Prameya News7

Prameya News7, News7 Odia, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ICC ଟି-୨୦ ରାଙ୍କିଂ : ୪ର୍ଥ ସ୍ଥାନରେ ପାକିସ୍ତାନ ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନ, ବିରାଟ କୋହଲି (୫) ଏବଂ ଲୋକେସ ରାହୁଲ (୮) ଖସିଲେ
  • ||
  • କରଞ୍ଜିଆ : ନଭେମ୍ବର ପହିଲାରୁ ଖୋଲିବ ଶିମିଳିପାଳ ଜାତୀୟ ଉଦ୍ୟାନ
  • ||
  • ସୋର : ଭଙ୍ଗା ଘରୁ ମିଳିଲା ପୁଳା ପୁଳା ରାସନ କାର୍ଡ, ଲୋକଙ୍କୁ ଦିଆନଯାଇ ଲୁଚାଇ ରଖାଯାଇଥିଲା କାହିଁକି ?
  • ||
  • ଆନନ୍ଦପୁର : କଣ୍ଡକ୍ଟରଙ୍କ ଭୁଲ୍, ଯାତ୍ରୀଙ୍କ ଗୋଡ ଉପରେ ଚଢିଗଲା ବସ୍
  • ||
  • କୋଣାର୍କ : ବାଇକ୍ ଚୋରି ରାକେଟ୍ ଠାବ : ୮ ବାଇକ୍ ସହ ୪ ଅଭିଯୁକ୍ତ ଗିରଫ
  • ||
  • ତେଲକୋଇ : କାଞ୍ଜିପାଣି ଘାଟିରେ ଭାରସ୍ୟାମ ହରାଇ ଓଲଟିଲା ଅଟୋ, ୫ବର୍ଷର ଶିଶୁ ସମେତ ୩ ଗୁରୁତର
  • ||
  • ଚାନ୍ଦବାଲି : ଅଘୋଷିତ ବିଦ୍ୟୁତ କାଟ୍ : ଦୀର୍ଘ ୧୨ଘଣ୍ଟା ଧରି ଅନ୍ଧାରରେ ରହିଲା ଆଖଣ୍ଡଳମଣୀ ପୀଠ
  • ||
  • ଭୁବନେଶ୍ବର : ନଭେମ୍ବର ୧ରୁ ଯୁକ୍ତ ୩ ପ୍ରଥମ ବର୍ଷ ଏବଂ ୧୫ରୁ ପିଜି ପ୍ରଥମ ବର୍ଷ କ୍ଲାସ୍ ଖୋଲିବ
  • ||
  • ଖୋର୍ଦ୍ଧା : ୩ ଦିନ ହେବ ଚିଲିକା ମଝିରେ ଫସିଥିଲା ଡଙ୍ଗା, ୨ ମତ୍ସ୍ୟଜୀବୀଙ୍କ ସହ ୧୦ବର୍ଷର ଛୁଆ ଉଦ୍ଧାର
  • ||
  • ଭୁବନେଶ୍ବର : ମମିତା ମେହେର ହତ୍ୟା ଘଟଣାରେ ନୀରବତାକୁ ବରଦାସ୍ତ କରାଯିବନି : କଂଗ୍ରେସ
  • ||

ବଢୁଛି ସଂକ୍ରମଣ, ମୁନିଗୁଡା ବ୍ଲକ୍‌ର କିଛି ଅଞ୍ଚଳ ମାଇକ୍ରୋ କଣ୍ଟେଣ୍ଟମେଣ୍ଟ ଜୋନ୍ ଘୋଷଣା

29/04/2021 at 10:46 AM

ମୁନିଗୁଡା ୨୯।୪: ରାଜ୍ୟରେ ଦିନକୁ ଦିନ କରୋନା ପଜିଟିଭଙ୍କ ସଖ୍ୟା ବୃଦ୍ଧି ପାଇବାରେ ଲାଗିଥିବା ବେଳେ ରାୟଗଡା ଜିଲ୍ଲାରେ ମଧ୍ୟ ସେହି ସମାନ ଅବସ୍ଥା । ଜିଲ୍ଲାରେ ପ୍ରତିଦିନ ସଂକ୍ରମଣ ହାର ବୃଦ୍ଧି ପାଉଥିବା ବେଳେ ମୁନିଗୁଡା ବ୍ଲକ୍ ଅଞ୍ଚଳରେ ମଧ୍ୟ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହି ସଂକ୍ରମଣକୁ ରୋକିବା ପାଇଁ ଜିଲ୍ଲାପାଳ ମୁନିଗୁଡା ବ୍ଲକର ଅମ୍ବାଦଳା ଗାଁର ସାହୁ କଲୋନୀ, ଅରବିନ୍ଦ ସ୍କୁଲ ଅଞ୍ଚଳ, ସାଇରାମ କଲୋନୀ ଓ ବଜାରର କିଛି ଅଂଶକୁ ଆଜିଠାରୁ ମେ’ ୧୨ ତାରିଖ ଯାଏଁ ୧୪ ଦିନ ପାଇ ମାଇକ୍ରୋ କଣ୍ଟେଣ୍ଟମେଣ୍ଟ ଅଞ୍ଚଳ ଭାବରେ ଘୋଷଣା କରିଛନ୍ତି ।

ଏହିସବୁ ଅଞ୍ଚଳରେ ସ୍ବାସ୍ଥ୍ୟସେବା, ଅତ୍ୟାବଶ୍ୟକ ସେବା ଓ ଆଇନଶୃଙ୍ଖଳା ପାଇଁ ପ୍ରଶାସନିକ ଅଧିକାରୀମାନଙ୍କୁ ଦାଇତ୍ବ ଦିଆଯାଇଛି ।  ଏହାକୁ ସ୍ବାଗତ କରିଛନ୍ତି ଅମ୍ଲାଭଟ୍ଟା ସରପଞ୍ଚ ଓ ପ୍ରଶାସନକୁ ସମ୍ପୂର୍ଣ୍ଣ ସହଯୋଗ କରାଯିବ ବୋଲି କହିଛନ୍ତି ।

   Related Posts