ଆସନ୍ତା ୨୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା, କିଛି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି

Published By : Prameya-News7 Bureau | April 19, 2020 IST

ଭୁବନେଶ୍ୱର ୧୯।୦୪: ଆସନ୍ତା ୨୩ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବ । ଏହି ସମୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ପବନର ବେଗ ସର୍ବାଧିକ ୪୦ରୁ ୫୦ କିଲୋମିଟର ମଧ୍ୟରେ ରହିବ । ବିଜୁଳି, ଘଡ଼ଘଡ଼ିର ସମ୍ଭାବନା ଥିବାରୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କିଛି ଜିଲ୍ଲା  ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏଥିଯୋଗୁଁ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲାକୁ ବାଦ୍  ଦେଇ ବାକି ଜିଲ୍ଲା ଗୁଡ଼ିକରେ ତାପମାତ୍ରା କମିବ ।

ଗତକାଲି ଓଡିଶାର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲିଠୁ ୨୩ ତାରିଖ ପୂର୍ବାହ୍ନ ପର୍ଯ୍ୟନ୍ତ ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକରେ କାଳବୈଶାଖୀ ସମ୍ଭାବନା ରହିଛି । ଏହି ସମୟରେ ପବନର ବେଗ ଘଣ୍ଟା ପ୍ରତି ୩୦ରୁ ୫୦ କିଲୋମିଟର ମଧ୍ୟରେ ରହିବ । ତେବେ ଏହି କାଳବୈଶାଖୀ ଯୋଗୁଁ ଆଭ୍ୟନ୍ତରୀଣ ଓଡ଼ିଶାର ତାପମାତ୍ରାରେ ସେପରି କୌଣସି ପ୍ରଭାବ ପଡ଼ିବ ନାହିଁ । ଗ୍ରୀଷ୍ମ ପ୍ରବାହ ବଢ଼ିବ, ତାପମାତ୍ରା ୪୦ କିମ୍ବା ତାଠାରୁ ଅଧିକ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.