Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଘଟଗାଁରେ ହାତୀ ଆତଙ୍କ, ଘଉଡାଇବାକୁ ବନ ବିଭାଗର କସରତ
  • ||
  • ରାଜ୍ୟରେ କମୁଛି କରୋନା ଗ୍ରାଫ୍: କୋଭିଡ୍ ନେଲା ଆଉ ୪ ଜଣଙ୍କ ଜୀବନ
  • ||
  • ଉପରତଳ ହେଉଛି କରୋନା ଗ୍ରାଫ୍ : ୨୪ ଘଣ୍ଟାରେ ବାହାରିଲେ ୫୫୬ କୋଭିଡ୍ ପଜିଟିଭ୍
  • ||
  • ଦେଶରେ ୨୪ ଘଣ୍ଟାରେ ବାହାରିଲେ ୧୩ ହଜାରରୁ ଅଧିକ କରୋନା ପଜିଟିଭ୍, ୧୬୪ ମୃତ
  • ||
  • ରାସ୍ତା ଅତିକ୍ରମ ବେଳେ ଧକ୍କା ଦେଲା ଟ୍ରକ, ଚାଲିଗଲା ଜୀବନ
  • ||
  • ଲଘୁଚାପ ପ୍ରଭାବ : ମଙ୍ଗଳବାର ଯାଏଁ ପ୍ରବଳ ବର୍ଷା, ୫୦ କିମି ବେଗରେ ବହିବ ପବନ
  • ||
  • ନୀଳଗିରିରେ ଭାଲୁ ଆତଙ୍କ, ସାଇକେଲରୁ ଟାଣିନେଇ ଯୁବକଙ୍କୁ ଘାଇଲା କଲେ
  • ||
  • ଅଢେଇ କୋଟି ଟଙ୍କାର ବ୍ରାଉନସୁଗାର ଜବତ, ଡାଇମଣ୍ଡ ହୋଟେଲ ମାଲିକ ଅଟକ
  • ||

IPL 2021 : କୋହଲି ଏବଂ ମାକ୍ସଓ୍ବେଲଙ୍କ ଅର୍ଦ୍ଧଶତକ, ମୁମ୍ବାଇକୁ ବିଜୟ ଲକ୍ଷ୍ୟ ୧୬୬

26/09/2021 at 9:32 PM

ଦୁବାଇ ୨୬/୦୯ : ଆଇପିଏଲର ରବିବାର ଖେଳାଯାଇଥିବା ପ୍ରଥମ ମ୍ୟାଚରେ କୋଲକାତା ଠାରୁ ଚେନ୍ନାଇ ରୋମାଞ୍ଚକର ବିଜୟ ହାସଲ କରିବା ପରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଦ୍ବିତୀୟ ମ୍ୟାଚ ଜାରି ରହିଛି । ମୁମ୍ବାଇ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା । ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ଓଭରରେ ୬ ଓ୍ବିକେଟ ହରାଇ ୧୬୫ ରନ ସଂଗ୍ରହ କରିଛି ବିରାଟ କୋହଲିଙ୍କ ଆର୍‌ସିବି । ମୁମ୍ବାଇକୁ ଜିତିବାକୁ ହେଲେ ୧୬୬ ରନ କରିବାକୁ ହେବ ।

ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ପକ୍ଷରୁ ଅଧିନାୟକ ବିରାଟ କୋହଲି ୫୧ ଏବଂ ଗ୍ଲେନ୍‌ ମାକ୍ସଓ୍ବେଲ ୫୬ ଅର୍ଦ୍ଧଶତକୀୟ ଇନିଂସ ଖେଳିଛନ୍ତି । ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଜଶପ୍ରୀତ ବୁମରାହ ଚମତ୍କାର ବୋଲିଂ କରି ୪ ଓଭରରେ ୩୬ ରନଦେଇ ସର୍ବାଧିକ ୩ଟି ଓ୍ବିକେଟ ନେଇଛନ୍ତି ।

   Related Posts