Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ୧୮ ଜଣିଆ ଭାରତୀୟ ଦଳ ଘୋଷିତ, ଜାଣନ୍ତୁ କେଉଁ କେଉଁ ଖେଳାଳିଙ୍କୁ ମିଳିଲା ସ୍ଥାନ
  • ||
  • ରୋହିତ ଶର୍ମା ହେଲେ ଟିମ ଇଣ୍ଡିଆର ନୂତନ ଦିନିକିଆ ଅଧିନାୟକ, ବିରାଟଙ୍କୁ କେବଳ ଟେଷ୍ଟ ଦାୟିତ୍ଵ
  • ||
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||

ଶିମିଳିପାଳ ଅଭୟାରଣ୍ୟରେ ଅଗ୍ନିକାଣ୍ଡର ପ୍ରତିବାଦ, ‘ଭଞ୍ଜସେନା’ ପକ୍ଷରୁ ୯ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ ଡାକରା

10/03/2021 at 7:52 AM

କରଞ୍ଜିଆ ୦୯।୦୩: ଆଜି ୯ ଘଣ୍ଟିଆ ମୟୁରଭଞ୍ଜ ବନ୍ଦ । ଭଞ୍ଜସେନା ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି । ଶିମିଳିପାଳ ଜାତୀୟ ଉଦ୍ୟାନରେ ନିଆଁ ଲିଭାଇବାରେ ବିଫଳତାକୁ ନେଇ ବନ୍ଦ ଡାକରା ଦେଇଛି ଭଞ୍ଜସେନା ।

ତେବେ ବୁଧବାର ସକାଳ ୬ଟାରୁ ଦୋକାନ ବଜାର ବନ୍ଦ ରହିବ । ଏହି ବନ୍ଦରୁ ସମସ୍ତ ଜରୁରୀକାଳୀନ ସେବାଗୁଡିକୁ ବାଦ ଦିଆଯାଇଛି ।

ଶିମିଳିପାଳ ଜଙ୍ଗଲରେ ଲାଗିଥିବା ନିଆଁ ଲିଭିବାର ନାଁ ଧରୁନି । ମଙ୍ଗଳବାର ଶିମିଳିପାଳ ଉତ୍ତର ଜୋନରେ ଥିବା ୬ଟି ରେଞ୍ଜର ୧୨ଗୋଟି ବିଟ୍ ଅଞ୍ଚଳରେ ୯୩ଟି ସ୍ଥାନରେ ନିଆଁ ଲାଗିଥିବା ନେଇ ସାଟେଲାଇଟ୍ ରିପୋର୍ଟରୁ ସୂଚନା ମିଳିଛି ।

ସେଥି ମଧ୍ୟରୁ ବରେହିପାଣି ରେଞ୍ଜରେ ୩ଟି ବିଟ୍, ଗୁଡୁଗୁଡ଼ିଆ ରେଞ୍ଜରେ ୩ଟି, ତାଲବନ୍ଧ ରେଞ୍ଜରେ ୨ଟି, କେନ୍ଦୁମୁଣ୍ଡି ରେଞ୍ଜରେ ୨ଟି, ଚହଲା ଓ ନଅଣା ରେଞ୍ଜରେ ଗୋଟିଏ ଲେଖାଏଁ ବିଟ୍ ଅଞ୍ଚଳରେ ସମୁଦାୟ ୯୩ଟି ସ୍ଥାନରେ ନିଆଁ ଲାଗିଥିବା ନେଇ ସୂଚନା ମିଳିଛି ।

ଶିମିଳିପାଳରେ ଲାଗିଥିବା ନିଆଁ ଲିଭାଇବା ପାଇଁ ବନ ବିଭାଗ ସହ ଅଗ୍ନିଶମ ବିଭାଗର ୪ଟି ଟିମ୍ ଜଙ୍ଗଲ ଭିତରକୁ ପ୍ରବେଶ କରିଛି । ମଙ୍ଗଳବାର ବାଲେଶ୍ବରରୁ ଗୋଟିଏ ୨୬ ଜଣିଆ ଓଡ୍ରାଫ୍ ଟିମ୍ ମଧ୍ୟ ନିୟୋଜିତ ହୋଇଛନ୍ତି ।

   Related Posts