Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କମୁଛି କରୋନା ପ୍ରଭାବ: ୨୪ ଘଣ୍ଟାରେ ସୁସ୍ଥ ହୋଇ ଘରକୁ ଫେରିଲେ ୬୪୮ ସଂକ୍ରମିତ
  • ||
  • ଲଭ୍‌ ଜିହାଦ ଉପରେ ଅଧ୍ୟାଦେଶ ପାରିତ କଲା ୟୁପି କ୍ୟାବିନେଟ୍‌, ଧୋକା-ଧମକ ଦେଇ ଧର୍ମ ପରିବର୍ତ୍ତନ କରାଇଲେ ୧୦ ବର୍ଷ ଜେଲ୍‌
  • ||
  • ଅତ୍ୟଧିକ କାମର ବୋଝ ସହିନପାରି ଆଖି ବୁଜିଲେ ବାପା: ଉପର ଅଧିକାରୀଙ୍କ ବିରୋଧରେ ସଂଗୀନ ଅଭିଯୋଗ ଆଣିଲେ ଝିଅ, କହିଲେ…
  • ||
  • Snack Video ସମେତ ପୁଣି ୪୩ଟି ମୋବାଇଲ୍‌ ଆପ୍‌ ବ୍ୟାନ୍‌ କଲେ ଭାରତ ସରକାର
  • ||
  • ୨ ବାରହା ଶିକାରୀ ଗରିଫ: ମାଂସ ଭାଗବଣ୍ଟା ବେଳେ ମାଡି ବସିଲେ ବନ ବିଭାଗର କର୍ମଚାରୀ
  • ||
  • କରୋନାରେ ଜୀବନ ହାରିଥିବା ଠିକାଦାରଙ୍କୁ ଆର୍ଥିକ ସହାୟତା ଦେଲା ଠିକାଦାର ସଂଘ
  • ||
  • ୧୦ ଡଲାରରୁ କମ୍‌ ମୂଲ୍ୟରେ ମିଳିବ ଋଷ କରୋନା ଭ୍ୟାକ୍‌ସିନ Sputnik V, ଜାନୁଆରୀରୁ ଆରମ୍ଭ ହେବ ଡେଲିଭରି
  • ||
  • ହାଇଓ୍ବା ଧକ୍କାରେ ଜଣେ ଶିଶୁଙ୍କ ସମେତ ୬ ଜଣଙ୍କ ମୃତ୍ୟୁ: ଚାଲି ଚାଲି ଯିବା ବେଳେ ପଛରୁ ମାଡିଗଲା
  • ||
  • ଭୁବନେଶ୍ୱର : ପୁରୀ ହାଜତ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ନିର୍ଦ୍ଦେଶ
  • ||
  • ଯୋଜନାବଦ୍ଧ ଲୁଟ୍ : ସାଙ୍ଗଙ୍କୁ ଲଗାଇ ଡକାୟତି କରାଇଥିଲା IIFL କର୍ମଚାରୀ ଲାଲା ଅମ୍ରିତ ରାୟ
  • ||

ଉପର ମୁହାଁ ପାରଦ, ହୁ ହୁ ହୋଇ ବଢ଼ୁଛି ତାତି : ଗୋଟିଏ ଦିନରେ ୪୦ ଟପିଲା ୬ଟି ସହରର ତାପମାତ୍ରା

31/03/2019 at 9:00 AM

ଭୁବନେଶ୍ବର ୩୧/୩: ୪୦ ଡିଗ୍ରୀ ଡେଇଁଲା ୬ଟି ସହର ତାପମାତ୍ରା । ଗତ କିଛି ଦିନ ହେଲା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବା ବେଳେ ତାତି ହଠାତ୍ ହୁ ହୁ ହୋଇ ବଢ଼ିଛି । ଦିନକରେ ପାରଦ ୨ରୁ ୪ଡିଗ୍ରି ପର୍ଯ୍ୟନ୍ତ ବଢ଼ିଛି । ରାଜ୍ୟର ତାପମାତ୍ରା ହାରାହାରି ୨ଡିଗ୍ରି ବଢ଼ିଯାଇଛି। ମାଲକାନଗିରିରେ ରାଜ୍ୟର ସର୍ବାଧିକ ତାପମାତ୍ରା ୪୨.୬ଡିଗ୍ରି ରେକର୍ଡ ହୋଇଛି । ଉପକୂଳରୁ ଆରମ୍ଭ କରି ଆଭ୍ୟନ୍ତରୀଣ, ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ପର୍ଯ୍ୟନ୍ତ ସବୁଠି ତାତି ଅସମ୍ଭାଳ ଅନୁଭୂତ ହୋଇଛି। ସ୍ଥିତି ଯାହା ଆସନ୍ତା ଦୁଇରୁ ତିନି ଦିନ ଖରାରୁ ଉଦ୍ଧାର ମିଳିବନି ବୋଲି ଭୁବନେଶ୍ବର ପାଣିପାଗ କେନ୍ଦ୍ର ପୂର୍ବାନୁମାନ ବି କରିସାରିଲାଣି ।

ଏବେ ଦକ୍ଷିଣ ପଶ୍ଚିମ ଦିଗରୁ ତତଲା ପବନ ବହୁଥିବାବେଳେ ବାୟୁମଣ୍ଡଳ ଶୁଷ୍କ ରହିଛି । ତେଣୁ ଅଧିକ ଖରା ଅନୁଭୂତ ହେଉଛି । ଆସନ୍ତା ୫ଦିନ ପର୍ଯ୍ୟନ୍ତ ଅସହ୍ୟ ତାତି ଅନୁଭୂତ ହେବ । ଏପରିକି ପାରଦ ଆହୁରି ୨ରୁ ୩ଡିଗ୍ରି ପର୍ଯ୍ୟନ୍ତ ବଢ଼ିବ । ସେହିପରି ଅପରାହ୍ନରେ କାଳବୈଶାଖୀ ହେବାର ସମ୍ଭାବନା ରହୁଥିଲେ ହେଁ ବର୍ଷା ହେଉନଥିବାରୁ ତାତି ଅଧିକ ଅନୁଭୂତ ହେଉଛି  ।

ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ, ରବିବାର କାଳବୈଶାଖୀ ହେବାର ସମ୍ଭାବନା ପ୍ରାୟ ନଥିଲେ ହେଁ ଏପ୍ରିଲ ୧ ଓ ୨ତାରିଖରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର, ପୁରୀ, ରାୟଗଡ଼ା, ଗଜପତି ଆଦି ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ପବନ ହୋଇପାରେ।

   Related Posts