Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନାଲରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର, ଗାଧୋଇବା ବେଳେ ନିଖୋଜ ହୋଇଯାଇଥିଲେ
  • ||
  • ହାତ ଛାଡିଲେ ପ୍ରଦୀପ ମାଝି, କଂଗ୍ରେସର ପ୍ରାଥମିକ ସଦସ୍ୟ ପଦରୁ ଦେଲେ ଇସ୍ତଫା
  • ||
  • ଟ୍ରକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, ୨ ମୃତ ଓ ୫ ଆହତ
  • ||
  • ବାଇକକୁ ଧକ୍କା ଦେଲା ଟ୍ରକ୍, ଜଣେ ମୃତ : କ୍ଷତିପୂରଣ ଦାବିରେ ଜାତୀୟ ରାଜପଥ ଅବରୋଧ
  • ||
  • ଶିଶୁଙ୍କୁ ଟିକା ପାଇଁ ପ୍ରସ୍ତୁତି ଆରମ୍ଭ, ଶୁକ୍ରବାର ସ୍ୱାସ୍ଥ୍ୟ ଅଧିକାରୀଙ୍କୁ ପ୍ରଶିକ୍ଷଣ ଦେବ କେନ୍ଦ୍ର
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀଙ୍କ ମୟୂରଭଞ୍ଜ ଗସ୍ତ, ବିଏସକେଓ୍ୱାଇ ସ୍ମାର୍ଟ କାର୍ଡ ବଣ୍ଟନର କରିବେ ଶୁଭାରମ୍ଭ
  • ||
  • ୨୬ ଯାଏଁ ଶୁଖିଲା ପାଗ : ଧିରେଧିରେ କମିବ ରାତି ତାପମାତ୍ରା, ସକାଳେ କୁହୁଡି
  • ||
  • ମମିତା ମେହେର ହତ୍ୟା ଘଟଣା : ଭୋର୍‌ରେ ଡେମୋ ଦେଖାଇଲା ଅଭିଯୁକ୍ତ ଗୋବିନ୍ଦ ସାହୁ
  • ||

ବଢୁଛି କରୋନା ପ୍ରକୋପ, ରିଆମାଳ ବ୍ଲକର ବିଭିନ୍ନ ଗାଁକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

9/05/2021 at 10:18 AM

ଦେବଗଡ଼ ୦୯।୦୫: ଦେବଗଡ ଜିଲ୍ଲା ରେ ଦିନକୁ ଦିନ କରୋନାର ବର୍ଦ୍ଧିତ ପ୍ରଭାବ ଦେଖିବାକୁ ମିଳିଛି। କରୋନାର ଏହି ବର୍ଦ୍ଧିତ ପ୍ରଭାବକୁ ପ୍ରତିହତ କରିବା ପାଇଁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଦେବଗଡ ଉପ ଜିଲ୍ଲାପାଳ ବ୍ରଜବନ୍ଧୁ ଭୋଇ ଏନେଇ ଜିଲ୍ଲା ର ରିଆମାଳ ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମକୁ ମାଇକ୍ରୋ କଣ୍ଟେନମେଣ୍ଟ ଅଞ୍ଚଳ ଘୋଷଣା କରିଛନ୍ତି।

ଖବର ଅନୁଯାୟୀ,  ରିଆମାଳ ବ୍ଲକ ଅନ୍ତର୍ଗତ ଖଇରପାଲି, ପଳଶମା ଓ ତିମୁର ଗ୍ରାମକୁ ପ୍ରଶାସନ ପକ୍ଷରୁ ମାଇକ୍ରୋ କଣ୍ଟେଣ୍ଟମେଣ୍ଟ ଅଞ୍ଚଳ ଭାବେ ଘୋଷଣା କରାଯାଇଛି। ସଂପୃକ୍ତ ଗ୍ରାମଗୁଡ଼ିକୁ ବ୍ୟାରି କେଟିଂ କରାଯାଇ ଚାରିକଡରୁ ସିଲ କରାଯାଇ ନିଷିଦ୍ଧାଞ୍ଚଳ ଘୋଷଣା କରାଯାଇଛି। ସେହିଭଳି ପ୍ରଶାସନ ପକ୍ଷରୁ ମାସ୍କ ଚେକିଂ କଡାକଡି କରାଯାଇ ଅମାନିଆଙ୍କ ଠାରୁ ଫାଇନ ଆଦାୟ କରାଯାଉଛି । ସମସ୍ତଙ୍କୁ ନିୟମକୁ ମାନିବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି । ଯଦି କେହି ନିୟମ ନମାନନ୍ତି, ତେବେ ସେମାନଙ୍କୁ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ ।

   Related Posts