର ଆଶଙ୍କାକୁ ଦୃଷ୍ଟିରେ ରଖି ଡିସେମ୍ବର ୩୧ ବର୍ଷ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଏ ନେଇ ସୂଚନା ଦେଇଥିଲେ। ଏହା ପୂର୍ବରୁ ରାଜ୍ୟ ସରକାର ସ୍କୁଲ ଖୋଲିବା ନେଇ ପ୍ରକ୍ରିୟା ଆରମ୍ଭ କରିଥିଲେ। ହେଲେ ସ୍କୁଲ ଖୋଲିବାର ତିନି ଦିନ ଭିତରେ ଆନ୍ଧ୍ର ପ୍ରଦେଶରେ ୨୬୧ ଛାତ୍ର-ଛାତ୍ରୀ କରୋନା ସଂକ୍ରମିତ ହେବାରୁ ଓଡିଶା ସରକାର ନିଜ ନିଷ୍ପତ୍ତି ବଦଳାଇଥିଲେ। ହେଲେ କରୋନା ପାଇଁ ରାଜ୍ୟ ସରକାର ଚଳିତ ବର୍ଷ ସ୍କୁଲ ଆଉ ନଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି। ଛାତ୍ରଛାତ୍ରୀଙ୍କ ସ୍ବାସ୍ଥ୍ୟ ସୁରକ୍ଷାକୁ ଗୁରୁତ୍ବ ଦେଇ ରାଜ୍ୟ ସରକାର ନିଷ୍ପତ୍ତି ବଦଳାଇଛନ୍ତି ।

   Related Posts