କେନ୍ଦ୍ରାପଡାରେ ସାମ୍ବାଦିକଙ୍କୁ ମାଡ ଘଟଣା : ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ତହସିଲଦାରଙ୍କୁ ଦାବିପତ୍ର

Published By : Prameya-News7 Bureau | July 26, 2021 IST

ପାଟଣା ୨୬।୭: କେନ୍ଦ୍ରାପଡ଼ାରେ ସାମ୍ବାଦିକଙ୍କୁ ମାଡ଼ ଘଟଣାରେ ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିମନ୍ତେ ସ୍ବାମପାଟଣା ପ୍ରେସ୍ କ୍ଲବ୍ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ତହସିଲଦାରଙ୍କୁ ଦାବିପତ୍ର ।

ସୂଚନାଯୋଗ୍ୟ ଯେ, କେନ୍ଦ୍ରାପଡ଼ାରେ କାର୍ଯ୍ୟରତ ସାମ୍ବାଦିକଙ୍କୁ ମାଡ଼ ମାରିଥିବା ମହିଳା ପୋଲିସ କର୍ମଚାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପାଟଣା ପ୍ରେସ୍ କ୍ଲବ୍ ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ପାଟଣା ତହସିଲଦାରଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ସ୍ବାମପାଟଣା ପ୍ରେସ କ୍ଲବର ସମସ୍ତ ସଦସ୍ୟ ତହସିଲଦାରଙ୍କୁ ଦାବିପତ୍ର ଦେଇଛନ୍ତି । ଏଥିସହ ସାମ୍ବାଦିକଙ୍କୁ ମାଡ଼ ମାରିବା ଘଟଣାକୁ ତୀବ୍ର ନିନ୍ଦା କରାଯାଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.