Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୨୦ ମହଲା କୋଠାରେ ଭୀଷଣ ଅଗ୍ନିକାଣ୍ଡ, ୧୫ ଆହତ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୩ ଲକ୍ଷ ୩୭ ହଜାରରୁ ଅଧିକ କରୋନା ପଜିଟିଭ୍, ୪୮୮ ମୃତ
  • ||
  • ରାଜ୍ୟରେ ଆଉ ୭ ଜଣଙ୍କ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୫୧୪କୁ ବୃଦ୍ଧି
  • ||
  • ରାଜ୍ୟରେ ୯ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ : ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୮୪୫ କୋଭିଡ୍ ପଜିଟିଭ୍, ୧୧୯୬୧୪୦ରେ ପହଞ୍ଚିଲା ସଂଖ୍ୟା
  • ||
  • ଭୁବନେଶ୍ବର : ଓଭରବ୍ରିଜ୍‌ରୁ ୩୦ଫୁଟ ତଳକୁ ଖସିଲା କାର୍, ଦୁର୍ଘଟଣାରେ ଗାଡି ଭାଙ୍ଗିରୁଜି ଚୁରମାର୍
  • ||
  • ଶନିବାର ଏହି ସବୁ ଜିଲ୍ଲାରେ ବର୍ଷା : ବଢିବ ତାପମାତ୍ରା, କମିବ ଶୀତ
  • ||
  • ଭୟଙ୍କର ଦୁର୍ଘଟଣା : ମହାନଦୀ ପୋଲରେ ବୋଲେରୋକୁ ପିଟିଲା ଟ୍ରକ୍, ୫ ମୃତ
  • ||

୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ : ବିଭିନ୍ନ ଭାଷାକୁ ଦ୍ୱିତୀୟ ରାଜ୍ୟଭାଷା ମାନ୍ୟତା ପ୍ରଦାନ ଦାବି

29/11/2021 at 9:25 AM

ବାରିପଦା, ୨୯/୧୧:   ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ । ମୟୂରଭଞ୍ଜ ଜିଲ୍ଲାର ଆଦିବାସୀ ଛାତ୍ର ସଂଗଠନ ”ମାସା ଆର୍ମି” ପକ୍ଷରୁ ସାନ୍ତାଳୀ, ମୁଣ୍ଡାରୀ, ହୋ ଭାଷାକୁ ଓଡ଼ିଶାର ଦ୍ବିତୀୟ ରାଜ୍ୟ ଭାଷା ମାନ୍ୟତା ସହିତ ସାନ୍ତାଳୀକୁ ଭାଷାଗତ ସଂଖ୍ୟା ଲଘୁମାନ୍ୟତା ଏବଂ ମୁଣ୍ଡାରୀ, ଭୂମିଜ ଓ ହୋ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ସାମିଲ କରିବା ପାଇଁ ଏହି ବନ୍ଦ ଡାକରା ଦିଆଯାଇଛି ।

ସୋମବାର ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ୧୨ ଘଣ୍ଟିଆ ମୟୂରଭଞ୍ଜ ବନ୍ଦ ପାଳନ କରାଯିବ । ସକାଳୁ ବାରିପଦା ଦେଇ ଯାଇଥିବା ୧୮ ନଂ ଜାତୀୟ ରାଜପଥ ମୁର୍ଗାବାଡ଼ି ଠାରେ ସଙ୍ଗଠନ ପକ୍ଷରୁ ରାସ୍ତା ଅବରୋଧ କରିବା ସହ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଏହାର ପ୍ରଭାବରେ ଦୋକାନ ବଜାର ବନ୍ଦ ରହିଛି । ସେହିପରି କିଛି ସମୟ ପାଇଁ ଜାତୀୟ ରାଜପଥ ଯାନବାହାନ ପ୍ରଭାବିତ ହୋଇଥିଲା । ରାଜପଥରେ ଶହ ଶହ ଗାଚି ଅଟକି ରହିଥିବା ଦେଖିବାକୁ ମିଳିଥିଲା ।

ଘଟଣା ସ୍ଥଳରେ ବାରିପଦା ଟାଉନ ଥାନା ପୋଲିସ ପହଞ୍ଚି ବିକ୍ଷଭକାରୀମାନଙ୍କୁ ଉଠାଇ ନେଇଥିଲା । ଏହାପରେ ହିଁ ୧୮ନଂ ଜାତୀୟ ରାଜପଥ ଅବରୋଧକୁ ହଟିଥିଲା ।

   Related Posts