Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ୟୁପିରେ ବଡ ଧରଣର ଦୁର୍ଘଟଣା, ଖେରୀ ଘାଘରା ନଦୀରେ ଓଲଟିଲା ଡଙ୍ଗା, ୧୦୦ ଭାସିଗଲେ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୨ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୯ କୋଭିଡ୍ ପଜିଟିଭ୍
  • ||
  • ଓ୍ୱାର୍ମ ଅପ୍ ମ୍ୟାଚରେ ମୁହାଁମୁହିଁ ହେବେ ଭାରତ-ଅଷ୍ଟ୍ରେଲିଆ, କଙ୍ଗାରୁ ବାହିନୀକୁ ମାତ୍ ଦେବାକୁ ତୟାର ବିରାଟ ଏଣ୍ଡ କୋ
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୪ ହଜାରରୁ ଅଧିକ କରୋନା ପଜିଟିଭ୍, ୧୯୭ ମୃତ
  • ||
  • ଆଜି କୁମାର ପୂର୍ଣ୍ଣିମା : ମା’ ବୃନ୍ଦାବତୀଙ୍କ ନିକଟରେ ଆଞ୍ଜୁଳି ଟେକିଲେ କୁମାରୀ
  • ||
  • ପୁରୀ : ଦାଦାବଟିକୁ କେନ୍ଦ୍ରକରି ମହିଳାଙ୍କୁ ଗୁଳିମାଡ଼, ପୂର୍ବରୁ ମିଳିଥିଲା ଧମକ
  • ||
  • ଜଗତସିଂହପୁର : କେନାଲର ଭାସୁଛି ଏକ ଗଳିତ ମୃତଦେହ, ୩ ଅଭିଯୁକ୍ତ ଅଟକ
  • ||

ମନରେଗା ଶ୍ରମିକମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କୋଭିଡ୍‌ ସହାୟତା, ୩୨ ଲକ୍ଷ ଶ୍ରମିକଙ୍କ ଆକାଉଣ୍ଟକୁ ଗଲା ଟଙ୍କା

9/07/2021 at 8:45 PM

ଭୁବନେଶ୍ବର ୯/୦୭: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନଫରେନ୍ସିଂ ମାଧ୍ୟମରେ ରାଜ୍ୟର ମହାତ୍ମା ଗାନ୍ଧୀ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ନିୟୋଜିତ ଶ୍ରମିକମାନଙ୍କୁ ସ୍ଵତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିଛନ୍ତି । ଏଥିରେ ଏପ୍ରିଲରୁ ଜୁନ ମାସ ପର୍ଯ୍ୟନ୍ତ ଏହି ତିନିମାସ ମଧ୍ୟରେ କାମ କରିଥିବା ଶ୍ରମିକ ମାନଙ୍କୁ ସେମାନଙ୍କର ପ୍ରତ୍ୟେକ ଦିନର ମଜୁରି ସହିତ ଆଉ ଅତିରିକ୍ତ ୫୦ ଟଙ୍କା ପ୍ରଦାନ କରାଯାଇଛି । ଏହା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟରେ ଜମା କରାଗଲା   । ଏହାଦ୍ବାରା ପ୍ରତ୍ୟେକ ଶ୍ରମିକ ୪୫୦୦ ଟଙ୍କା ପର୍ଯ୍ୟନ୍ତ ଅତିରିକ୍ତ ମଜୁରି ପାଇଛନ୍ତି । ସମୁଦାୟ ୩୨ ଲକ୍ଷ ଶ୍ରମିକ ୩୫୨ କୋଟି ଟଙ୍କାର ସହାୟତା ପାଇଛନ୍ତି ।

ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଗରିବ ଲୋକଙ୍କ ପାଇଁ ମୋ ହୃଦୟରେ ସବୁବେଳେ ସ୍ଵତନ୍ତ୍ର ସ୍ଥାନ ରହିଛି । ଗରିବ ଲୋକଙ୍କ  କାର୍ଯ୍ୟକ୍ରମ ମୋତେ ଅଧିକ ସନ୍ତୋଷ ଦେଇଥାଏ ବୋଲି ମୁଖ୍ୟମନ୍ତ୍ରୀ ମତବ୍ୟକ୍ତ କରିଛନ୍ତି ଏବଂ ଆଜିର ଏହି ସହାୟତା ସେମାନଙ୍କ ପରିବାରର ଆର୍ଥିକ ଅସୁବିଧା ଦୂର କରିବାରେ ସାହାଯ୍ୟ କରିବ ବୋଲି ଆଶା ପ୍ରକାଶ କରିଛନ୍ତି ।  ଗରିବ ଲୋକଙ୍କ ପାଇଁ ଏହିପରି ଉଦ୍ୟମ ଜାରି ରହିବ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ ଜିଲ୍ଲା ସ୍ତରରେ ଅଧିକ ଶ୍ରମଦିବସ ସୃଷ୍ଟି କରି ଗରିବ ଲୋକଙ୍କୁ ରୋଜଗାର ଦେବା  ପାଇଁ  କାମ କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀ କୋଭିଡର ଦ୍ଵିତୀୟ ଲହରରେ  ଗରିବ ଲୋକଙ୍କ ଅସୁବିଧା ଦୂର କରିବା ପାଇଁ  ୧୬୯୦ କୋଟି ଟଙ୍କାର ସ୍ଵତନ୍ତ୍ର କୋଭିଡ ସହାୟତା ଘୋଷଣା କରିଛନ୍ତି । ଏଥିରେ ଶ୍ରମିକ ମାନଙ୍କ ପାଇଁ ମଧ୍ୟ ୩୫୨ କୋଟି ଟଙ୍କାର ସହାୟତା ରହିଛି । MGNREGS ରେ ଗତବର୍ଷ ୨୦ କୋଟି ଶ୍ରମ ଦିବସ ସୃଷ୍ଟି ହୋଇଥିବା ବେଳେ ଚଳିତ ବର୍ଷ ଏ ପର୍ଯ୍ୟନ୍ତ ୭ କୋଟି ଶ୍ରମ ଦିବସ ସୃଷ୍ଟି ହୋଇ ପାରିଛି ଏବଂ ବର୍ଷ ଶେଷ ସୁଧା ୨୫ କୋଟି ଶ୍ରମ ଦିବସ ସୃଷ୍ଟି ପାଇଁ ଲକ୍ଷ ରଖାଯାଇଛି ।  ମୁଖ୍ୟମନ୍ତ୍ରୀ କହିଛଛନ୍ତି  ଗତ ଏକ ବର୍ଷ ଧରି ଆମର କୋଭିଡ ଲଢେଇ ମଧ୍ୟରେ ଲକଡାଉନ ସଟଡାଉନ ଯୋଗୁଁ ଗରିବ ଲୋକଙ୍କ ରୋଜଗାର କମିଛି । ତେଣୁ ଲୋକଙ୍କ ଜୀବିକା ଉପରେ ଧ୍ୟାନ ଦେଇ ରାଜ୍ୟ ସରକାର ଚାଷୀ , ଶ୍ରମିକ , ଦୁଗ୍ଧ ଚାଷୀ , ଉଠା ଦୋକାନୀ ସମସ୍ତଙ୍କ ପାଇଁ ୧୬୯୦ କୋଟି ଟଙ୍କାର ପ୍ୟାକେଜ ଘୋଷଣା କରିଛନ୍ତି । କରୋନାର ଦ୍ଵିତୀୟ  ଲହର ସମ୍ପୁର୍ଣ୍ଣ ଶେଷ ହୋଇନାହିଁ ବୋଲି ଦୋହରାଇ ସେ ସମସ୍ତଙ୍କୁ ଟୀକା ନେବାକୁ ଓ କୋଭିଡ ନିୟମ ମାନିବାକୁ ଅନୁରୋଧ କରିଛନ୍ତି ।

ଏହି ଅବସରରେ ପଞ୍ଚାୟତରାଜ ମନ୍ତ୍ରୀ ପ୍ରତାପ ଜେନା ଗରିବ  କୃଷକ ଶ୍ରମିକ ମାନଙ୍କ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ନିଆଯାଇଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ଆଲୋକପାତ କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଏହି ପଦକ୍ଷେପ ଗ୍ରାମ୍ୟ ଅର୍ଥନୀତି କୁ ସୁଦୃଢ କରିବ ବୋଲି ସେ କହିଛନ୍ତି  ।

ଏହି କାର୍ଯ୍ୟକ୍ରମରେ ରାଜ୍ୟର ୩୧୪ ଟି ବ୍ଲକର MGNREGS ଶ୍ରମିକ ମାନେ ଭିଡିଓ କନଫରେନ୍ସିଂ ଯୋଗେ ଯୋଡି ହୋଇଥିଲେ ।  ଗଞ୍ଜାମର ନିକି ଆମ୍ମା ଓ କୈଳାଶ ଗଉଡ  , କୋରାପୁଟର ସୁରେଶ ବାଖିଆ, ତପନ କୁମାର ନାଗ ,  କଳାହାଣ୍ଡିର ସିତି ପୂଜାରୀ ଓ ଗଜ ମାଝି  ଓ ମୟୂରଭଞ୍ଜର ଶିବରାମ ସୋରେନ ଓ ସୁକାନ୍ତି ମୁର୍ମୁ ପ୍ରମୁଖ କେତେ ଜଣ ହିତାଧିକାରୀ ଏହି ସହାୟତା ପାଇଁ  ମୁଖ୍ୟମନ୍ତ୍ରୀଙ୍କ ପ୍ରତି ସେମାନଙ୍କର କୃତଜ୍ଞତା ପ୍ରକାଶ କରିଛନ୍ତି।

   Related Posts