Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଭୁବନେଶ୍ବର : ଗତ ଦୁଇ ବର୍ଷରେ ମାପ ଓ ଓଜନ ନିୟମ ଉଲଂଘନକାରୀଙ୍କଠୁ ଆଦାୟ ହୋଇଛି ୨ କୋଟି ୮୩ ଲକ୍ଷ ଟଙ୍କା : ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ
  • ||
  • ଭୁବନେଶ୍ବର : ଡିସେମ୍ବର ୯ରେ ବିଧାନସଭା ଘେରାଉ କରିବ ବିଜେପି ଯୁବମୋର୍ଚ୍ଚା : ଇରାଶିଷ୍ ଆଚାର୍ଯ୍ୟ
  • ||
  • ଭୁବନେଶ୍ବର : ଡ୍ରଗ୍ସ ମାଫିଆ ଶେଖ୍ ଆଜବାହାର ବାଲେଶ୍ଵର କୋର୍ଟରେ ହାଜର, ରାଜ୍ୟ ବାହାରେ ସମ୍ପତ୍ତି ଥିବା ନେଇ ମିଳିଛି ପ୍ରମାଣ
  • ||
  • ଅନୁଗୋଳ : ଆଖୁ ଖାଇବାକୁ ଆସି କୂଅରେ ଖସିପଡିଲା ଭାଲୁ, ବନ ବିଭାଗ କଲା ଉଦ୍ଧାର
  • ||
  • ଭୁବନେଶ୍ବର : କ୍ରାଇମବ୍ରାଞ୍ଚ ଏସଟିଏଫ୍‌ ଟାର୍ଗେଟ୍‌ରେ ବନ୍ୟପ୍ରାଣୀ ମାଫିଆ, ପ୍ରସ୍ତୁତ ହେଲା ମୋଷ୍ଟ ୱାଣ୍ଟେଡ ତାଲିକା
  • ||
  • ଚେନ୍ନାଇ : ତାମିଲନାଡୁ କୁନ୍ନୁରରେ ସିଡିଏସ୍ ବିପିନ ରାଓ୍ବତଙ୍କ ହେଲିକପ୍ଟର କ୍ରାସ୍
  • ||
  • ଭୁବନେଶ୍ବର : କୃଷି ଋଣ ଛାଡ ସହ ଫସଲ କ୍ଷୟକ୍ଷତି ଲାଗି ସ୍ବତନ୍ତ୍ର ପ୍ୟାକେଜ ଦାବି କଲା କଂଗ୍ରେସ
  • ||
  • ଭାରତୀୟ ବାୟୁସେନାର ବଢିବ ଶକ୍ତି, ଚାନ୍ଦୀପୁର ଘାଟିରୁ ‘ବ୍ରହ୍ମୋସ’ର ସଫଳ ପରୀକ୍ଷଣ
  • ||
  • କଟକ : ଟ୍ରେନିଂ ପାଇଁ ଦିଲ୍ଲୀରୁ ଆସି କଟକ ଷ୍ଟେସନରେ ଯବାନ ନିଖୋଜ, ସ୍ବିଚ୍ ଅଫ୍ ଆସୁଛି ମୋବାଇଲ୍
  • ||
  • ଝାରସୁଗୁଡା : ଝାରସୁଗୁଡା କୋଲାବିରା ଅଞ୍ଚଳରେ ହାତୀ ଉପଦ୍ରବ, ଭାଙ୍ଗିଲେ ଘର ପାଚେରୀ
  • ||

କାଲିଠୁ ତାତି : ପାରଦ ୧ରୁ ୩ ଡିଗ୍ରୀ ସେଲ୍‌ସିୟସ୍‌ ବଢିପାରେ, କିଛି ସ୍ଥାନରେ କାଳବୈଶାଖୀ ବର୍ଷା ଆଶଙ୍କା

31/03/2020 at 8:01 AM

ଭୁବନେଶ୍ୱର ୩୧।୦୩: ଏପ୍ରିଲ ପହିଲାରୁ ଗରମ ପ୍ରକୋପ ବଢ଼ିବ । ପାରଦ ୧-୩ ଡିଗ୍ରୀ ସେଲସିୟସ୍‌ ବଢ଼ିପାରେ । ତଥାପି ଅଧିକାଂଶ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଭିତରେ ରହିବ । କାଁ ଭାଁ ୪୦ ଡିଗ୍ରୀ ଡେଇଁପାରେ । ଏଭଳି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।

ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଏଚ୍‌.ଆର୍‌.ବିଶ୍ୱାସଙ୍କ ପୂର୍ବାନୁମାନ କରିଛନ୍ତି ଯେ, ମଙ୍ଗଳବାର ଦିନ ରାଜ୍ୟର କେତେକ ଜାଗାରେ କାଳବୈଶାଖୀଜନିତ ବର୍ଷା ହୋଇପାରେ । କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼, ପୁରୀରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି । କେତେକ ଜାଗାରେ ଘଡ଼ଘଡ଼ି ସହ ବର୍ଷା ପବନ ଆଶଙ୍କା ରହିଛି । ବୁଧବାର (ଏପ୍ରିଲ ୧) ତାରିଖରେ ପାଗରେ ପରିବର୍ତ୍ତନ ହେବ । ତାପମାତ୍ରା ବଢ଼ିବ । ୧ରୁ ୨ ଡିଗ୍ରୀ ବଢ଼ିପାରେ ପାରଦ । ୪୦ ଡିଗ୍ରୀ ପାଖାପାଖି ପହଞ୍ଚିପାରେ ତାପମାତ୍ରା । ପ୍ରାୟତଃ ୩୭-୩୮ ଡିଗ୍ରୀ ଛୁଇଁପାରେ । ୩ରୁ ପୁଣି କାଳବୈଶାଖୀ ସମ୍ଭାବନା ଅଛି । ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ଡ ଟୁ ବି ୟୁନିଭର୍ସିଟିର ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁଙ୍କ କହିବାନୁଯାୟୀ ବର୍ତ୍ତମାନ ପ୍ରତିଦିନ ତାପମାତ୍ରା ବଢ଼ିବ । ଏପ୍ରିଲ ୧ରୁ ଖରା ଅଧିକ ହେବ । ହେଲେ ପାରଦ ୪୦ ଡିଗ୍ରୀ ଭିତରେ ରହିବ । କାଁ ଭାଁ ୪୦ ଡିଗ୍ରୀ ଟପିପାରେ । ୩ ତାରିଖ ବେଳକୁ କାଳବୈଶାଖୀ ସମ୍ଭାବନା ଅଛି । ମାତ୍ର ବିସ୍ତୃତ ଅଞ୍ଚଳରେ ବର୍ଷା ହୋଇନପାରେ ।

ସୋମବାର ମାଲକାନଗିରି ତାପମାତ୍ରା ୪୦.୨ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ଅନୁଗୁଳ ୩୯.୫, ବଲାଙ୍ଗିର ୩୮.୫, ଟିଟିଲାଗଡ଼ ୩୮, କଟକ ୩୭, ଭୁବନେଶ୍ୱର ୩୬.୬ ଡିଗ୍ରୀ ରେକର୍ଡ ହୋଇଛି । ବାଲେଶ୍ୱର, ଚାନ୍ଦବାଲି, ବାରିପଦା, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ହୀରାକୁଦ, ତାଳଚେର, ଭବାନୀପାଟଣା, ସୋନପୁର ତାପମାତ୍ରା ୩୬ ଡିଗ୍ରୀ ଉପରେ ରହିଛି ।

   Related Posts