ମାଟ୍ରିକ୍ ରେଜଲ୍ଟ : ଝାରସୁଗୁଡାରେ ସର୍ବାଧିକ ଓ କୋରାପୁଟରେ ସର୍ବନିମ୍ନ ପାସ୍‌ହାର

Published By : Prameya-News7 Bureau | May 21, 2019 IST

କଟକ ୨୧|୫: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ବାରା ପରିଚାଳିତ ଚଳିତ ବର୍ଷର ମାଟ୍ରିକ୍, ମଧ୍ୟମା (ସଂସ୍କୃତ ଟୋଲ୍‌) ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍ ପରୀକ୍ଷା ଫଳ ଆଜି ପ୍ରକାଶ ପାଇଛି । ଏ ବର୍ଷ ପାସ୍ ହାର ୭୦.୭୮ % ଥିବା ଜଣାଯାଇଛି। ଗତ ବର୍ଷ ତୁଳନାରେ  ଏଥର କମ୍ ସଂଖ୍ୟକ ଛାତ୍ରଛାତ୍ରୀ ପାସ୍ କରିଛନ୍ତି । ୨୮୯ଟି ହାଇସ୍କୁଲରେ ଶତ ପ୍ରତିଶତ ରେଜଲ୍ଟ ହୋଇଛି ।  ଅପରପକ୍ଷରେ ୮୨ଟି ହାଇସ୍କୁଲରେ କେହି ଜଣେ ବି ପରୀକ୍ଷାର୍ଥୀ ପାସ୍ କରି ନାହାନ୍ତି । ୧୧୮୧ ପରୀକ୍ଷାର୍ଥୀ ଏ-୧ ଗ୍ରେଡ୍‌ରେ ପାସ୍‌ କରିଛନ୍ତି । ସେହିଭଳି  ଏ-୨ରେ ୯୯୩୮ ଓ ବି-୧ରେ ୨୪୯୯୧ ପରୀକ୍ଷାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ଏଥିସହ ବି-୨ରେ ୪୬,୩୧୯, ସି ରେ ୭୬, ୧୩୯, ଡି ରେ ୧, ୧୬, ୨୬୨ , ଇରେ ୧,୨୨,୦୬୭, ଏଫରେ ୧,୬୩,୯୫୪ ପରୀକ୍ଷାର୍ଥୀ ପାସ୍ କରିଛନ୍ତି।

ଏଥର ପରୀକ୍ଷାରେ ବାଜି ମାରିଛନ୍ତି ଝିଅ । ୧ ଲକ୍ଷ ୯୧ ହଜାର ୬୫୫ ପୁଅ ପାସ୍ କରିଥିବା ବେଳେ ୨ଲକ୍ଷ ୫ହଜାର ୪୭୦ ଝିଅ ଉତ୍ତୀର୍ଣ୍ଣ ହୋଇଛନ୍ତି। ଝାରସୁଗୁଡା ଜିଲ୍ଲାରେ ପାସ୍‌ ହାର ସର୍ବାଧିକ ୮୫.୪୮% ଥିବା ବେଳେ କୋରାପୁଟ ଜିଲ୍ଲାରେ ପାସ୍‌ ହାର ସର୍ବନିମ୍ନ ୫୦.୬୧% ରହିଛି।

୭୨.୩୫% ରେଗୁଲାର ପରୀକ୍ଷାର୍ଥୀ ପାସ୍‌ କରିଥିବା ବେଳେ ଏକ୍ସରେଗୁଲାରରେ ୩୭.୪୩% ପରୀକ୍ଷାର୍ଥୀ ପାସ୍‌ କରିଛନ୍ତି। ୧୦ ହଜାର ଛାତ୍ରଛାତ୍ରୀ ପରୀକ୍ଷାରେ ଅନୁପସ୍ଥିତ ଥିବା ସୂଚନା ମିଳିଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.